୬୮୦ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ମିଳିଲା ତାଲିମ୍‌ 

ଦିଗପହଣ୍ଡି,୧୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା – ୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା ନୀତି ଆନୁକୂଲ୍ୟରେ ପଞ୍ଚ ଦିବସୀୟ ତଥା ୪ର୍ଥ ଅନ୍ତିମ ପ୍ରବୋଧନ ତାଲିମ ଶିବିର ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ସମୁଦାୟ ୪ ଟି ପର୍ଯ୍ୟାୟରେ ୬୮୦ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ପ୍ରଶିକ୍ଷକ ପ୍ରଦୀପ କୁମାର ମହାପାତ୍ର, ବିଜୟ କୁମାର ପ୍ରଧାନ, ଶିବରାମ ପ୍ରଧାନ, ଶଙ୍କର ସେଠୀ, ଅଳକା ପ୍ରଧାନ, ସୀମାଞ୍ଚଳ ବେହେରା, ଅନିଲ ସାହୁ, ସୁବ୍ରତ ପଣ୍ଡା, ବାସୁଦେବ ବେହେରା, ଶ୍ରୀକାନ୍ତ ସାମନ୍ତରାୟ, ମନୋଜ କୁମାର ବେହେରା, କୁରା ସେଠୀ ପ୍ରମୁଖ ତାଲିମ ପ୍ରଦାନ କରିଥିଲେ ।
ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ, ଭୀଷ୍ମଗିରି ଗ୍ରାମ ବାଳକ ପ୍ରାଥମିକ ବିଦ୍ୟାଳୟ ଏବଂ ବମୋକେଇ ଗ୍ରାମସ୍ଥିତ ଶିବାନନ୍ଦ ନୋଡାଲ ହାଇସ୍କୁଲ ଠାରେ ଆୟୋଜିତ ଶିବିରରେ ଓଡ଼ିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା- ୨୦୨୫ ଓ ଜାତୀୟ ଶିକ୍ଷା -୨୦୨୦ ଆନୁକୂଲ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପାଇଁ ୫୫ଟି ପୁସ୍ତକ ପ୍ରଚଳ, ଭାରତୀୟ ଜ୍ଞାନ ପରମ୍ପରା, ପଞ୍ଚକୋଷ ବିକାଶ, ପଞ୍ଚ ପଦୀ ଶିକ୍ଷଣ, ଦକ୍ଷତା ଆଧାରିତ ଶିକ୍ଷଣ ଓ ଆକଳନ, ମୌଳିକସ୍ତର ଶିକ୍ଷଣ, ଭାଷା, ଗଣିତ, ପରିବେଶ, ବିଜ୍ଞାନ, ସାମାଜିକ ପାଠ, ସଂସ୍କୃତ, ହିନ୍ଦୀ ଶିକ୍ଷଣ,କଳା ଶିକ୍ଷା, ଶାରୀରିକ ଶିକ୍ଷା ଓ ସୁସ୍ଥତା, ବୃତ୍ତିଗତ ଶିକ୍ଷା ଶିକ୍ଷଣ ଆଧରିତ ବିଷୟବସ୍ତୁକୁ ନେଇ ତାଲିମ ଦିଆଯାଇଥିଲା।
ଉକ୍ତ ଶିବିର ଗୁଡିକରେ ମୁଖ୍ୟଅତିଥି ରୂପେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଡ଼. ଶଙ୍କର ନାରାୟଣ ବେଜ ,ସମ୍ମାନିତ ଅତିଥି ଭାବେ ସହ- ଗୋଷ୍ଠୀ ଶିକ୍ଷା ଅଧିକାରୀ ବାଳା ମାଝୀ, ବିଶ୍ରବା ପାଇକ, ଏବଂ ରସାନନ୍ଦ ଘଡେଇ ଏବଂ ସମ୍ବଳ ଶିକ୍ଷକ ସୁଶାନ୍ତ ପ୍ରଧାନ ଉପସ୍ଥିତ ରହି ତାଲିମର ମହତ୍ୱ ଓ ଗୁରୁତ୍ୱକୁ ବୁଝାଇଥିଲେ। ଏଥିରେ ସମସ୍ତ ଆଞ୍ଚଳିକ ସାଧନ କର୍ମୀ ସହଯୋଗ କରିଥିଲେ । ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ମାନଙ୍କୁ ପ୍ରମାଣପତ୍ର ବଣ୍ଟନ କରାଯାଇଥିଲା।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri