Categories: ଜାତୀୟ

ଦେଶରେ ୬୫୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୮।୧୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୫୬ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୬,୬୭,୯୬୭ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୪୧,୩୦,୩୮୦ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୭,୦୩୫ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୩୦,୫୫୩କୁ ବୃଦ୍ଧି ପାଇଛି।

Share