Posted inଜାତୀୟ

ଛତିଶଗଡ଼ରେ ୬୭.୩୪%, ଏମ୍‌ପିରେ ୭୧.୧୧% ମତଦାନ

ନୂଆଦିଲ୍ଲୀ,୧୮ା୧୧(ପି.ଟି.): ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ କାଁଭାଁ ହିଂସାକାଣ୍ଡ ମଧ୍ୟରେ ମତଦାନ ଶୁକ୍ରବାର ସନ୍ଧ୍ୟାରେ ଶେଷ ହୋଇଛି। ଅପରାହ୍ନ ୫ଟା ସୁଦ୍ଧା ଛତିଶଗଡ଼ରେ ୬୭.୩୪ ପ୍ରତିଶତ ମତଦାନ ହୋଇଥିବାବେଳେ ମଧ୍ୟପ୍ରଦେଶରେ ୭୧.୧୧% ଭୋଟ ଗ୍ରହଣ କରାଯାଇଥିବା ନିର୍ବାଚନ କମିଶନ (ଇସି) କହିଛନ୍ତି। ଆଭ୍ୟନ୍ତରୀଣ ଅଞ୍ଚଳରେ ଥିବା ବୁଥ୍‌ ସମେତ ସମସ୍ତ ଭୋଟ କେନ୍ଦ୍ରରୁ ସବିଶେଷ ରିପୋର୍ଟ ମିଳିବା ପରେ ମତଦାନ ହାର ବଢ଼ିବ ବୋଲି ଇସି ପକ୍ଷରୁ କୁହାଯାଇଛି। ବୁଥ୍‌ରେ ଶେଷ ମୁହୂର୍ତ୍ତରେ ପହଞ୍ଚତ୍ଥିବା ଭୋଟରମାନଙ୍କୁ ମଧ୍ୟ ମତଦାନ ସୁଯୋଗ ଦିଆଯାଇଥିଲା। ଛତିଶଗଡ଼ରେ ଦ୍ୱିତୀୟ ପର୍ଯ୍ୟାୟରେ ୭୦ ଆସନ ଏବଂ ମଧ୍ୟପ୍ରଦେଶର ୨୩୦ ଆସନ ପାଇଁ ଶୁକ୍ରବାର ଭୋଟ ନିଆଯାଇଥିଲା।
ମଧ୍ୟପ୍ରଦେଶର ରାଜନଗର ନିର୍ବାଚନ ମଣ୍ଡଳୀରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷରୁ ଜଣେ କଂଗ୍ରେସ ପ୍ରାର୍ଥୀଙ୍କ ଜଣେ ସହଯୋଗୀଙ୍କ ମୃତ୍ୟୁ ଘଟିଛି। ଭୋଟଗ୍ରହଣ ଚାଲିଥିବାବେଳେ ରାଜ୍ୟର ଅନ୍ୟ କେତେକ ସ୍ଥାନରେ ମଧ୍ୟ ଗଣ୍ଡଗୋଳ ଘଟିଥିବା ଖବର ମିଳିଛି। ଇନ୍ଦୋର ଜିଲାର ଏକ ସ୍ଥାନରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷରୁ ୫ ଜଣ ଆହତ ହୋଇଛନ୍ତି। ସେହିପରି ମୋରେନା ଜିଲାର ଦିମାନି ନିର୍ବାଚନ ମଣ୍ଡଳୀରେ ସଂଘର୍ଷରେ ୨ ଜଣ ଆହତ ହୋଇଥିବା ଖବର ମିଳିଛି। ଗୁରୁବାର ରାତିରେ ଝାବୁଆ ନିର୍ବାଚନ ମଣ୍ଡଳୀରେ ଟେକାମାଡ଼ରେ କଂଗ୍ରେସ ପ୍ରାର୍ଥୀ ବିକ୍ରାନ୍ତ ଭୁରିଆଙ୍କ ଜଣେ ସୁରକ୍ଷା କର୍ମୀ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ ସିଦ୍ଧାନ୍ତ ମହାପାତ୍ର ନେଲେ ବଡ଼ ନିଷ୍ପତ୍ତି: ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର

ଦିଗପହଣ୍ଡି, ୨୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ସୋମବାର ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ଏକ ପ୍ରସ୍ତୁତି…

ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍‌ ମିଳିଲା ସୁନା

ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍‌,…

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

ସରକାର ନେଲେ ବଡ଼ ନିଷ୍ପତ୍ତି; ୧ ଜୁଲାଇରୁ ପେଟ୍ରୋଲ-ଡିଜେଲ…

ନୂଆଦିଲ୍ଲୀ,୨୯।୬: ୧ ଜୁଲାଇରୁ ପେଟ୍ରୋଲ ଏବଂ ଡିଜେଲ କିଣିବାକୁ ନେଇ ସରକାର ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସରକାର ପ୍ରତି ବ୍ୟକ୍ତି ଏବଂ ପ୍ରତି ଗାଡ଼ି…

ଭାଜପା ଯୁବମୋର୍ଚ୍ଚା କର୍ମକର୍ତ୍ତା ଘୋଷଣା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲାର ନୁତନ ଯୁବ ମୋର୍ଚ୍ଚା କର୍ମକର୍ତ୍ତାଙ୍କ ନାମ ସୋମବାର ଘୋଷଣା ହୋଇଛି। ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି…

ହଠାତ୍‌ ଭାବପ୍ରବଣ ହେଲେ ସୂର୍ଯ୍ୟକୁମାର: ଲେଖୁ ଲେଖୁ ଲେଖିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ନିକଟରେ ଆୟର୍ଲାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ହାରିଛି। ନୂତନ ଟି-୨୦ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଏହା କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri