ସହଯୋଗ କରିବେ ୬୬୨ ବର୍ଗ ଅଧ୍ୟାପକ

ଭୁବନେଶ୍ୱର, ୧।୩(ବ୍ୟୁରୋ): ୬୬୨ବର୍ଗ ଅଧ୍ୟାପକଙ୍କ ଆନ୍ଦୋଳନ ଯୋଗୁ ଯୁକ୍ତ୨ ପରୀକ୍ଷା ପରିଚାଳନା ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ଛାତ୍ରୀଛାତ୍ରଙ୍କ ସ୍ବାର୍ଥ ଦୃଷ୍ଟିରୁ ସର୍ତ୍ତମୂଳକ ଭାବେ ପରୀକ୍ଷା ପରିଚାଳନାରେ ସହଯୋଗ କରିବ ବୋଲି ୬୬୨ ବର୍ଗ ଅଧ୍ୟାପକ ସଂଘ କହିଛି। ଦୀର୍ଘ ୧୬ ଦିନର ଅହୋରାତ୍ର ଧାରଣା ଏବଂ ତିନିଥର ମହାସମାବେଶ ପରେ ମଙ୍ଗଳବାର ରାଜ୍ୟ ସରକାର ଓ ସଂଘର କର୍ମକର୍ତ୍ତାଙ୍କ ମଧ୍ୟରେ ଆଲୋଚନା ହୋଇଛି। ସରକାରଙ୍କ ତରଫରୁ ଆନ୍ତଃମନ୍ତ୍ରୀସ୍ତରୀୟ କମିଟିର ଅଧ୍ୟକ୍ଷ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଏବଂ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ନେତୃତ୍ୱ ନେଇଥିବାବେଳେ ସଂଘ ତରଫରୁ ସଭାପତି ଗୋଲକ ନାୟକଙ୍କ ନେତୃତ୍ୱରେ ୭ଜଣିଆ ପ୍ରତିନିଧି ଦଳ ଆଲୋଚନାରେ ଭାଗ ନେଇଥିଲେ। ବିସ୍ତୃତ ଆଲୋଚନା ପରେ ଦାବିଗୁଡ଼ିକ ଯଥାର୍ଥ ଏବଂ ଆସନ୍ତା ୧୨ତାରିଖ ମଧ୍ୟରେ ମନ୍ତ୍ରୀସ୍ତରୀୟ କମିଟି ସହ ଶିକ୍ଷା ବିଭାଗର ଦୁଇ ମନ୍ତ୍ରୀ ଓ ସଚିବ ଉପସ୍ଥିତ ରହି ପୂର୍ଣ୍ଣାଙ୍ଗ ଆଲୋଚନା କରିବେ। ଏଥିସହ ଦାବିଗୁଡ଼ିକ ସମ୍ପର୍କରେ ବିଚାର କରାଯିବ ବୋଲି ସରକାର ପ୍ରତିଶ୍ରୁତି ଦେଇଥିଲେ। ସେହିପରି ଯୁକ୍ତ୨ ପରୀକ୍ଷାରେ ସହଯୋଗ ନିମନ୍ତେ ସଂଘକୁ ଅନୁରୋଧ କରିଥିଲେ। ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ସଂଘ ପକ୍ଷରୁ ପରୀକ୍ଷାରେ ସମ୍ପୂର୍ଣ୍ଣ ସହଯୋଗ କରାଯିବ। ବୁଧବାରଠାରୁ ସମସ୍ତ ଅଧ୍ୟାପକ ଓ କର୍ମଚାରୀ ପରୀକ୍ଷା କାର୍ଯ୍ୟରେ ନିୟୋଜିତ ହୋଇ ଶୃଙ୍ଖଳିତ ଭାବେ ପରୀକ୍ଷା ପରିଚାଳନା କରିବେ ବୋଲି ସଭାପତି ନାୟକ ପ୍ରତିଶ୍ରୁତି ଦେଇଥିଲେ। ତେବେ ଆଲୋଚନା ପର୍ଯ୍ୟନ୍ତ ଲୋୟର ପିଏମ୍‌ଜିରେ ପ୍ରତୀକାତ୍ମକ ଧାରଣା ଜାରିରହିବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ୪ଦଫା ଦାବିରେ ୬୬୨ବର୍ଗ କଲେଜ ସଂଘ ଗତ ୧୩ ତାରିଖରୁ ଅହୋରାତ୍ର ଆନ୍ଦୋଳନ କରୁଛି। ସରକାର ଯଦି ପୁଣି ଠକିବାକୁ ଚେଷ୍ଟା କରନ୍ତି, ତା’ହେଲେ ଏହି ଆନ୍ଦୋଳନକୁ ବ୍ୟାପକ କରାଯିବ ବୋଲି ସଂଘ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri