୬୮ କି.ମି. ଜଙ୍ଗଲ ଜମିକୁ ଅନୁମୋଦନ

ଭୁବନେଶ୍ବର(ବ୍ୟୁରୋ)/ନୟାଗଡ଼ ଅଫିସ୍‌, ୧୩ା୨: ଦଶପଲ୍ଲା ଏବଂ ପୁରୁଣାକଟକ ମଧ୍ୟରେ ଥିବା ଖୋର୍ଦ୍ଧା ରୋଡ୍‌-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ୧୧୨ କିଲୋମିଟରରୁ ୧୮୦ କିଲୋମିଟର ମଧ୍ୟରେ ୬୮ କିମି ରେଳ ଲାଇନ ପାଇଁ ଜଙ୍ଗଲ ଅନୁମୋଦନ ମିଳିଛି। ଏଥିପାଇଁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହି ପ୍ରକଳ୍ପ ବଲାଙ୍ଗୀର, ସୋନପୁର, ଫୁଲବାଣୀ, ବୌଦ୍ଧ, ନୟାଗଡ଼ ଏବଂ ଖୋର୍ଦ୍ଧା ଜିଲାକୁ ସଂଯୋଗ କରିବ। ଏହାସହ ପଶ୍ଚିମ ଏବଂ ଉପକୂଳ ଓଡ଼ିଶା ମଧ୍ୟରେ ଆଉ ଏକ ରେଳ ସଂଯୋଗ ସ୍ଥାପନ କରିବ। ୧୯୯୪-୯୫ରେ ଖୋର୍ଦ୍ଧା ରୋଡ୍‌-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପକୁ ମଞ୍ଜୁରୀ ଦିଆଯାଇଥିଲା। ଜଙ୍ଗଲ ମଞ୍ଜୁରୀ ସହିତ ଅନେକ ସମସ୍ୟା ପାଇଁ ଏହି ପ୍ରକଳ୍ପ ବିଳମ୍ବ ହେଉଥିଲା। ୨୦୧୪-୧୫ରୁ ଏହି ପ୍ରକଳ୍ପକୁ ତ୍ୱରାନ୍ବିତ କରାଯାଇଛି। ଅଦ୍ୟାବଧି ୩୦୧ କିମି ମଧ୍ୟରୁ ୧୧୫ କିମି (ଖୋର୍ଦ୍ଧା ରୋଡରୁ ନୂଆଗାଁ ପର୍ଯ୍ୟନ୍ତ ୯୦ କିଲୋମିଟର) ଏବଂ (ବଲାଙ୍ଗୀରରୁ ଝରତରଭା ପର୍ଯ୍ୟନ୍ତ ୨୫ କିମି) ରେଳ ଲାଇନ କାର୍ଯ୍ୟକ୍ଷମ ହୋଇଛି। ଖୋର୍ଦ୍ଧା ରୋଡ୍‌ ପାର୍ଶ୍ୱରୁ ନୂଆଗାଁଠାରୁ ଦଶପଲ୍ଲା ଏବଂ ବଲାଙ୍ଗୀର ପାର୍ଶ୍ୱରୁ ଝରତରଭାଠାରୁ ଖମ୍ବେଶ୍ୱରପାଲି ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ ଚଳିତ ଆର୍ଥିକ ବର୍ଷ ସୁଦ୍ଧା କାର୍ଯ୍ୟକ୍ଷମ କରିବାକୁ ଲକ୍ଷ୍ୟ ରଖାଯାଇଛି। ଆବଶ୍ୟକ ଜମି ଏବଂ ଜଙ୍ଗଲ ମଞ୍ଜୁର ହସ୍ତାନ୍ତର କରିବାରେ ବିଳମ୍ବ ହେତୁ ପ୍ରକଳ୍ପର ମନ୍ଥର ଅଗ୍ରଗତି ହୋଇଥିଲା। ଜଙ୍ଗଲ ମଞ୍ଜୁର ଏବଂ କାର୍ଯ୍ୟ ଅନୁମତି ଦଶପଲ୍ଲା ଏବଂ ପୁରୁଣାକଟକ (କିମି ୧୧୨ – କିମି ୧୮୦) ମଧ୍ୟରେ ଥିବା ୧୪୬୯ ଏକର ଜଙ୍ଗଲ ଜମି ପାଇଁ ବିଚାରାଧୀନ ଥିଲା। ୨୦୨୩ ମାର୍ଚ୍ଚ ସୁଦ୍ଧା ନୂଆଗାଓଁ ଏବଂ ଦଶପଲ୍ଲା ମଧ୍ୟରେ ୧୫.୫ କିମି ଦୈର୍ଘ୍ୟ ରେଳ ସେକ୍ସନ ମଧ୍ୟରେ ୫୭ଟି ମାଇନର୍‌ ଏବଂ ୩ଟି ମେଜର ବ୍ରିଜ୍‌ ସହିତ ୧୫ ରୋଡ୍‌ ଅଣ୍ଡର ବ୍ରିଜ୍‌ (ଆର୍‌ୟୁବିଏସ୍‌) ଏବଂ ୦୪ଟି ରୋଡ୍‌ ଓଭର ବ୍ରିଜ୍‌ (ଆର୍‌ଓବି) ସହିତ ନିର୍ମାଣ କରିବାକୁ ଲକ୍ଷ୍ୟ ରଖାଯାଇଛି। ସେହିଭଳି ୨୦୨୩ ମାର୍ଚ୍ଚ ସୁଦ୍ଧା ଝରତରଭା-ଖମ୍ବେଶ୍ୱରପାଲି-ସୋନପୁର (୧୧.୪୦ + ୧୦.୩୦ = ୨୧.୭୦ କିମି) ଦୈର୍ଘ୍ୟ ରେଳ ସେକ୍ସନ ସମାପ୍ତ ହେବାକୁ ଲକ୍ଷ୍ୟ ରଖାଯାଇଛି। ଏହି ପ୍ରକଳ୍ପ ପାଇଁ ୧୧୨-୧୮୦ କିମି ମଧ୍ୟରେ ୯୭.୫୯ ଏକର ଘରୋଇ ଜମି, ୨୬୨.୭୫ ଏକର ସରକାରୀ ଜମି ଉପଲବ୍ଧତା ସହିତ ଜଙ୍ଗଲ ଅନୁମୋଦନ ଠିକ ସମୟରେ ମିଳିଥିଲେ ଡିସେମ୍ବର ୨୦୨୫ ମଧ୍ୟରେ ପ୍ରକଳ୍ପ ସମ୍ପୂର୍ଣ୍ଣ କରାଯିବାକୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଥିଲା। ଜନସାଧାରଣ କୈନ୍ଦ୍ରିକ ରେଳ ପ୍ରକଳ୍ପ ନିର୍ମାଣ ସମୟରେ ଉପୁଜୁଥିବା ଜମି ଅଧିଗ୍ରହଣ ଏବଂ ଅନ୍ୟାନ୍ୟ ପ୍ରସଙ୍ଗଗୁଡିକୁ ଶୀଘ୍ର ସମାଧାନ ପାଇଁ ତୃଣମୂଳ ସ୍ତରରେ ବିଭିନ୍ନ ସରକାରୀ ଓ ଅନ୍ୟାନ୍ୟ ସଂସ୍ଥା ସହିତ ସମନ୍ବୟ ରକ୍ଷାକରି କାର୍ଯ୍ୟକରିବାକୁ ବୈଷ୍ଣବ ରେଳ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହାଦ୍ୱାରା ଖୋର୍ଦ୍ଧା ରୋଡ୍‌-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର କାର୍ଯ୍ୟ ଶୀଘ୍ର ଶେଷ ହେବା ପାଇଁ ତୃଣମୂଳ ସ୍ତରର ସମନ୍ବୟ ଫଳପ୍ରଦ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?