ପେନ୍‌ସନ୍‌, ଚାକିରି ସର୍ତ୍ତାବଳୀ ଦାବିରେ ଗର୍ଜିଲା ୬୬୨ ବର୍ଗ କଲେଜ ସଂଘ

ବରଗଡ଼,୬ା୮(ପ୍ରେମାନନ୍ଦ ଖମାରୀ): ପେନ୍‌ସନ୍‌ ଓ ଚାକିରି ସର୍ତ୍ତାବଳୀ ଦାବିରେ ଆନ୍ଦୋଳନକୁ ଓହ୍ଲାଇଛି ୬୬୨ ବର୍ଗ କଲେଜ ସଂଘ। ବରଗଡ଼ ଜିଲା ୬୬୨ ବର୍ଗ ଅନ୍ତର୍ଗତ ମହାବିଦ୍ୟାଳୟଗୁଡ଼ିକର ଅଧ୍ୟାପକ ଓ କର୍ମଚାରୀମାନେ ବୁଧବାର ସ୍ଥାନୀୟ ବରଗଡ଼ ଗାନ୍ଧୀଛକ ନିକଟରୁ ଏକ ଶୋଭାଯାତ୍ରାରେ ଆସି ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଏକ ପ୍ରତିବାଦ ସଭା କରିଥିଲେ। ଏହାପରେ ପେନ୍‌ସନ୍‌ ଓ ଚାକିରି ସର୍ତ୍ତାବଳୀ ସମ୍ବଳିତ ଦାବିପତ୍ରକୁ ଓଡ଼ିଶା ମୁଖ୍ୟମନ୍ତ୍ରୀ, ଭାରତର ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରଶିକ୍ଷା ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା।

ଜିଲା ସଂଘର ସଭାପତି ଅଶୋକ କୁମାର ବେହେରା, ଉପସଭାପତି ଗୋପାଳକୃଷ୍ଣ ମିଶ୍ର, ସମ୍ପାଦକ ସୁଶାନ୍ତ ମିଶ୍ର, ସହ ସମ୍ପାଦକ ଜଗଦୀଶ ଦେବତା, କୋଷାଧ୍ୟକ୍ଷ ସୁରେଶ ପରିଡ଼ା, ଅଧ୍ୟାପକ ବିଜୟ ମିଶ୍ର, ତାରିଣୀ ଦେବତା, ପ୍ରଶାନ୍ତ ପଣ୍ଡା, ସରୋଜ ଦେବତା, ନମିତା ବିଶି, ରାଜଶ୍ରୀ ମିଶ୍ରଙ୍କ ସମେତ ଅନେକ ଅଧ୍ୟାପିକା, ଅଧ୍ୟାପକ, କର୍ମଚାରୀ ପ୍ରମୁଖ ଉପସ୍ଥିତ ହୋଇ ଦାବିପତ୍ର ପ୍ରଦାନ କରିଥିଲେ।

ସୂଚନାଯୋଗ୍ୟ, ଏହି ବର୍ଗର କଲେଜଗୁଡ଼ିକ ଗ୍ରାମାଞ୍ଚଳରେ ଉଚ୍ଚଶିକ୍ଷାର ପ୍ରାୟ ୭୦ଭାଗ ଦାୟିତ୍ୱ ବହନ କରୁଛନ୍ତି। ସରକାର ସବୁବେଳେ ଏମାନଙ୍କୁ ଉପେକ୍ଷା କରୁଥିବା ଅଭିଯୋଗ ହେଉଛି। ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ପ୍ରତିବାଦ ସଭାରେ ସଂଘର କର୍ମକର୍ତ୍ତାମାନେ କହିଛନ୍ତି, ୩୦ ବର୍ଷ ପୂର୍ବରୁ ସ୍ଥାପିତ ହୋଇ ଆସିଥିବା ଏହି ମହାବିଦ୍ୟାଳୟ ଗୁଡିକ
ପର୍ଯ୍ୟାୟକ୍ରମେ ଅନୁଦାନ ପରିସରଭୁକ୍ତ ହୋଇଥିଲେ ମଧ୍ୟ ଏହି ବର୍ଗର କର୍ମଚାରୀଙ୍କୁ ସରକାର ଏପର୍ଯ୍ୟନ୍ତ ଚାକିରି ସର୍ତ୍ତାବଳୀ ଦେଇନାହାନ୍ତି କି ପେନସନ ପରିସରଭୁକ୍ତ କରି ନାହାନ୍ତି। ଫଳରେ ଅଧ୍ୟାପକ ଓ କର୍ମଚାରୀମାନେ
ଖାଲି ହାତରେ ଅବସର ନେଉଛନ୍ତ। ପେନ୍‌ସନ୍‌, ଗ୍ରାଚ୍ୟୁଇଟି କିମ୍ବା କୌଣସି ଅବସରକାଳୀନ ସୁବିଧାରୁ ବଞ୍ଚିତ ଏହି କର୍ମଚାରୀମାନେ ଅବସର ପରେ ମାତ୍ରାଧିକ ଯନ୍ତ୍ରଣା ଭୋଗ କରୁଛନ୍ତି। ଏନେଇ ସରକାରଙ୍କ ନିକଟରେ
ବାରମ୍ବାର ଦାବି କରାଯାଉଥିଲେ ସୁଦ୍ଧା କୌଣସି ସୁଫଳ ମିଳିପାରିନାହିଁ।

ରାଜ୍ୟରେ ନୂଆ ସରକାର ଆସିବାର ଏକ ବର୍ଷ ବିତି ଯାଇଥିଲେ ମଧ୍ୟ ନୂତନ ପେନ୍‌ସନ୍‌ ନୀତି ଘୋଷଣା କରି ନାହାନ୍ତି। ନୂତନ ସରକାରଙ୍କୁ ସମ୍ମାନ ଜଣାଇ ସଂଘ ଏକବର୍ଷ ହେଲା ଆନ୍ଦୋଳନକୁ ସ୍ଥଗିତ ରଖି ସରକାରଙ୍କ ସହ ଆଲୋଚନା ପାଇଁ ପ୍ରୟାସ କରିଥିଲା। କିନ୍ତୁ ଏହାଦ୍ୱାରା କୌଣସି ସୁଫଳ ଏପର୍ଯ୍ୟନ୍ତ ମିଳିଲା ନାହିଁ । ଏହାର ପ୍ରତିବାଦରେ ବାଧ୍ୟ ହୋଇ ସଂଘ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଦାବିପତ୍ର ପ୍ରଦାନ କରିଛନ୍ତି। ଯଦି ସରକାର ସଂଘ ସହିତ ଆଲୋଚନା କରି ସମାଧାନର ବାଟ ବାହାର ନ କରନ୍ତି ତା’ହେଲେ ଆସନ୍ତା ୧୬ ତାରିଖରେ ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ବିଶାଳ ସମାବେଶ କରାଯିବ ବୋଲି କର୍ମକର୍ତ୍ତାମାନେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ବାଙ୍କୀରେ ୧୬୩ ଧାରା ଉଲ୍ଲଂଘନ: ଭାଜପା-ବିଜେଡି ମୁହାଁମୁହିଁ, ୭ ଦିନିଆ ଚେତାବନୀ: ପ୍ରଶାସନିକ କାର୍ଯ୍ୟାନୁଷ୍ଠାନକୁ ନେଇ

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଖଣ୍ଡ ଡମପଡ଼ା ବ୍ଲକ ଏବଂ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବିଏନ୍‌ଏସ୍‌ର ୧୬୩ ଧାରା ଜାରି ହୋଇଥିବା ସତ୍ତ୍ବେ ଦୁଇ ପ୍ରମୁଖ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା-ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଗଞ୍ଜାମ, ୧୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପରିସରରେ ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର…

ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଘଟିଥିଲା ସବର୍ଣ୍ଣ-ଅସବର୍ଣ୍ଣ ସଂଘର୍ଷ: ବର୍ଷେ ପରେ ୩ ଅଭିଯୁକ୍ତ ଗଲେ ଜେଲ 

ଦିଗପହଣ୍ଡି, ୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଗତ ବର୍ଷ ଘଟିଥିବା ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ସଂଘର୍ଷ ଏବଂ ହତ୍ୟା ଉଦ୍ୟମ ମାମଲାରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri