Posted inଜାତୀୟ

ନିଜର ମତ ସାବ୍ୟସ୍ତ କଲେ ୬୮ ବର୍ଷୀୟ କର୍କଟ ପୀଡିତ

ଗୁଆହାଟି,୨୩।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଏଥିରେ ପ୍ରତ୍ୟେକ ନାଗରିକ ସେମାନଙ୍କ ଭୋଟଦାନ ଅଧିକାରକୁ ସାବ୍ୟସ୍ତ କରିବା ପାଇଁ କୁହାଯାଉଛି। ଏବେ ଏଥିରୁ ବାଦ୍‌ ଯାଇ ନାହାଁନ୍ତି ଆସାମର ଜଣେ କର୍କଟ ପୀଡିତ ବ୍ୟକ୍ତି। ବସିର ଅଲି(୬୮) ନାମକ ଏହି ବ୍ୟକ୍ତି କର୍କଟରେ ପୀଡିତ। ଡାକ୍ତର ତାଙ୍କୁ ବିଶ୍ରାମ ନେବା ପାଇଁ ପରାମର୍ଶ ଦେଇଛନ୍ତି। ଏହାପରେ ବି ସେ ନାକରେ ନଳୀ ଲାଗିଥିବା ଅବସ୍ଥାରେ ମତଦାନ କେନ୍ଦ୍ରକୁ ଯାଇ ଭୋଟ ଦେଇ ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି। ବାସିରଙ୍କ ସହ ତାଙ୍କର ଜଣେ ପିଲାଦିନର ସାଥୀ ମୁକୁତ ଚୌଧୁରୀ ତାଙ୍କୁ ଭୋଟ ଗ୍ରହଣ କେନ୍ଦ୍ରକୁ ନେବାରେ ସାହାଯ୍ୟ କରିଥିଲେ। ସେ କୁହନ୍ତି ବାସିର ଏବେ କର୍କଟର ଶେଷ ପର୍ଯ୍ୟାୟରେ। ହୁଏତ ସେ ଆମ ପାଖରେ ଖୁବ୍‌ କମ୍‌ ସମୟର ଅତିଥି। ହେଲେ ବି ତାଙ୍କ ଦୃଢ ମନୋବଳ ପାଇଁ ସେ ଆଜି ନିଜର ନାଗରିକ ଅଧିକାର ସାବ୍ୟସ୍ତ କରିଛନ୍ତି। ସୂଚନାଯୋଗ୍ୟ, ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଆସାମର ପ୍ରାୟ ୭୪ ଲକ୍ଷ ଭୋଟର ୫୪ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

ରେଲେଓ଼୍ବର ବଡ଼ ଘୋଷଣା, ଟ୍ରେନରେ ମିଳିବ…

ନୂଆଦିଲ୍ଲୀ,୩୦।୧୨: କୁହୁଡ଼ି ଯୋଗୁଁ ଉତ୍ତର ଭାରତରେ ପ୍ରତିଦିନ ଅନେକ ଟ୍ରେନ ବିଳମ୍ୱ ହୁଏ। କମ କିମ୍ୱା ଶୂନ୍ୟ ଦୃଶ୍ୟମାନତା ଟ୍ରେନ ଗତିକୁ ବହୁ ପରିମାଣରେ ହ୍ରାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri