ସହଯୋଗ କରିବେ ୬୬୨ ବର୍ଗ ଅଧ୍ୟାପକ

ଭୁବନେଶ୍ୱର, ୧।୩(ବ୍ୟୁରୋ): ୬୬୨ବର୍ଗ ଅଧ୍ୟାପକଙ୍କ ଆନ୍ଦୋଳନ ଯୋଗୁ ଯୁକ୍ତ୨ ପରୀକ୍ଷା ପରିଚାଳନା ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ଛାତ୍ରୀଛାତ୍ରଙ୍କ ସ୍ବାର୍ଥ ଦୃଷ୍ଟିରୁ ସର୍ତ୍ତମୂଳକ ଭାବେ ପରୀକ୍ଷା ପରିଚାଳନାରେ ସହଯୋଗ କରିବ ବୋଲି ୬୬୨ ବର୍ଗ ଅଧ୍ୟାପକ ସଂଘ କହିଛି। ଦୀର୍ଘ ୧୬ ଦିନର ଅହୋରାତ୍ର ଧାରଣା ଏବଂ ତିନିଥର ମହାସମାବେଶ ପରେ ମଙ୍ଗଳବାର ରାଜ୍ୟ ସରକାର ଓ ସଂଘର କର୍ମକର୍ତ୍ତାଙ୍କ ମଧ୍ୟରେ ଆଲୋଚନା ହୋଇଛି। ସରକାରଙ୍କ ତରଫରୁ ଆନ୍ତଃମନ୍ତ୍ରୀସ୍ତରୀୟ କମିଟିର ଅଧ୍ୟକ୍ଷ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଏବଂ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ନେତୃତ୍ୱ ନେଇଥିବାବେଳେ ସଂଘ ତରଫରୁ ସଭାପତି ଗୋଲକ ନାୟକଙ୍କ ନେତୃତ୍ୱରେ ୭ଜଣିଆ ପ୍ରତିନିଧି ଦଳ ଆଲୋଚନାରେ ଭାଗ ନେଇଥିଲେ। ବିସ୍ତୃତ ଆଲୋଚନା ପରେ ଦାବିଗୁଡ଼ିକ ଯଥାର୍ଥ ଏବଂ ଆସନ୍ତା ୧୨ତାରିଖ ମଧ୍ୟରେ ମନ୍ତ୍ରୀସ୍ତରୀୟ କମିଟି ସହ ଶିକ୍ଷା ବିଭାଗର ଦୁଇ ମନ୍ତ୍ରୀ ଓ ସଚିବ ଉପସ୍ଥିତ ରହି ପୂର୍ଣ୍ଣାଙ୍ଗ ଆଲୋଚନା କରିବେ। ଏଥିସହ ଦାବିଗୁଡ଼ିକ ସମ୍ପର୍କରେ ବିଚାର କରାଯିବ ବୋଲି ସରକାର ପ୍ରତିଶ୍ରୁତି ଦେଇଥିଲେ। ସେହିପରି ଯୁକ୍ତ୨ ପରୀକ୍ଷାରେ ସହଯୋଗ ନିମନ୍ତେ ସଂଘକୁ ଅନୁରୋଧ କରିଥିଲେ। ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ସଂଘ ପକ୍ଷରୁ ପରୀକ୍ଷାରେ ସମ୍ପୂର୍ଣ୍ଣ ସହଯୋଗ କରାଯିବ। ବୁଧବାରଠାରୁ ସମସ୍ତ ଅଧ୍ୟାପକ ଓ କର୍ମଚାରୀ ପରୀକ୍ଷା କାର୍ଯ୍ୟରେ ନିୟୋଜିତ ହୋଇ ଶୃଙ୍ଖଳିତ ଭାବେ ପରୀକ୍ଷା ପରିଚାଳନା କରିବେ ବୋଲି ସଭାପତି ନାୟକ ପ୍ରତିଶ୍ରୁତି ଦେଇଥିଲେ। ତେବେ ଆଲୋଚନା ପର୍ଯ୍ୟନ୍ତ ଲୋୟର ପିଏମ୍‌ଜିରେ ପ୍ରତୀକାତ୍ମକ ଧାରଣା ଜାରିରହିବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ୪ଦଫା ଦାବିରେ ୬୬୨ବର୍ଗ କଲେଜ ସଂଘ ଗତ ୧୩ ତାରିଖରୁ ଅହୋରାତ୍ର ଆନ୍ଦୋଳନ କରୁଛି। ସରକାର ଯଦି ପୁଣି ଠକିବାକୁ ଚେଷ୍ଟା କରନ୍ତି, ତା’ହେଲେ ଏହି ଆନ୍ଦୋଳନକୁ ବ୍ୟାପକ କରାଯିବ ବୋଲି ସଂଘ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri