Posted inଜାତୀୟ

ଛତିଶଗଡ଼ରେ ୬୭.୩୪%, ଏମ୍‌ପିରେ ୭୧.୧୧% ମତଦାନ

ନୂଆଦିଲ୍ଲୀ,୧୮ା୧୧(ପି.ଟି.): ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ କାଁଭାଁ ହିଂସାକାଣ୍ଡ ମଧ୍ୟରେ ମତଦାନ ଶୁକ୍ରବାର ସନ୍ଧ୍ୟାରେ ଶେଷ ହୋଇଛି। ଅପରାହ୍ନ ୫ଟା ସୁଦ୍ଧା ଛତିଶଗଡ଼ରେ ୬୭.୩୪ ପ୍ରତିଶତ ମତଦାନ ହୋଇଥିବାବେଳେ ମଧ୍ୟପ୍ରଦେଶରେ ୭୧.୧୧% ଭୋଟ ଗ୍ରହଣ କରାଯାଇଥିବା ନିର୍ବାଚନ କମିଶନ (ଇସି) କହିଛନ୍ତି। ଆଭ୍ୟନ୍ତରୀଣ ଅଞ୍ଚଳରେ ଥିବା ବୁଥ୍‌ ସମେତ ସମସ୍ତ ଭୋଟ କେନ୍ଦ୍ରରୁ ସବିଶେଷ ରିପୋର୍ଟ ମିଳିବା ପରେ ମତଦାନ ହାର ବଢ଼ିବ ବୋଲି ଇସି ପକ୍ଷରୁ କୁହାଯାଇଛି। ବୁଥ୍‌ରେ ଶେଷ ମୁହୂର୍ତ୍ତରେ ପହଞ୍ଚତ୍ଥିବା ଭୋଟରମାନଙ୍କୁ ମଧ୍ୟ ମତଦାନ ସୁଯୋଗ ଦିଆଯାଇଥିଲା। ଛତିଶଗଡ଼ରେ ଦ୍ୱିତୀୟ ପର୍ଯ୍ୟାୟରେ ୭୦ ଆସନ ଏବଂ ମଧ୍ୟପ୍ରଦେଶର ୨୩୦ ଆସନ ପାଇଁ ଶୁକ୍ରବାର ଭୋଟ ନିଆଯାଇଥିଲା।
ମଧ୍ୟପ୍ରଦେଶର ରାଜନଗର ନିର୍ବାଚନ ମଣ୍ଡଳୀରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷରୁ ଜଣେ କଂଗ୍ରେସ ପ୍ରାର୍ଥୀଙ୍କ ଜଣେ ସହଯୋଗୀଙ୍କ ମୃତ୍ୟୁ ଘଟିଛି। ଭୋଟଗ୍ରହଣ ଚାଲିଥିବାବେଳେ ରାଜ୍ୟର ଅନ୍ୟ କେତେକ ସ୍ଥାନରେ ମଧ୍ୟ ଗଣ୍ଡଗୋଳ ଘଟିଥିବା ଖବର ମିଳିଛି। ଇନ୍ଦୋର ଜିଲାର ଏକ ସ୍ଥାନରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷରୁ ୫ ଜଣ ଆହତ ହୋଇଛନ୍ତି। ସେହିପରି ମୋରେନା ଜିଲାର ଦିମାନି ନିର୍ବାଚନ ମଣ୍ଡଳୀରେ ସଂଘର୍ଷରେ ୨ ଜଣ ଆହତ ହୋଇଥିବା ଖବର ମିଳିଛି। ଗୁରୁବାର ରାତିରେ ଝାବୁଆ ନିର୍ବାଚନ ମଣ୍ଡଳୀରେ ଟେକାମାଡ଼ରେ କଂଗ୍ରେସ ପ୍ରାର୍ଥୀ ବିକ୍ରାନ୍ତ ଭୁରିଆଙ୍କ ଜଣେ ସୁରକ୍ଷା କର୍ମୀ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri