Posted inଜାତୀୟ

ନେପାଳ ବନ୍ୟାରେ ୬୬ ମୃତ

କାଠମାଣ୍ଡୁ, ୨୯।୯: ଲଗାଣ ବର୍ଷା ଯୋଗୁ ନେପାଳରେ ଶୁକ୍ରବାରଠାରୁ ବନ୍ୟାସ୍ଥିତି ଗମ୍ଭୀର ରୂପ ଧାରଣ କରିବାରେ ଲାଗିଛି। ବନ୍ୟା ଏବଂ ଭୂସ୍ଖଳନ ପ୍ରଭାବରେ ଦେଶରେ ଶନିବାର ସୁଦ୍ଧା ୬୬ ଜଣଙ୍କର ମୃତ୍ୟୁ ଘଟିଥିବା ନେପାଳ ଗୃହ ମନ୍ତ୍ରଣାଳୟର ଅଧିକାରୀ ଦିଲ କୁମାର ତମାଙ୍ଗ ସୂଚନା ଦେଇଛନ୍ତି। ତେବେ ମୃତ୍ୟୁସଂଖ୍ୟା ଆହୁରି ବଢ଼ିପାରେ ବୋଲି ସେ ଆଶଙ୍କାବ୍ୟକ୍ତ କରିଛନ୍ତି। ସେହିପରି ଶନିବାର ସୁଦ୍ଧା ବନ୍ୟା ଏବଂ ଭୂସ୍ଖଳନରେ ଦେଶର ୬୯ ଜଣ ନିଖୋଜ ଥିବାବେଳେ ୬୦ ଜଣ ଆହତ ହୋଇଛନ୍ତି। କେବଳ କାଠମାଣ୍ଡୁ ଉପତ୍ୟକାରୁ ସର୍ବାଧିକ ୪୦ରୁ ଅଧିକ ମୃତ୍ୟୁ ଘଟିଥିବା ସେ କହିଛନ୍ତି। ବନ୍ୟାରେ କାଠମାଣ୍ଡୁ ସହରର ଟ୍ରାଫିକ୍‌ ବ୍ୟବସ୍ଥା ବାଧାପ୍ରାପ୍ତ ହେବା ସହ ସାଧାରଣ କାର୍ଯ୍ୟକଳାପକୁ ଅଟକାଇ ଦେଇଛି।
ସେହିପରି ବନ୍ୟାରେ ଟ୍ରାନ୍ସମିଶନ୍‌ ଲାଇନ ବାଧାପ୍ରାପ୍ତ ହୋଇଥିବାରୁ ସମ୍ପୂର୍ଣ୍ଣ କାଠମାଣ୍ଡୁରେ ବିଦ୍ୟୁତ ସରବରାହ ବନ୍ଦ ରହିଛି। କେବଳ ଶୁକ୍ରବାର କାଠମାଣ୍ଡୁରେ ୩୨୨.୨ ମିମି ବର୍ଷା ରେକର୍ଡ ହୋଇଛି। ଫଳରେ ଦେଶରେ ଅଧିକାଂଶ ନଦୀ ଫୁଲି ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ବନ୍ୟାରେ ନେପାଳର ୪୪ଟି ସ୍ଥାନରେ ମୁଖ୍ୟ ରାଜପଥ ଅବରୋଧ ହୋଇଥିବା ସହ ବିମାନ ଯାତ୍ରା ବାଧାପ୍ରାପ୍ତ ହୋଇଛି। ସେହିପରି ଶନିବାର ସୁଦ୍ଧା ଦେଶର ୨୨୬ଟି ଘର ଜଳମଗ୍ନ ହୋଇଯାଇଛି। ବନ୍ୟା ପ୍ରଭାବିତ ଅଞ୍ଚଳରେ ୩ ହଜାରରୁ ଅଧିକ ଉଦ୍ଧାରକାରୀ ଦଳ ନେପାଳ ସରକାରଙ୍କ ପକ୍ଷରୁ ନିୟୋଜିତ ହୋଇଛନ୍ତି। ଉଦ୍ଧାରକାରୀ ଦଳ ହେଲିକପ୍ଟର ଏବଂ ରବର ବୋଟ୍‌ ସାହାଯ୍ୟରେ ଉଦ୍ଧାର କାର୍ଯ୍ୟ ଚଳାଇଛନ୍ତି। ଶନିବାର ସୁଦ୍ଧା ବନ୍ୟାଘେରରେ ଫସି ରହିଥିବା ୧ ହଜାରରୁ ଅଧିକ ଲୋକଙ୍କୁ ଉଦ୍ଧାର କରାଯାଇଥିବା ନେପାଳ ଗୃହ ମନ୍ତ୍ରଣାଳୟ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri