Posted inଜାତୀୟ

ଦୁନିଆର ଆଲୋକ ଦେଖି ପାରିବେନି ୬୮ ଲକ୍ଷ କନ୍ୟା: ମାତୃଗର୍ଭରେ କରାଯିବ ହତ୍ୟା !

ଓ୍ବାଶିଂଟନ/ନୂଆଦିଲ୍ଲୀ, ୨୩।୮: ଦେଶରେ କନ୍ୟା ଭ୍ରୁଣ ହତ୍ୟା ଜାରି ରହିଛି। ସରକାରୀ ଆଇନ ଏକ୍ଷେତ୍ରରେ ବିଶେଷ ସଫଳ ହେଉ ନ ଥିବା କୁହାଯାଉଛି। ଏଭଳି ଧାରା ଜାରି ରହିଲେ ୨୦୩୦ ସୁଦ୍ଧା ୬୮ ଲକ୍ଷ କନ୍ୟା ଦୁନିଆର ଆଲୋକ ଦେଖିବାରୁ ବଞ୍ଚିତ ହେବେ। ମାତୃଗର୍ଭରେ ସେମାନଙ୍କୁ ହତ୍ୟା କରାଯିବ ବୋଲି ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ୨୦୧୭ରୁ ୨୦୩୦ ମଧ୍ୟରେ ଏଭଳି ଘଟିବ ବୋଲି ରିପୋର୍ଟରେ ଦର୍ଶାଯାଇଛି। ସୌଦି ଆରବର କିଙ୍ଗ୍‌ ଅବଦୁଲା ୟୁନିଭରସିଟି ଅଫ୍‌ ସାଇନ୍ସ୍‌ ଆଣ୍ଡ୍‌ ଟେକ୍ନୋଲୋଜି ପକ୍ଷରୁ ଏହି ସର୍ଭେ ରିପୋର୍ଟ ପ୍ରସ୍ତୁତ କରାଯାଇଛି। ଲିଙ୍ଗ ନିରୂପଣ ଦ୍ୱାରା କେବଳ ଉତ୍ତରପ୍ରଦେଶରେ ଏହି ସମୟ ମଧ୍ୟରେ ୨୦ ଲକ୍ଷ କନ୍ୟା ଭ୍ରୁଣ ହତ୍ୟା କରାଯିବ ବୋଲି ରିପୋର୍ଟରେ ପ୍ରକାଶ ପାଇଛି। ପୁତ୍ର ସନ୍ତାନ ଆଶାରେ ଏଭଳି କାର୍ଯ୍ୟ କରାଯାଉଥିବା ବେଳେ ଆଗାମୀ ୧୦ ବର୍ଷ ଧରି ମଧ୍ୟ ଏହା ଜାରି ରହିବ ବୋଲି ରିପୋର୍ଟରେ କୁହାଯାଇଛି। ୧୯୯୪ରେ ସରକାର ଲିଙ୍ଗ ନିରୂପଣ କରିବାକୁ ଆଇନ ଅନୁସାରେ ଅପରାଧ ଘୋଷଣା କରିଥିଲେ। ତେବେ ବି ଦେଶର ୧୭ଟି ରାଜ୍ୟରେ ପୁତ୍ର ସନ୍ତାନ ପ୍ରତି ଦମ୍ପତିଙ୍କ ମଧ୍ୟରେ ଅଧିକ ଆଶା ରହିଥିବା ରିପୋର୍ଟରେ ପ୍ରକାଶ ପାଇଛି। ଉତ୍ତରଭାରତରେ ଏଭଳି ସ୍ଥିତି ଭୟାନକ ରହିଛି। ଏହି ରିପୋର୍ଟ ପ୍ଲୋସ୍‌ ଓ୍ବାନ୍‌ ପତ୍ରିକାରେ ମଧ୍ୟ ପ୍ରକାଶିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri