୬୬୭.୩୨ କୋଟି ଟଙ୍କାର ପ୍ରକଳ୍ପ ଅନୁମୋଦନ

ବାଲେଶ୍ୱର ଅଫିସ,୧୫।୮: ବାଲେଶ୍ୱର ଜିଲାରେ ପାନୀୟ ଜଳ ଓ ଲୁଣା ବନ୍ଧ ପ୍ରକଳ୍ପ ପାଇଁ ଗତ ଶୁକ୍ରବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ମୋଟ୍‌ ୬୬୭.୩୨ କୋଟି ଟଙ୍କାର ପ୍ରକଳ୍ପ ଅନୁମୋଦିତ ହୋଇଥିବାରୁ ଜିଲା ବିଜେଡି ପକ୍ଷରୁ ଶନିବାର ସନ୍ଧ୍ୟାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଛି।
ଆୟୋଜିତ ଖବରଦାତା ସମ୍ମିଳନୀରେ ବିଜେଡି ଜିଲା ସଭାପତି ଇଂ. ରବୀନ୍ଦ୍ର କୁମାର ଜେନା ସୂଚନା ଦେଇ କହିଛନ୍ତି ଯେ, ଜିଲାରେ ୨ଟି ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ୨୯୨କୋଟି ଟଙ୍କା ବ୍ୟୟରେ କାର୍ଯ୍ୟକାରୀ କରିବା ପାଇଁ ଅନୁମୋଦନ ହୋଇଛି। ସଦର, ରେମୁଣା ଓ ଖଇରା ବ୍ଲକ ଅଧୀନରେ ଥିବା ୪୧ଟି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ୩୦୧ଟି ଗ୍ରାମରେ ବସବାସ କରୁଥିବା ପ୍ରାୟ ୨,୬୨,୦୯୩ ଜନସାଧାରଣଙ୍କୁ ପାନୀୟ ଜଳ ଯୋଗାଇ ଦିଆଯାଇ ପାରିବ। ସେହିପରି ବାତ୍ୟା ପ୍ରତିରୋଧକ ଲୁଣା ବନ୍ଧ ପ୍ରକଳ୍ପ ମାଧ୍ୟମରେ ୩୭୫କୋଟି ୩୨ଲକ୍ଷ ଟଙ୍କା ବ୍ୟୟରେ ଜିଲାର ମୋଟ ୮୫.୩୦ କିମି ଦୀର୍ଘ ୨୦ଟି ଲୁଣା ବନ୍ଧର ସୁଦୃଢ଼ୀକରଣ କାର୍ଯ୍ୟ କରାଯିବ। ଏହି ବନ୍ଧ ଦ୍ୱାରା ସଦର, ଭୋଗରାଇ ଓ ରେମୁଣା ବ୍ଲକର ୧୧,୬୦୦ହେକ୍ଟର ଚାଷ ଜମିକୁ ବନ୍ୟା ଓ ଲୁଣା ପାଣି ମାଡ଼ିଯିବାରୁ ରକ୍ଷା କରାଯିବା ସହିତ ୪୩ଟି ଗ୍ରାମର ୨ଲକ୍ଷରୁ ଅଧିକ ପରିବାରଙ୍କ ଧନଜୀବନ ସୁରକ୍ଷିତ ରହିପାରିବେ। ସମସ୍ତ ପ୍ରକଳ୍ପ ଗୁଡ଼ିକୁ ୨୪ମାସ ମଧ୍ୟରେ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା ପ୍ରକାଶ କରିଥିଲେ। ଖବରଦାତା ସମ୍ମିଳନୀରେ ବିଧାୟକ ଅନନ୍ତ ଦାସ, ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ସୁଧାଂଶୁ ଶେଖର ପରିଡ଼ା ଓ ସ୍ବରୂପ କୁମାର ଦାସଙ୍କ ସମେତ ଜିଲା ପରିଷଦ ଅଧ୍ୟକ୍ଷ ନାରାୟଣ ପ୍ରଧାନ, ସଦର ବ୍ଲକ ଅଧ୍ୟକ୍ଷା ସୁନିତା ବେହେରା, ରେମୁଣା ବ୍ଲକ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ରାଉତ, ଜଳେଶ୍ୱର ବ୍ଲକ ଅଧ୍ୟକ୍ଷ ପ୍ରତୀପ କୁମାର ପ୍ରଧାନ, ବାଲେଶ୍ୱର ପୌରାଧ୍ୟକ୍ଷା ସବିତା ସାହୁ, ଜିଲା ଯୁବ ବିଜେଡ଼ି ସଭାପତି ତାପସ କୁମାର ପରିଡ଼ା, ଜିଲା ଛାତ୍ର ବିଜେଡ଼ି ସଭାପତି ସିମନ ଦାସମହାପାତ୍ର, ଜିଲା ବିଜେଡ଼ି ଉପ-ସଭାପତି ଗୌରୀ କୁମାର ରାଉତ ଓ ଭୁବନାନନ୍ଦ ଦାସ, ଜିଲା ସାଧାରଣ ସମ୍ପାଦକ ବରଦା ପ୍ରସନ୍ନ ପଟ୍ଟନାୟକ, ଜିଲା ବିଜୁ କୃଷକ ଜନତା ଦଳ ସଭାପତି ଅଜୟ ସାମଲ, ଜିଲା ଅନୁସୂଚିତ ଜାତି ସେଲ ସଭାପତି ଶତ୍ରୁଘ୍ନ ମଲ୍ଲିକ ଏବଂ ପୂର୍ବତନ ପୌରାଧ୍ୟକ୍ଷ ଆଲୋକ କୁମାର ସାହୁଙ୍କ ସମେତ ବହୁ ଦଳୀୟ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri