+୨ ମୂଲ୍ୟାୟନରେ ସହଯୋଗ କରିବେ ୬୬୨ ବର୍ଗ ଅଧ୍ୟାପକ

ଭୁବନେଶ୍ୱର,୯।୪(ବ୍ୟୁରୋ): ଆସନ୍ତା ୧୦ ତାରିଖରୁ +୨ ପରୀକ୍ଷା ଖାତା ମୂଲ୍ୟାୟନ ଆରମ୍ଭ ହେଉଛି। ତେବେ ଆନ୍ଦୋଳନକୁ ଓହ୍ଲାଇଥିବା ୬୬୨ ବର୍ଗ ଅଧ୍ୟାପକମାନେ ସର୍ତ୍ତମୂଳକ ଭାବେ ମୂଲ୍ୟାୟନରେ ସହଯୋଗ କରିବେ କହିଛନ୍ତି। ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବ ଓଡ଼ିଶାରେ ନ ଥିବାରୁ ଦାବି ପୂରଣ ନେଇ ଆଲୋଚନା ହୋଇପାରି ନାହିଁ। ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି +୨ ମୂଲ୍ୟାୟନ କାର୍ଯ୍ୟରେ ୬୬୨ ବର୍ଗ କଲେଜ ସଂଘ ସହଯୋଗ କରିବ। ସରକାର ପ୍ରତିଶ୍ରୁତି ରକ୍ଷା ନ କଲେ ଆଗକୁ ଆନ୍ଦୋଳନ ତୀବ୍ରତର ହେବ ବୋଲି ସଂଘ ପକ୍ଷରୁ କୁହାଯାଇଛି।
ସମାନ ଗ୍ରେଡ-ପେ’କୁ ସମାନ ଦରମା ବୃଦ୍ଧି, ସମସ୍ତ କର୍ମଚାରୀଙ୍କୁ ଗ୍ରାଚ୍ୟୁଇଟି ଦେବା ଓ ପେନ୍‌ସନ ପରିସରଭୁକ୍ତ କରିବା, ୨୦୧୮ ଜି.ଓ.ରେ ଅନ୍ତର୍ଭୁକ୍ତ କର୍ମଚାରୀଙ୍କୁ ୭ମ ବେତନ ହାରରେ ଦରମା ଦେବା, ଅନୁଦାନରୁ ବାଦ୍‌ ପଡ଼ିଥିବା କର୍ମଚାରୀଙ୍କୁ ଅନୁଦାନ ପରିସରଭୁକ୍ତ କରିବା ଆଦି ୪ଦଫା ଦାବି ନେଇ ୫୫ ଦିନ ହେବ ଅହୋରାତ୍ର ଆନ୍ଦୋଳନ ଚାଲିଛି। ପରୀକ୍ଷା ପୂର୍ବରୁ ସରକାରଙ୍କ ମନ୍ତ୍ରୀସ୍ତରୀୟ କମିଟି ସହ ଦାବି ସମ୍ପର୍କରେ ଆଲୋଚନା ହୋଇଥିଲା। ମାତ୍ର ଏପର୍ଯ୍ୟନ୍ତ କୌଣସି ପଦକ୍ଷେପ ନିଆଯାଉ ନ ଥିବାରୁ ଗତ ୬ ତାରିଖରେ କଳାପଟି ବାନ୍ଧି, ମହମବତି ଜାଳି ଅଧ୍ୟାପକ ଓ କର୍ମଚାରୀମାନେ ପ୍ରତିବାଦ କରିଥିଲେ। ଏଥିସହ ଆଗକୁ +୨ ମୂଲ୍ୟାୟନରେ ଅସହଯୋଗ କରିବା ନେଇ ସଂଘ ଚେତାବନୀ ଦେଇଥିଲା। ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ସଚିବ ଓଡ଼ିଶାରେ ନାହାନ୍ତି। ଅନୌପଚାରିକ ଆଲୋଚନାରେ ସେମାନେ ଆସିବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ବିଜେଡି ବିଧାୟକ ପ୍ରଣବ ପ୍ରକାଶ ଦାସ ସଂଘକୁ ଅନୁରୋଧ କରିଥିଲେ। ଅନୁରୋଧ ରକ୍ଷା ସହ ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି +୨ ମୂଲ୍ୟାୟନ କାର୍ଯ୍ୟରେ ସହଯୋଗ କରାଯିବ ବୋଲି ସଂଘ ସଭାପତି ଗୋଲକ ନାୟକ କହିଛନ୍ତି। ହେଲେ ପ୍ରତୀକାତ୍ମକ ଧାରଣା ଜାରି ରହିବାନେଇ ଦୁଇ ସାଧାରଣ ସମ୍ପାଦକ ସତାପ ଉଦ୍ଦିନ ଅହମ୍ମଦ ଓ ରଞ୍ଜନ କୁମାର ପ୍ରଧାନଙ୍କ ସମେତ ଡ. ଗଗନ ବେଉରା, ତପନ କୁମାର ଜେନା, ଜ୍ୟୋତ୍ସ୍ନାରାଣୀ ବସ୍ତିଆ, ସୁଧୀର ମହାନ୍ତି, ସରୋଜ ରଥ, ଅଶୋକ ବେହେରା ପ୍ରମୁଖ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri