ଆଜିଠୁ ୬,୮୯୧ ନବନିଯୁକ୍ତ ଶିକ୍ଷକଙ୍କୁ ମିଳିବ ପ୍ରଶିକ୍ଷଣ

ଭୁବନେଶ୍ବର,୧ା୮(ବ୍ୟୁରୋ): ରାଜ୍ୟ ସରକାର ୬,୮୯୧ ମାଧ୍ୟମିକ ଶିକ୍ଷୟିତ୍ରୀ ଏବଂ ଶିକ୍ଷକଙ୍କୁ ନିଯୁକ୍ତି ଦେଇଛନ୍ତି। ଉକ୍ତ ନବନିଯୁକ୍ତ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ପ୍ରଶିକ୍ଷଣ ଦେବା ଲାଗି ଏକ ୨ ଦିନିଆ ଶିବିର ଅନୁଷ୍ଠିତ ହେଉଛି। ଏହି କାର୍ଯ୍ୟକ୍ରମ ସୋମବାର ଅପରାହ୍ନ ୫ଟା ୧୦ ମିନିଟ୍‌ରେ କଳିଙ୍ଗ ଷ୍ଟାଡିୟମଠାରେ ଅନୁଷ୍ଠିତ ହେବ। ସମସ୍ତ ଶିକ୍ଷୟିତ୍ରୀ ଏବଂ ଶିକ୍ଷକଙ୍କୁ ଆସିବା ଲାଗି ବସ୍‌ ବ୍ୟବସ୍ଥା ମଧ୍ୟ କରାଯାଇଛିି। ଏପରିକି ସରକାରଙ୍କ ତରଫରୁ ସେମାନଙ୍କ ରହଣୀ ବ୍ୟବସ୍ଥା ମଧ୍ୟ କରାଯାଇଛି। ଏହି କାର୍ଯ୍ୟକ୍ରମ କଳିଙ୍ଗ ଷ୍ଟାଡିୟମଠାରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଉଦ୍‌ଘାଟନ କରିବା ସହିତ କେତେଜଣଙ୍କୁ ନିଯୁକ୍ତି ପତ୍ର ମଧ୍ୟ ପ୍ରଦାନ କରିବେ। ଏହାପରେ ନୂତନ ଭାବେ ନିଯୁକ୍ତି ପାଇଥିବା ସମସ୍ତଙ୍କୁ ସେମାନଙ୍କ ଆଗାମୀ ଯୋଜନା ବିଷୟରେ କହିବାକୁ ସୁଯୋଗ ଦିଆଯିବ। ଏହାସହ ପିଲାମାନଙ୍କୁ ପାଠ ପଢାଇବା କ୍ଷେତ୍ରରେ ୫-ଟି ସ୍କୁଲରେ ଯେଉଁସବୁ ବ୍ୟବସ୍ଥା ହୋଇଛି ତା’ର ଉପଯୁକ୍ତ ବ୍ୟବହାର ଆଦି ସମ୍ପର୍କରେ ପ୍ରଶିକ୍ଷଣ ଦିଆଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥାନାରେ ପହଞ୍ଚି ନିଶା ବେପାରୀଙ୍କୁ ଦଣ୍ଡ ଦେଲେ କଂସ ମହାରାଜ: କାନ ଧରି ଉଠ ବସ ହେଲେ…

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

PEOଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ହାଟଡିହୀ/ବଞ୍ଚୋ,୩୦।୧୨(ଶୁଭକାନ୍ତ ନାୟକ/ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବଞ୍ଚୋ ପିଇଓ ଜିତେନ୍ଦ୍ର ଜେନାଙ୍କ ବସନ୍ତିଆସ୍ଥିତ ଘର ଓ ପତ୍ନୀଙ୍କ ନାମରେ ଥିବା...

ବଡ଼ ଭବିଷ୍ୟବାଣୀ କଲେ ଶାହା: ‘୨୦୨୬ରେ ପଶ୍ଚିମବଙ୍ଗରେ ବିପୁଳ ବହୁମତ ସହିତ ସରକାର ଗଢିବ ଭାଜପା’

ନୂଆଦିଲ୍ଲୀ,୩୦।୧୨: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କୋଲକାତାରେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଏହି ସମୟରେସେ କହିଛନ୍ତି ଯେ ଏହି ଦିନଟି ସମସ୍ତ ଭାରତୀୟଙ୍କ...

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

ଜିରୋ ନାଇଟ୍‌ ସେଲିବ୍ରେଶନ୍‌: ରାତି ୧୨ଟା ପରେ ମ୍ୟୁଜିକ ମନା

ଭୁବନେଶ୍ୱର,୩୦।୧୨: ନୂଆବର୍ଷ ପାଳନ ପାଇଁ ପୋଲିସ ପକ୍ଷରୁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ସୁରକ୍ଷା ଦାୟିତ୍ୱରେ ୧୮ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ହେବେ...

ପେଟ୍ରୋଲ ପମ୍ପ ସ୍ଥାନରେ ଧାନ ଚାଷ: ସାଟେଲାଇଟ ସର୍ଭେରେ ଧରାପଡିଲା ଗୁମର

ଛତ୍ରପୁର,୩୦।୧୨(ଦିଲ୍ଲୀପ ସାମଲ): ପେଟ୍ରୋଲ ପମ୍ପ ଅଛି, କିନ୍ତୁ ଧାନ ଚାଷ ହୋଇଥିବା ନେଇ ଚାଷୀ କରିଛି ପଞ୍ଜିକରଣ। ଶେଷରେ ରାଜ୍ୟ ସରକାରଙ୍କ ଓଡିଶା ରାଜ୍ୟ କମ୍ପ୍ୟୁଟର...

ବ୍ୟାଗରେ ଆଣୁଥିଲେ ୪ କୋଟିର ଗଞ୍ଜେଇ, ଭୁବନେଶ୍ବର ବିମାନ ବନ୍ଦରରେ ଜବତ କଲା କଷ୍ଟମ୍ ବିଭାଗ

ଭୁବନେଶ୍ବର,୩୦।୧୨:  ଭୁବନେଶ୍ବରରୁ ବିମାନ ବନ୍ଦରରୁ ଜବତ ହେଲା ଗଞ୍ଜେଇ । ୪ କୋଟିର ଗଞ୍ଜେଇ ଜବତ । ଜଣେ ଯାତ୍ରୀଙ୍କ ବ୍ୟାଗରୁ ଏହି ଗଞ୍ଜେଇ ଜବତ...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri