ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏହା ବିରାଟ ପରିବର୍ତ୍ତନ: ୧୫ ଜିଲାରେ ୬୭ ଆମ ହସ୍ପିଟାଲ ଉଦ୍‌ଘାଟିତ

ଭୁବନେଶ୍ୱର,୨୬ା୨(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୧୫ ଜିଲାରେ ୬୭ଟି ‘ଆମ ହସ୍ପିଟାଲ’, ଉମରକୋଟ ଉପଖଣ୍ଡ ହସ୍ପିଟାଲରେ ଡାଏଲିସିସ୍‌ ସେଣ୍ଟର, ସୁବର୍ଣ୍ଣପୁର ଜିଲା ମୁଖ୍ୟାଳୟ ହସ୍ପିଟାଲ ଓ ଝାରସୁଗୁଡ଼ାରେ ବିଏମ୍‌ଆର୍‌ସି କାର୍ଡିଆକ୍‌ କେୟାର ହସ୍ପିଟାଲ ଲୋକାର୍ପିତ କରିଛନ୍ତି। ଏଥିସହିତ ଖୋର୍ଦ୍ଧା ଜିଲା ବେଗୁନିଆ ଉପଜିଲା ଡାକ୍ତରଖାନାର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହଛନ୍ତି ଯେ, ‘ଆମ ହସ୍ପିଟାଲ’ରେ ସବୁ ବ୍ୟବସ୍ଥା ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି କରାଯାଇଛି। ସ୍ବାସ୍ଥ୍ୟସେବା କ୍ଷେତ୍ରରେ ‘ଆମ ହସ୍ପିଟାଲ’ଗୁଡିକ ଏକ ନୂଆ ଯୁଗ ରାଜ୍ୟରେ ଆରମ୍ଭ କରିବ। ସରକାରୀ ହସ୍ପିଟାଲଗୁଡ଼ିକରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏହା ଏକ ବିରାଟ ପରିବର୍ତ୍ତନ ଆଣିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ସ୍ବାସ୍ଥ୍ୟସେବା କ୍ଷେତ୍ରରେ ରୂପାନ୍ତରର ଚିତ୍ରକୁ ‘ଆମ ହସ୍ପିଟାଲ’ ଆହୁରି ଉଜ୍ଜ୍ୱଳ କରିବ। ୫-ଟି ଅଧ୍ୟକ୍ଷଙ୍କ ଜିଲା ଗସ୍ତରୁ ମିଳିଥିବା ପ୍ରସ୍ତାବ ଓ ‘ମୋ ସରକାର’ ଜନମତ ସଂଗ୍ରହ ଭିତ୍ତିରେ ‘ଆମ ହସ୍ପିଟାଲ’ ଆରମ୍ଭ କରାଯାଇଛି । ଏହା ଆଗାମୀ ୫ ବର୍ଷ ମଧ୍ୟରେ ୧୮୫୮ଟି ଡାକ୍ତରଖାନାକୁ ଏହି କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରିବାକୁ ଲକ୍ଷ୍ୟ ରଖାଯାଇଛି ଏବଂ ଏଥିପାଇଁ ୨୦୨୩-୨୮ ମଧ୍ୟରେ ୩୩ ଶହ କୋଟିରୁ ଅଧିକ ଟଙ୍କା ବ୍ୟୟବରାଦ କରାଯାଇଛି। ରାଜ୍ୟରେ ୧୪୯ଟି ଡାକ୍ତରଖାନାର ରୂପାନ୍ତରଣ କାର୍ଯ୍ୟ ଜାରି ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଗତ ୧ ବର୍ଷ ମଧ୍ୟରେ ୪ହଜାର ଡାକ୍ତର ଓ ୩,୭୦୦ ରୁ ଅଧିକ ନର୍ସଙ୍କୁ ନିଯୁକ୍ତି ଦିଆଯାଇଛି। ଧନୀ, ଗରିବ ସମସ୍ତଙ୍କ ପାଇଁ ସରକାରୀ ଡାକ୍ତରଖାନାରେ ମାଗଣାରେ ଚିକିତ୍ସା ସୁବିଧା କରାଯାଇଛି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆଜି ସାରା ଓଡ଼ିଶାରେ ମଡେଲ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri