୬୬୭.୩୨ କୋଟି ଟଙ୍କାର ପ୍ରକଳ୍ପ ଅନୁମୋଦନ

ବାଲେଶ୍ୱର ଅଫିସ,୧୫।୮: ବାଲେଶ୍ୱର ଜିଲାରେ ପାନୀୟ ଜଳ ଓ ଲୁଣା ବନ୍ଧ ପ୍ରକଳ୍ପ ପାଇଁ ଗତ ଶୁକ୍ରବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ମୋଟ୍‌ ୬୬୭.୩୨ କୋଟି ଟଙ୍କାର ପ୍ରକଳ୍ପ ଅନୁମୋଦିତ ହୋଇଥିବାରୁ ଜିଲା ବିଜେଡି ପକ୍ଷରୁ ଶନିବାର ସନ୍ଧ୍ୟାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଛି।
ଆୟୋଜିତ ଖବରଦାତା ସମ୍ମିଳନୀରେ ବିଜେଡି ଜିଲା ସଭାପତି ଇଂ. ରବୀନ୍ଦ୍ର କୁମାର ଜେନା ସୂଚନା ଦେଇ କହିଛନ୍ତି ଯେ, ଜିଲାରେ ୨ଟି ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ୨୯୨କୋଟି ଟଙ୍କା ବ୍ୟୟରେ କାର୍ଯ୍ୟକାରୀ କରିବା ପାଇଁ ଅନୁମୋଦନ ହୋଇଛି। ସଦର, ରେମୁଣା ଓ ଖଇରା ବ୍ଲକ ଅଧୀନରେ ଥିବା ୪୧ଟି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ୩୦୧ଟି ଗ୍ରାମରେ ବସବାସ କରୁଥିବା ପ୍ରାୟ ୨,୬୨,୦୯୩ ଜନସାଧାରଣଙ୍କୁ ପାନୀୟ ଜଳ ଯୋଗାଇ ଦିଆଯାଇ ପାରିବ। ସେହିପରି ବାତ୍ୟା ପ୍ରତିରୋଧକ ଲୁଣା ବନ୍ଧ ପ୍ରକଳ୍ପ ମାଧ୍ୟମରେ ୩୭୫କୋଟି ୩୨ଲକ୍ଷ ଟଙ୍କା ବ୍ୟୟରେ ଜିଲାର ମୋଟ ୮୫.୩୦ କିମି ଦୀର୍ଘ ୨୦ଟି ଲୁଣା ବନ୍ଧର ସୁଦୃଢ଼ୀକରଣ କାର୍ଯ୍ୟ କରାଯିବ। ଏହି ବନ୍ଧ ଦ୍ୱାରା ସଦର, ଭୋଗରାଇ ଓ ରେମୁଣା ବ୍ଲକର ୧୧,୬୦୦ହେକ୍ଟର ଚାଷ ଜମିକୁ ବନ୍ୟା ଓ ଲୁଣା ପାଣି ମାଡ଼ିଯିବାରୁ ରକ୍ଷା କରାଯିବା ସହିତ ୪୩ଟି ଗ୍ରାମର ୨ଲକ୍ଷରୁ ଅଧିକ ପରିବାରଙ୍କ ଧନଜୀବନ ସୁରକ୍ଷିତ ରହିପାରିବେ। ସମସ୍ତ ପ୍ରକଳ୍ପ ଗୁଡ଼ିକୁ ୨୪ମାସ ମଧ୍ୟରେ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା ପ୍ରକାଶ କରିଥିଲେ। ଖବରଦାତା ସମ୍ମିଳନୀରେ ବିଧାୟକ ଅନନ୍ତ ଦାସ, ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ସୁଧାଂଶୁ ଶେଖର ପରିଡ଼ା ଓ ସ୍ବରୂପ କୁମାର ଦାସଙ୍କ ସମେତ ଜିଲା ପରିଷଦ ଅଧ୍ୟକ୍ଷ ନାରାୟଣ ପ୍ରଧାନ, ସଦର ବ୍ଲକ ଅଧ୍ୟକ୍ଷା ସୁନିତା ବେହେରା, ରେମୁଣା ବ୍ଲକ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ରାଉତ, ଜଳେଶ୍ୱର ବ୍ଲକ ଅଧ୍ୟକ୍ଷ ପ୍ରତୀପ କୁମାର ପ୍ରଧାନ, ବାଲେଶ୍ୱର ପୌରାଧ୍ୟକ୍ଷା ସବିତା ସାହୁ, ଜିଲା ଯୁବ ବିଜେଡ଼ି ସଭାପତି ତାପସ କୁମାର ପରିଡ଼ା, ଜିଲା ଛାତ୍ର ବିଜେଡ଼ି ସଭାପତି ସିମନ ଦାସମହାପାତ୍ର, ଜିଲା ବିଜେଡ଼ି ଉପ-ସଭାପତି ଗୌରୀ କୁମାର ରାଉତ ଓ ଭୁବନାନନ୍ଦ ଦାସ, ଜିଲା ସାଧାରଣ ସମ୍ପାଦକ ବରଦା ପ୍ରସନ୍ନ ପଟ୍ଟନାୟକ, ଜିଲା ବିଜୁ କୃଷକ ଜନତା ଦଳ ସଭାପତି ଅଜୟ ସାମଲ, ଜିଲା ଅନୁସୂଚିତ ଜାତି ସେଲ ସଭାପତି ଶତ୍ରୁଘ୍ନ ମଲ୍ଲିକ ଏବଂ ପୂର୍ବତନ ପୌରାଧ୍ୟକ୍ଷ ଆଲୋକ କୁମାର ସାହୁଙ୍କ ସମେତ ବହୁ ଦଳୀୟ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?