ପିଆର୍‌ଏମ୍‌ ମେଡିକାଲରେ ଯୋଡ଼ି ହେଲା ୬୫୦ ଶଯ୍ୟା

ବାରିପଦା,୩।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲ ରଙ୍ଗାମାଟିଆ ପରିସରରେ ୬୫୦ ଶଯ୍ୟା ବିଶିଷ୍ଟ ଟିଚିଂ ହସ୍ପିଟାଲର ଶୁଭ ଉଦ୍‌ଘାଟନ କରାଯାଇଛି। ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦ୍‌ଘାଟନ କରି ରାଜ୍ୟ ସରକାରଙ୍କ ସୁସ୍ଥ ଓଡ଼ିଶା ସୁଖି ଓଡ଼ିଶା ଗଠନ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି କହିଛନ୍ତି।
ବାରିପଦା ସ୍ଥିତ ଜିଲା ମୁଖ୍ୟାଳୟ ହସ୍ପିଟାଲରେ ୫ ଶହରୁ ଊର୍ଦ୍ଧ୍ୱ ଶଯ୍ୟା ରହିଛି। ଉକ୍ତ ହସ୍ପିଟାଲଟି ମେଡିକାଲ କଲେଜରେ ପରିବର୍ତ୍ତନ ହେବା ପରେ ରୋଗୀମାନେ ଉତ୍ତମ ସେବା ପାଇ ଆସୁଛନ୍ତି। ରଙ୍ଗାମାଟିଆରେ ନିର୍ମାଣାଧୀନ ପିଆରଏମ ମେଡିକାଲ କଲେଜରେ ଅତିରିକ୍ତ ୬୫୦ ଶଯ୍ୟା ଯୋଡ଼ି ହୋଇଛି। ଫଳରେ ଜିଲା ମୁଖ୍ୟାଳୟକୁ ଆସୁଥିବା ଜିଲା ତଥା ପଡ଼ୋଶୀ ରାଜ୍ୟର ୧୨ ଶହ ପାଖାପାଖି ରୋଗୀ ଏଥିରୁ ଉପକୃତ ହୋଇପାରିବେ। ଶନିବାର ଏହାର ଉଦ୍‌ଘାଟନ ସମୟରେ ମୁଖ୍ୟମନ୍ତ୍ରୀ କହିଲେ, ରାଜ୍ୟର ୫ ମେଡିକାଲ କଲେଜ ହସ୍ପିଟାଲରେ ୨୯୫୦ଶଯ୍ୟା ଯୋଡ଼ି ହୋଇଛି। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରାଯାଉଛି ା ପୂର୍ବରୁ ମାତ୍ର ୩୨୧ ଏମବିବିଏସ ଡାକ୍ତର ଓ ୨୫୪ ସ୍ପେଶାଲିଷ୍ଟ ବାହାରୁଥିବା ବେଳେ ବର୍ତ୍ତମାନ ୨୫୨୫ ଏମବିବିଏସ ଓ ୯୭୨ ସ୍ପେଶାଲିଷ୍ଟ ବାହାରୁଛନ୍ତି। ଆହୁରି କହିଛନ୍ତି, ରାଜ୍ୟରେ ପ୍ରଚଳିତ ସ୍ବାସ୍ଥ୍ୟସେବା ଯୋଜନାରେ ମୋ ପାଇଁ ପ୍ରତି ଜୀବନ ମୂଲ୍ୟବାନ। ଏଥିପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାଠାରୁ ଆରମ୍ଭ କରି ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆମେ ବିଭିନ୍ନ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରୁଛି। ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏ ରୂପାନ୍ତରକୁ ଆମେ ସମସ୍ତେ ମିଶି ଆହୁରି ଆଗକୁ ନେବା ଓ ସୁସ୍ଥ ଓଡ଼ିଶା ସୁଖି ଓଡିଶା ଜରିଆରେ ନୂଆ ଓଡ଼ିଶାର ଭିତିକୁ ମଜବୁତ କରିବ ବୋଲି ଆହ୍ବାନ ଦେଇଥିଲେ। କାର୍ଯ୍ୟକ୍ରମରେ ୫-ଟି ତଥା ନବୀନ ଓଡ଼ିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଚାଳନ କରି ଗ୍ରାମାଞ୍ଚଳର ସବୁ ପରିବାରକୁ ଅର୍ନ୍ତଭୁକ୍ତ କରିବା ପାଇଁ ଉର୍ଦ୍ଦିଷ୍ଟ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ନବୀନ କାର୍ଡ ଚଳିତ ମାସ ୬ତାରିଖ ସମ୍ବଲପୁର ଜିଲାରୁ ମୁଖ୍ୟମନ୍ତ୍ରୀ ଶୁଭ ଉଦଘାଯନ କରିବେ। କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ତଥା ମିଶନଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ, ଆଦିବାସୀ ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଡା.ଦେବାଶିଷ ମାରାଣ୍ଡି, ଜିଲା ପରିଷଦ ଅଧ୍ୟକ୍ଷା ଭାରତୀ ହଁାସଦାଃ, ପିଆରଏମ ମେଡିକାଲ କଲେଜ ଓ ହସ୍ପିଟାଲର ଅଧ୍ୟକ୍ଷ ଡା.ପ୍ରତିଭା ପଣ୍ଡା ଓ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ ପ୍ରମୁଖ ଉପସ୍ଥିତ ରହି ସ୍ବାସ୍ଥ୍ୟ ସେବାର ବୈପ୍ଳବିକ ପରିବର୍ତ୍ତନ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାବା ଖଣ୍ଡୁଆଳଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ: ଯୋଗଦେଲେ ଲାଞ୍ଜିଗଡ ବିଧାୟକଙ୍କ ସହ…

ଥୁଆମୂଳ ରାମପୁର, ୨୮।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳ ଆମ୍ବପଦର ଗ୍ରାମପଞ୍ଚାୟତ ସ୍ଥିତ ଚୁଲବାଡି ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ଅଫିସକୁ ଚାଲି ଚାଲି ଆସିଲେ ସିଡିଓ, ବନ୍ଦ ଡାକରା ଯୋଗୁ…

କୋରାପୁଟ,୨୮।୧(ଅମିତାଭ ବେହେରା ): କୋରାପୁଟରେ ବନ୍ଦ ଡାକରାର ପଡ଼ିଛି ପ୍ରଭାବ। ଏଥିଯୋଗୁ ଗାଡି ମୋଟର ବନ୍ଦ ରହିଥିଲା। ଫଳରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ(ସିଡିଓ) ବେଣୁଧର ଶବର…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଅରିଜିତଙ୍କ ଅବସର ପରେ ଏମିତି କହିଲେ ଶ୍ରେୟା ଘୋଷାଲ, ସବୁଠି ଚର୍ଚ୍ଚା

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ଅରିଜିତ ସିଂହ ପ୍ଲେବ୍ୟାକ୍ ସିଙ୍ଗିଙ୍ଗରୁ ଅବସର ଘୋଷଣା କରିଛନ୍ତି। ଏହି ଶୁଣିବା ପରେ ତାଙ୍କ ପ୍ରଶଂସକ ଓ ସହକର୍ମୀମାନେ…

ଅରିଜିତଙ୍କୁ ନେଇ ବଡ଼ ଖବର! ରାଜନୈତିକ ଦଳ କରିବାକୁ ଅବସର…ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ… 

ମୁମ୍ବାଇ: ଆଜିକାଲି ଅଭିନୟ ଜୀବନ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ଖ୍ୟାତନାମା ଗାୟକ ଅରିଜିତ ସିଂ। ଦିନକ ପୂର୍ବେ ସେ ହଠାତ…

ସରକାରୀ ଜମି ଜବରଦଖଲକୁ ନେଇ ଉତ୍ତେଜନା, ଦିଗପହଣ୍ଡି ଥାନାରେ ହୋହଲ୍ଲା  

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ଏକାଧିକ ଏକର ସରକାରୀ ଜମି ଜବରଦଖଲକୁ କେନ୍ଦ୍ରକରି ଗତ ଦୁଇଦିନ ହେଲା ଗାଁରେ ଚାପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri