Posted inଜାତୀୟ

୬୮% ବିଜେତା ଦାଗୀ, ୮୧% କୋଟିପତି

ନୂଆଦିଲ୍ଲୀ,୧୨ା୧୧: ବିହାର ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିବା ୨୪୩ ଜଣଙ୍କ ମଧ୍ୟରୁ ଦୁଇ-ତୃତୀୟାଂଶ ପ୍ରାର୍ଥୀଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ସେହିପରି ୮୧% ବିଜେତା କୋଟିପତି ବୋଲି ନିର୍ବାଚନୀ ସଂସ୍କାର କ୍ଷେତ୍ରରେ କାର୍ଯ୍ୟରତ ଆସୋସିଏଶନ୍‌ ଫର୍‌ ଡେମୋକ୍ରାଟିକ୍‌ ରିଫର୍ମସ୍‌ (ଏଡିଆର୍‌) ପକ୍ଷରୁ ବୁଧବାର କୁହାଯାଇଛି। ନବନିର୍ବାଚିତ ୨୪୧ ବିଧାୟକଙ୍କ ସତ୍ୟପାଠକୁ ବିଶ୍ଳେଷଣ କରାଯିବା ପରେ ଜଣାପଡ଼ିଛି ଯେ, ୧୬୩ ଜଣ ଅର୍ଥାତ୍‌ ୬୮ ପ୍ରତିଶତଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ସେମାନଙ୍କ ମଧ୍ୟରୁ ୧୨୩ ଜଣ ବା ୫୧% ହେଉଛନ୍ତି ହତ୍ୟା, ହତ୍ୟା ଉଦ୍ୟମ, ଅପହରଣ ଓ ମହିଳା ବିରୋଧୀ ଅପରାଧ ଭଳି ସଙ୍ଗିନ ମାମଲାରେ ଅଭିଯୁକ୍ତ। ଆର୍‌ଜେଡିର ୪୪, ଭାଜପା ୩୫, ଜେଡିୟୁ ୧୧ ଓ କଂଗ୍ରେସର ୧୧ ବିଜୟୀ ପ୍ରାର୍ଥୀଙ୍କ ବିରୋଧରେ ଏପରି ମାମଲା ରହିଛି। ଅନ୍ୟପକ୍ଷରେ ୧୯୪ ଜଣ ସେମାନଙ୍କ ନିକଟରେ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ଥିବା ସତ୍ୟପାଠରେ ଉଲ୍ଲେଖ କରିଛନ୍ତି। ଭାଜପାରେ ସବୁଠୁ ଅଧିକ ୭୩ ଜଣ କୋଟିପତି ଥିବାବେଳେ ଦ୍ୱିତୀୟରେ ରାଷ୍ଟ୍ରୀୟ ଜନତା ଦଳ(୬୪) ଓ ତୃତୀୟରେ ସଂଯୁକ୍ତ ଜନତା ଦଳ (୩୮) ପ୍ରାର୍ଥୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?