ଝାରସୁଗୁଡ଼ା ଉପକାରାଗାରର ୬୮ ଅନ୍ତେବାସୀ କରୋନା ପଜିଟିଭ୍‌ ଚିହ୍ନଟ

ଝାରସୁଗୁଡ଼ା ଅଫିସ,୧୫।୫: ଝାରସୁଗୁଡ଼ା ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ି ଚାଲିଛି। ଜିଲାରେ ପ୍ରତିଦିନ ୩ ଶହରୁ ୫ଶହ ପଜିଟିଭ୍‌ ଚିହ୍ନଟ ହୋଉଛନ୍ତି। ଫଳରେ ଜିଲା ପ୍ରଶାସନ ପାଇଁ ଏହା ଚିନ୍ତାର କାରଣ ପାଲଟିଛି। ଏଭଳି ସ୍ଥିତିରେ ଶନିବାର ଝାରସୁଗୁଡ଼ା ଉପକାରାଗାରର ୬୮ଜଣ ଅନ୍ତେବାସୀ କରୋନା ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏମାନଙ୍କ ମଧ୍ୟରୁ ଜଣେ ଅନ୍ତେବାସୀଙ୍କ ଶରୀର ଅସୁସ୍ଥ ଥିବାରୁ ତାଙ୍କୁ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି। ଅନ୍ୟ ଅନ୍ତେବାସୀ ସୁସ୍ଥ ଥିବା ବେଳେ ସେମାନଙ୍କୁ ଜେଲ୍‌ର ୨ଟି ଓ୍ବାର୍ଡରେ ଆଇସୋଲେଶନରେ ରଖାଯାଇଛି। ଏହାକୁ ଦୃଷ୍ଟିରେ ରଖି ଜେଲ କର୍ତ୍ତୃପକ୍ଷ ଜେଲ୍‌ ଅଞ୍ଚଳକୁ କଣ୍ଟେନମେଣ୍ଟ କରିବା ପାଇଁ ପ୍ରୟାସ ଚଳାଇଛନ୍ତି ।

ସୂଚନାଯୋଗ୍ୟ ଜେଲରେ ୨୮୨ଜଣ ଅନ୍ତେବାସୀ ରହିଥିବା ବେଳେ ଗତ ୧,୨,୫ ଏବଂ ୬ ତାରିଖରେ ପର୍ଯ୍ୟାୟ କ୍ରମେ କରୋନା ପରୀକ୍ଷା କରାଯାଇଥିଲା। ଏମାନଙ୍କ ମଧ୍ୟରୁ ୬୮ଜଣ ଅନ୍ତେବାସୀଙ୍କ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ବୋଲି ଜେଲର ଦେବେନ୍ଦ୍ର ଥାର୍ଟୀଙ୍କ ସୂତ୍ରରୁ ଜଣାପଡ଼ିଛି। ଜେଲର ଦେବେନ୍ଦ୍ର ମଧ୍ୟ କରୋନା ପଜିଟିଭ ଚିହ୍ନଟ ହେବା ପରେ ଗତ ୮ ତାରିଖରୁ ହୋମ୍‌ ଆଇସୋଲେଶନରେ ରହି ଚିକିତ୍ସିତ ହେଉଛନ୍ତି। ଏକାସାଙ୍ଗରେ ଏତେ ସଂଖ୍ୟକ ଅନ୍ତେବାସୀ ପଜିଟିଭ୍‌ ଚିହ୍ନଟ ହେବା ପରେ ଜେଲ୍‌ ସୁରକ୍ଷାକୁ ନେଇ ଜିଲା ପ୍ରଶାସନର ଚିନ୍ତା ବଢ଼ିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri