+୨ ମୂଲ୍ୟାୟନରେ ସହଯୋଗ କରିବେ ୬୬୨ ବର୍ଗ ଅଧ୍ୟାପକ

ଭୁବନେଶ୍ୱର,୯।୪(ବ୍ୟୁରୋ): ଆସନ୍ତା ୧୦ ତାରିଖରୁ +୨ ପରୀକ୍ଷା ଖାତା ମୂଲ୍ୟାୟନ ଆରମ୍ଭ ହେଉଛି। ତେବେ ଆନ୍ଦୋଳନକୁ ଓହ୍ଲାଇଥିବା ୬୬୨ ବର୍ଗ ଅଧ୍ୟାପକମାନେ ସର୍ତ୍ତମୂଳକ ଭାବେ ମୂଲ୍ୟାୟନରେ ସହଯୋଗ କରିବେ କହିଛନ୍ତି। ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବ ଓଡ଼ିଶାରେ ନ ଥିବାରୁ ଦାବି ପୂରଣ ନେଇ ଆଲୋଚନା ହୋଇପାରି ନାହିଁ। ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି +୨ ମୂଲ୍ୟାୟନ କାର୍ଯ୍ୟରେ ୬୬୨ ବର୍ଗ କଲେଜ ସଂଘ ସହଯୋଗ କରିବ। ସରକାର ପ୍ରତିଶ୍ରୁତି ରକ୍ଷା ନ କଲେ ଆଗକୁ ଆନ୍ଦୋଳନ ତୀବ୍ରତର ହେବ ବୋଲି ସଂଘ ପକ୍ଷରୁ କୁହାଯାଇଛି।
ସମାନ ଗ୍ରେଡ-ପେ’କୁ ସମାନ ଦରମା ବୃଦ୍ଧି, ସମସ୍ତ କର୍ମଚାରୀଙ୍କୁ ଗ୍ରାଚ୍ୟୁଇଟି ଦେବା ଓ ପେନ୍‌ସନ ପରିସରଭୁକ୍ତ କରିବା, ୨୦୧୮ ଜି.ଓ.ରେ ଅନ୍ତର୍ଭୁକ୍ତ କର୍ମଚାରୀଙ୍କୁ ୭ମ ବେତନ ହାରରେ ଦରମା ଦେବା, ଅନୁଦାନରୁ ବାଦ୍‌ ପଡ଼ିଥିବା କର୍ମଚାରୀଙ୍କୁ ଅନୁଦାନ ପରିସରଭୁକ୍ତ କରିବା ଆଦି ୪ଦଫା ଦାବି ନେଇ ୫୫ ଦିନ ହେବ ଅହୋରାତ୍ର ଆନ୍ଦୋଳନ ଚାଲିଛି। ପରୀକ୍ଷା ପୂର୍ବରୁ ସରକାରଙ୍କ ମନ୍ତ୍ରୀସ୍ତରୀୟ କମିଟି ସହ ଦାବି ସମ୍ପର୍କରେ ଆଲୋଚନା ହୋଇଥିଲା। ମାତ୍ର ଏପର୍ଯ୍ୟନ୍ତ କୌଣସି ପଦକ୍ଷେପ ନିଆଯାଉ ନ ଥିବାରୁ ଗତ ୬ ତାରିଖରେ କଳାପଟି ବାନ୍ଧି, ମହମବତି ଜାଳି ଅଧ୍ୟାପକ ଓ କର୍ମଚାରୀମାନେ ପ୍ରତିବାଦ କରିଥିଲେ। ଏଥିସହ ଆଗକୁ +୨ ମୂଲ୍ୟାୟନରେ ଅସହଯୋଗ କରିବା ନେଇ ସଂଘ ଚେତାବନୀ ଦେଇଥିଲା। ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ସଚିବ ଓଡ଼ିଶାରେ ନାହାନ୍ତି। ଅନୌପଚାରିକ ଆଲୋଚନାରେ ସେମାନେ ଆସିବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ବିଜେଡି ବିଧାୟକ ପ୍ରଣବ ପ୍ରକାଶ ଦାସ ସଂଘକୁ ଅନୁରୋଧ କରିଥିଲେ। ଅନୁରୋଧ ରକ୍ଷା ସହ ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି +୨ ମୂଲ୍ୟାୟନ କାର୍ଯ୍ୟରେ ସହଯୋଗ କରାଯିବ ବୋଲି ସଂଘ ସଭାପତି ଗୋଲକ ନାୟକ କହିଛନ୍ତି। ହେଲେ ପ୍ରତୀକାତ୍ମକ ଧାରଣା ଜାରି ରହିବାନେଇ ଦୁଇ ସାଧାରଣ ସମ୍ପାଦକ ସତାପ ଉଦ୍ଦିନ ଅହମ୍ମଦ ଓ ରଞ୍ଜନ କୁମାର ପ୍ରଧାନଙ୍କ ସମେତ ଡ. ଗଗନ ବେଉରା, ତପନ କୁମାର ଜେନା, ଜ୍ୟୋତ୍ସ୍ନାରାଣୀ ବସ୍ତିଆ, ସୁଧୀର ମହାନ୍ତି, ସରୋଜ ରଥ, ଅଶୋକ ବେହେରା ପ୍ରମୁଖ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?