ଆକ୍ରାନ୍ତ ହେଉଛନ୍ତି ପିଲା; ଆଜି ୬୮୧ ସଂକ୍ରମିତରେ ଅଛନ୍ତି ୧୧୮ଜଣ

ଭୁବନେଶ୍ୱର,୪।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୮୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବର୍ଗର ୧୧୮ ଆକ୍ରାନ୍ତ ଅଛନ୍ତି। ୬୮୧ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୩୯୮ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୨୮୩ ଲୋକାଲ କେସ ରହିଛି।

ନୂଆ ପଜିଟିଭ୍‌ଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୨୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଅନୁଗୋଳରୁ ୧୮, ବାଲେଶ୍ୱରରୁ ୩୪, ବରଗଡ଼ରୁ ୧୪, ଭଦ୍ରକରୁ ୯, ବୌଦ୍ଧରୁ ୩, କଟକରୁ ୧୦୧, ଦେବଗଡ଼ରୁ ୯, ଢେଙ୍କାନାଳରୁ ୧୯, ଗଞ୍ଜାମରୁ ୧୩, ଜଗତସିଂହପୁରରୁ ୧୯, ଯାଜପୁରରୁ ୩୩, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୪, କେନ୍ଦ୍ରାପଡ଼ାରୁ ୯, କେନ୍ଦୁଝରରୁ ୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା କୋରାପୁଟରୁ ୩, ମାଲକାନଗିରିରୁ ୩, ମୟୂରଭଞ୍ଜରୁ ୨୭, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୧୦, ପୁରୀରୁ ୨୬, ରାୟଗଡ଼ାରୁ ୫, ସମ୍ବଲପୁରରୁ ୧୦, ସୁବର୍ଣ୍ଣପୁରରୁ ୬, ସୁନ୍ଦରଗଡ଼ରୁ ୨୦ ଓ ଷ୍ଟେଟପୁଲ୍‌ରୁ ୪୮ ପଜିଟିଭ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୦ ହଜାର ୭୫୩କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୯,୯୫,୪୭୪ ଜଣ ସୁସ୍ଥ ହୋଇ ସାରିଥିବା ବେଳେ ୭୧୮୬ ଆକ୍ଟିଭ କେସ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ଆଜି ମେଷ-ସିଂହ ରାଶି ଉପରେ ବର୍ଷିବ କୃପା: ଧନଲାଭ ସହ ମିଳିବ ବଡ଼ ଖୁସି ଖବର

୩୦ ଅଗଷ୍ଟ, ରବିବାର ଦିନ ଗ୍ରହ-ନକ୍ଷତ୍ରମାନଙ୍କର ଚାଲ ଦୃଷ୍ଟିରୁ ଅନେକ ରାଶି ପାଇଁ ବିଶେଷ ରହିବାକୁ ଯାଉଛି। ଆଜି କିଛି ଜାତକଙ୍କୁ କ୍ୟାରିୟର ଏବଂ ବ୍ୟବସାୟରେ ଅଗ୍ରଗତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri