ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୬୬ ଜୀବନ

ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ପୁଣି ଥରେ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଗୁରୁବାର ରାଜ୍ୟରେ କରୋନାଜନିତ ୬୬ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪,୮୬୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୧ଜଣ କରୋନାରେ ପ୍ରାଣ ହରାଇଥିବା ବେଳେ ଭୁବନେଶ୍ୱରରୁ କେବଳ ୨୦ଜଣ ରହିଛନ୍ତି। ସେହିପରି ବରଗଡ଼ ଓ ସୁନ୍ଦରଗଡ଼ରୁ ୧୦ଜଣ ଲେଖାଏ ଓ ବାଲେଶ୍ୱରରୁ ୮ ଜଣଙ୍କର କରୋନାରେ ଜୀବନ ଯାଇଛି। ସେହିଭଳିି ସମ୍ବଲପୁରରୁ ୭, ଭଦ୍ରକ ଓ ମୟୂରଭଞ୍ଜରୁ ୨ ଏବଂ ବଲାଙ୍ଗିର, କଟକ ଓ ଗଞ୍ଜାମ, ଜଗତସିଂହପୁର, କଳାହାଣ୍ଡି ଓ ପୁରୀରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri