୯ରୁ ଆନ୍ଦୋଳନକୁ ଓହ୍ଲାଇବ ୬୬୨ ବର୍ଗ ବେସରକାରୀ କଲେଜ ଅଧ୍ୟାପକ କର୍ମଚାରୀ ସଂଘ

ଭୁବନେଶ୍ୱର,୩।୨ (ବ୍ୟୁରୋ):କ୍ୟାବିନେଟ୍‌ ବୈଠକରେ ଅଧ୍ୟାପକ ଓ କର୍ମଚାରୀଙ୍କ ପାଇଁ ସ୍ଥିରୀକୃତ ପଦ୍ଧତିକୁ ନିଖିଳ ଓଡ଼ିଶା ୬୬୨ ବର୍ଗ ବେସରକାରୀ କଲେଜ ଅଧ୍ୟାପକ କର୍ମଚାରୀ ସଂଘ ପକ୍ଷରୁ ତୀବ୍ର ବିରୋଧ କରାଯାଇଛି। ଗତ ଡିସେମ୍ବର ୧୦ରେ ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ୭ମ କମିଶନ ବେତନ ଆଧାରରେ ଦରମା ପ୍ରଦାନ ପାଇଁ ନିଷ୍ପତ୍ତି ହୋଇଥିଲା। ତେବେ ଜାନୁୟାରୀ ୨୧ କ୍ୟାବିନେଟ୍‌ ବୈଠକରେ ହୋଇଥିବା ନିଷ୍ପତ୍ତିରେ କିଛି କର୍ମଚାରୀଙ୍କୁ ଅହେତୁକ ଅନୁକମ୍ପା ପ୍ରଦାନ କରାଯାଇଥିବା ସଂଘ ଅଭିଯୋଗ କରିଛି। ୪୨୦୦ ଗ୍ରେଡ୍‌ ପେ’ ପାଉଥିତ୍ବା ୪୮୮ ବର୍ଗର ପିଇଟି, ଲାଇବ୍ରେରିଆନ୍‌ ଓ ଡେମୋନଷ୍ଟ୍ରେଟରଙ୍କଠାରୁ ୪୬୦୦ ଗ୍ରେଡ୍‌ ପେ’ ପାଉଥିତ୍ବା ୬୬୨ ବର୍ଗ କଲେଜ ଅଧ୍ୟାପକମାନଙ୍କୁ କମ୍‌ ଦରମା ଦେବା ପାଇଁ ନିଷ୍ପତ୍ତି ହୋଇଥିତ୍ବାରୁ ସଂଘ ଉଦ୍‌ବେଗ ପ୍ରକାଶ କରିଛି। ତେଣୁ ଆସନ୍ତା ୯ରୁ ଆନ୍ଦୋଳନକୁ ଓହ୍ଲାଇବା ପାଇଁ ସଂଘ ନିଷ୍ପତ୍ତି ନେଇଛି। ଏନେଇ ସଂଘ ସଭାପତି ଗୋଲକ ନାୟକ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri