Posted inଜାତୀୟ

ମହିଳା ସଂରକ୍ଷଣ ବିଲ୍‌ ଗୃହୀତ ହେଲେ ୬୬ କୋଟି ମହିଳା ସଶକ୍ତ ହେବେ: ସସ୍ମିତ

ନୂଆଦିଲ୍ଲୀ,୨୭।୭: ବିଜୁ ଜନତା ଦଳ (ବିଜେଡି) ପାର୍ଲାମେଣ୍ଟରେ ମହିଳା ସଂରକ୍ଷଣ ବିଲ୍‌ ଗୃହୀତ କରାଇବା ପାଇଁ ଦାବି କରିଆସୁଛି। ରାଜ୍ୟ ସଭାର ବିଜେଡି ସଦସ୍ୟ ସସ୍ମିତ ପାତ୍ର ବୁଧବାର ଉକ୍ତ ଦାବିକୁ ଦୋହରାଇ କହିଛନ୍ତି, ଏହି ବିଲ୍‌ ପାରିତ ହେଲେ ଭାରତର ୬୬ କୋଟି ମହିଳା ବାସ୍ତବରେ ସଶକ୍ତ ହେବେ। ବିଜେଡି ଲୋକ ସଭା ଏବଂ ରାଜ୍ୟ ବିଧାନସଭାଗୁଡ଼ିକରେ ମହିଳାଙ୍କ ପାଇଁ ୩୩% ସଂରକ୍ଷଣ ବ୍ୟବସ୍ଥା ଦାବି କରିଆସୁଛି। ୨୦୧୯ରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ଓ ଆଞ୍ଚଳିକ ଦଳଗୁଡ଼ିକର ସମର୍ଥନ ପାଇଁ ୨୨ଟି ପ୍ରତିନିଧି ଦଳ ପଠାଇଥିଲେ। ଅନେକ ଦଳ ଏହାକୁ ସମର୍ଥନ ପ୍ରତିଶ୍ରୁତି ଦେଇଥିଲେ। ୨୦୧୯ ଲୋକ ସଭା ନିର୍ବାଚନରେ ବିଜେଡି ୩୩% ମହିଳାମାନଙ୍କୁ ପ୍ରାର୍ଥୀ କରିଥିଲା, ଯାହାଙ୍କ ମଧ୍ୟରୁ ଅଧିକାଂଶ ବିଜୟୀ ହୋଇଥିଲେ। କେନ୍ଦ୍ରରେ ଅନେକ ସରକାର ଏହାକୁ କାର୍ଯ୍ୟକାରୀ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ ହେଁ ତାକୁ ପୂରଣ କରି ନାହାନ୍ତି। କେନ୍ଦ୍ର ସରକାର ପାର୍ଲାମେଣ୍ଟରେ ମହିଳା ସଂରକ୍ଷର ବିଲ୍‌ ଆଣି ଗୃହୀତ କରାନ୍ତୁ ବୋଲି ସସ୍ମିତ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ବଢୁଛି ଲୁଟ୍‌, ଗୋଟିଏ ଘଟଣାରେ ୨ ଗିରଫ, ଆଉ ୩ ଘଟଣାରେ ପୋଲିସ ହାତଖାଲି

ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ଚୋରି ଘଟଣାରେ ପୋଲିସ ଶନିବାର ୨ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ସୁରଜ…

ଗୁପ୍ତରେ ବିବାହ କଲେ KKRର ଅଲରାଉଣ୍ଡର, ଟିଭି ଅଭିନେତ୍ରୀଙ୍କ ହାତ ଧରିଲେ…

ନୂଆଦିଲ୍ଲୀ,୮।୮: କ୍ରିକେଟର ଏବଂ ଟେଲିଭିଜନ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କର ତାଲିକା ବହୁତ ଲମ୍ବା, ଏବଂ ଏବେ ଏଥିରେ ଆଉ ଏକ ନାମ ଯୋଡି ହୋଇଛି। ପ୍ରଶ୍ନର ସମ୍ମୁଖୀନ…

Mettle Meet 2026: ଫାଇନାଲରେ ଜୁନିଅର ୮ ଟିମ୍‌, ଆସନ୍ତାକାଲି ମହାମୁକାବିଲା

ଭୁବନେଶ୍ୱର,୮ା୮: ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ଜୁନିଅର ପ୍ରିଲିମ୍ସ ରାଉଣ୍ଡ ଶନିବାର ଶେଷ ହୋଇଛି। ଗ୍ରାଣ୍ଡ ଫିନାଲେ ପାଇଁ ଚୂଡ଼ାନ୍ତ ହୋଇଛି…

‘ପାକିସ୍ତାନୀମାନେ ଭାରତୀୟଙ୍କ ଶତ୍ରୁ ନୁହଁନ୍ତି,’ ଏମିତି କହି ଚର୍ଚ୍ଚାରେ ଆରଏସଏସ ମୁଖ୍ୟ ମୋହନ ଭାଗବତ

ନୂଆଦିଲ୍ଲୀ,୮।୮: ଭାରତ-ପାକିସ୍ତାନ ସମ୍ପର୍କ ଉଲ୍ଲେଖ କରିବା ସାଧାରଣତଃ ଉତ୍ତେଜନା, ସୀମା ବିବାଦ ଏବଂ ଶତ୍ରୁତାର ଚିତ୍ର ସୃଷ୍ଟି କରେ। ଏହା ମଧ୍ୟରେ, ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ)…

ମାଈ ହାତୀର କଙ୍କାଳ ଠାବ: ବନବିଭାଗର ତଦନ୍ତ ଆରମ୍ଭ

ରିଆମାଳ, ୮।୮( ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ନୂଆଁଡ଼ିହି ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଖିଲେଇ ଗ୍ରାମ ନିକଟବର୍ତ୍ତୀ ଗୋଗୁଆ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ…

ପୁଣି ସୃଷ୍ଟି ହେଲା ଲଘୁଚାପ: ସପ୍ତାହେ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୮: ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ବାଂଲାଦେଶ ଉପରେ ଏକ ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ହୋଇଛି। ଫଳରେ ରାଜ୍ୟରେ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ…

କାହିଁକି ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ଅଜିଙ୍କ୍ୟ ରାହାଣେ, ଜଣାପଡିଲା ଅସଲ କାରଣ, ଏବେ ବାଛିଛନ୍ତି…

ନୂଆଦିଲ୍ଲୀ,୮।୮: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ବିଶ୍ୱର ବିଭିନ୍ନ ଲିଗରେ ଖେଳିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏହା ସହିତ,…

୨ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ

କେସିଙ୍ଗା,୮ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ପୋଲିସ ଦ୍ୱାରା ଜଣେ ଚୋରା ବ୍ୟବସାୟୀଙ୍କ ସହ ୪୨ କେଜି ଚୋରା ଗଞ୍ଜେଇ ଧରାଯାଇଛି। କୌଣସି ସୂତ୍ରରୁ ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri