Posted inଜାତୀୟ

ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଭଣଜା ଗିରଫ

ନୂଆଦିଲ୍ଲୀ,୨୦।୮: ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଭଣଜା ରତୁଲ ପୁରୀଙ୍କୁ ମଙ୍ଗଳବାର ସକାଳେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି। ୩୫୪ କୋଟି ଟଙ୍କାର ବ୍ୟାଙ୍କ ଦୁର୍ନୀତି ମାମଲାରେ ରତୁଲଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି। ଶନିବାର ସିବିଆଇ ପକ୍ଷରୁ ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ୩୫୪କୋଟି ଟଙ୍କାର ଠକେଇ ମାମଲାରେ ରତୁଲଙ୍କ ନାଁରେ ମାମଲା ରୁଜୁ କରାଯାଇଥିଲା। ଏଥିସହ ତାଙ୍କ ପିତା ପ୍ରବନ୍ଧ ନିର୍ଦ୍ଦେଶକ ଦିପକ ପୁରୀ, ମା’ ନୀତା ପୁରୀ, ସଞ୍ଜୟ ଜୈନ, ଓ ବିନିତ ଶର୍ମାଙ୍କ ବିରୋଧରେ ଆପରାଧିକ ଷଡଯନ୍ତ୍ର, ଜାଲିଆତି, ଠକେଇ ଓ ଭ୍ରଷ୍ଟାଚାର ମାମଲା ରୁଜୁ କରାଯାଇଥିଲା। କେବଳ ସେତିକି ନୁହେଁ ରବିବାର ଏହି ଅଭିଯୁକ୍ତଙ୍କ ବାସଭବନ ଓ କାର୍ଯ୍ୟାଳୟ ସମେତ ୬ଟି ସ୍ଥାନରେ ସିବିଆଇ ପକ୍ଷରୁ ଚଢ଼ାଉ କରାଯାଇଥିଲା।


All Right Reserved By Dharitri.Com

ବିଦାହେବେ ବେଆଇନ ପ୍ରବାସୀ

ଓ୍ବାଶିଂଟନ,୧୯ା୬( ଆଇଏଏନ୍‌ଏସ୍‌): ଆମେରିକାରେ ବେଆଇନ ଭାବେ ବସବାସ କରୁଥିବା ପ୍ରବାସୀମାନଙ୍କୁ ସ୍ବଦେଶକୁ ପ୍ରତ୍ୟର୍ପଣ କରାଯିବ। ଏନେଇ ଦେଶର ଅପ୍ରବାସନ ପ୍ରବର୍ତ୍ତନ କର୍ତ୍ତୃପକ୍ଷ ଆସନ୍ତା ସପ୍ତାହରେ ଅଭିଯାନ...

ଲାଲୁଙ୍କ ଜୀବନୀ ଉପରେ ହେବ ବାୟୋପିକ୍‌

ପାଟନା,୩୦।୧୦: ବଲିଉଡ୍‌ରେ ଏବେ ବାୟୋପିକ୍‌ ଟ୍ରେଣ୍ଡ ଚାଲିଛି। ରାଜନୀତିଜ୍ଞଙ୍କଠାରୁ ଆରମ୍ଭ କରି ଖେଳାଳିଙ୍କ ଉପରେ ପ୍ରାଯୋଜକମାନେ ଫିଲ୍ମ ତିଆରି କରୁଛନ୍ତି। ତେବେ ରାଜନୀତି ହେଉ କି...

ମୋଦି ଧ୍ୟାନରେ ବସିଥିବା ଗୁମ୍ଫାକୁ ଏବେ ଲୋକଙ୍କ ସୁଅ ଛୁଟୁଛି: ଅକ୍ଟୋବର ପର୍ଯ୍ୟନ୍ତ ବୁକିଂ ଶେଷ

ଡେରାଡୁନ୍‌,୧୩।୯: ୨୦୧୯ ଲୋକ ସଭା ନିର୍ବାଚନ ଶେଷ ପର୍ଯ୍ୟାୟ ଭୋଟ ପାଇଁ ପ୍ରଚାର ଶେଷ ହେବାର ଗୋଟିଏ ଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେଦାରନାଥ...

ପୁଣି ଘୁଞ୍ଚିବ କି ଫାଶୀ ଦଉଡ଼ି: ମାଣ୍ଡୋଲି ଜେଲ୍‌ ପ୍ରଶାସନଠାରୁ ଏପ୍ରିଲ ୮ ସୁଦ୍ଧା ରିପୋର୍ଟ ତଲବ !

ନୂଆଦିଲ୍ଲୀ,୧୨।୩: ନିର୍ଭୟା ମାମଲାରେ ୪ ଦୋଷୀଙ୍କ ଫାଶୀ ସମୟ ପୁଣିଥିରେ ଘୁଞ୍ଚିବାର ସମ୍ଭାବନା ଦେଖାଦେଇଛି। ଦୋଷୀ ପଓ୍ବନ ତାଙ୍କୁ ଜେଲ୍‌ରେ ପିଟାଯାଇଥିବା ଅଭିଯୋଗ କରିଥିଲେ। ଏନେଇ...

କୌଣସି କାମ ଛୋଟ ନୁହେଁ: ଜନନୀ

ହାଇଦ୍ରାବାଦ,୧୯।୧୦: ତେଲେଙ୍ଗାନା ହାଇଦ୍ରାବାଦର ୨୦ ବର୍ଷିୟା ଯୁବତୀ ଜନନୀ ରାଓ ଏବେ ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି। କାରଣ ସାମାଜିକ କଟକଣାକୁ ଭାଙ୍ଗି ସେ...

ନେପାଳରେ ମୃତ ଓଡ଼ିଆ ତୀର୍ଥଯାତ୍ରୀଙ୍କ ପରିବାରକୁ ସମବେଦନା ଜଣାଇଲେ ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ, ୧୨।୬: ନେପାଳରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଓ ତୀର୍ଥଯାତ୍ରୀଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ମୃତକଙ୍କ ପରିବାରକୁ...

କେମିକାଲ ପ୍ଲାଣ୍ଟ ଗ୍ୟାସ ଲିକ୍‌ ଘଟଣାକୁ ନେଇ ଏନ୍‌ଡିଏମ୍‌ଏର ବୈଠକ ଡାକିଲେ ମୋଦି

ନୂଆଦିଲ୍ଲୀ,୭।୫: ଆନ୍ଧ୍ରପ୍ରଦେଶର ବିଶାଖାପଟନମରେ ଗୁରୁବାର ସକାଳେ ହୋଇଥିବା କେମିକାଲ ପ୍ଲାଣ୍ଟ ଗ୍ୟାସ ଲିକ୍‌ ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନ୍ୟାଶନାଲ ଡିଜାଷ୍ଟର ମ୍ୟାନେଜମେଣ୍ଟ ଅଥରିଟି(ଏନ୍‌ଡିଏମ୍‌ଏ)...

ପୁଲଓ୍ବାମାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀ ନିହତ

ଶ୍ରୀନଗର, ୧୮।୫: ଦକ୍ଷିଣ କଶ୍ମୀରର ପୁଲଓ୍ବାମା ଜିଲାରେ ଶନିବାର ଭୋର୍‌ ସମୟରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିଗୋଳା ବିନିମୟ ଘଟିଛି। ଏଥିରେ ୨ ଜଣ...

Leave a comment

Your email address will not be published. Required fields are marked *