ବଢ଼ିଲା ସଂକ୍ରମଣ: ଆଜି ରାଜ୍ୟରୁ ୬୫୨ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ରେକର୍ଡ ସଂଖ୍ୟକ

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ରବିବାର ରାଜ୍ୟରୁ ୬୫୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୧,୬୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୮୦ ଜଣ ଚିହ୍ନଟ ହୋଇଥିବା ବେଳେ ୨୭୨ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୯୨ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୩୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୦ ଏବଂ ମୟୂରଭଞ୍ଜରୁ ୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧, ବାଲେଶ୍ୱର ୧୯,ବରଗଡ଼ ୩, ଭଦ୍ରକ ୭, ବଲାଙ୍ଗୀର ୩, ଦେବଗଡ଼ ୧, ଢେଙ୍କାନାଳ ୧, ଗଜପତି ୬, ଗଞ୍ଜାମ ୬, ଜଗତସିଂହପୁର ୧୫, ଯାଜପୁର ୧୦, ଝାରସୁଗୁଡ଼ା ୧, କେନ୍ଦ୍ରାପଡ଼ା ୨୬, କୋରାପୁଟ ୧, ନୟାଗଡ଼ ୬, ନୂଆପଡ଼ା ୧, ପୁରୀ ୧୪, ରାୟଗଡ଼ା ୨, ସମ୍ବଲପୁର ୧୦, ସୋନପୁରରୁ ୧ ଏବଂ ସୁନ୍ଦରଗଡ଼ରୁ ୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୭୩।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୧,୬୯୬ରେ ପହଞ୍ଚିଥିବା ବେଳେ ୧୦,୧୮,୩୧୧ଜଣ ସୁସ୍ଥ ହୋଇଛନ୍ତି। ୫୦୮୩ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮୨୪୯କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri