କରୋନା ଟିକା ନେଇ ୬୯ ପ୍ରତିଶତ ଭାରତୀୟଙ୍କ ମନରେ ସନ୍ଦେହ: ସର୍ଭେ

ନୂଆଦିଲ୍ଲୀ,୬।୧: ଦେଶରେ କରୋନା ଟିକା ସାର୍ବଜନୀକ ଭାବେ ଦିଆଯିବା ନେଇ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଦେଶରେ କୋଭିଶିଲ୍ଡ ଏବଂ କୋଭାକ୍ସିନ୍‌ ଟିକାଦାନ ପାଇଁ ମଞ୍ଜୁରୀ ମିଳିଥିବାବେଳେ ଜାନୁୟାରୀ ୧୩ରୁ ଟିକାକରଣ ଲାଗି ଯୋଜନା ପ୍ରସ୍ତୁତ କରାଯାଇଛି। ତେବେ ୬୯ ପ୍ରତିଶତ ଭାରତୀୟଙ୍କ ମନରେ କରୋନା ଟିକା ପ୍ରତି ସନ୍ଦେହ ରହିଛି। ଲୋକାଲ ସର୍କଲ ସର୍ଭେ ପକ୍ଷରୁ ହୋଇଥିବା ଏକ ଅଧ୍ୟୟନରେ ଏସମ୍ପର୍କରେ ଉଲ୍ଲେଖ କରାଯାଇଛି। ଡିସେମ୍ବରରେ ହୋଇଥିବା ସର୍ଭେରୁ ଏହା ଜଣାପଡ଼ିଥିବା ସଂସ୍ଥା ପକ୍ଷରୁ ଡ. ଅବଦୁଲ୍‌ ଗଫୁର ସୂଚନା ଦେଇଛନ୍ତି। ୫୫ ପ୍ରତିଶତ ସ୍ବାସ୍ଥ୍ୟକର୍ମୀ ମଧ୍ୟ ଟିକା ନେବାକୁ ନେଇ ଆଶା ଆଶଙ୍କାରେ ରହିଛନ୍ତି। ମୁଖ୍ୟତଃ ଟିକାର ପାର୍ଶ୍ୱ ପ୍ରତିକ୍ରିୟା ନେଇ ଲୋକଙ୍କ ମଧ୍ୟରେ ଶଙ୍କା ରହିଥିବା ରିପୋର୍ଟରେ କୁହାଯାଇଛି। ୨୬ ପ୍ରତିଶତ ଲୋକ ଟିକା ବଜାରକୁ ଆସିଲେ ନେବାକୁ କହିଛନ୍ତି। ସେହିପରି ୨୬ ପ୍ରତିଶତ ଅଭିଭାବକ ସେମାନଙ୍କ ପିଲାଙ୍କୁ କରୋନା ଟିକା ଦେବାକୁ ଇଛା ପ୍ରକାଶ କରିଛନ୍ତି। ସର୍ଭେରେ ଦେଶର ୨୨୪ ଜିଲାର ୧୮ ହଜାରରୁ ଅଧିକ ଲୋକଙ୍କୁ ସାମିଲ୍‌ କରାଯାଇଥିଲା। ସେମାନଙ୍କ ମଧ୍ୟରେ ୬୯ ପ୍ରତିଶତ ପୁରୁଷ ଥିବାବେଳେ ୩୧ ପ୍ରତିଶତ ମହିଳା ରହିଥିଲେ। ୫୧ ପ୍ରତିଶତ ପ୍ରଥମ ଶ୍ରେଣୀ ସହର ବାସିନ୍ଦା ଏଥିରେ ସାମିଲ ହୋଇଥିବାବେଳେ ଦ୍ୱିତୀୟ ଶ୍ରେଣୀ ସହରର ୩୧ ପ୍ରତିଶତ ଲୋକଥିଲେ। ସର୍ଭେରେ ୧୮ ପ୍ରତିଶତ ତୃତୀୟ-ଚତୁର୍ଥ ଶ୍ରେଣୀ ସହର ଏବଂ ଗ୍ରାମାଞ୍ଚଳ ବାସିନ୍ଦା ଅଂଶଗ୍ରହଣ କରିଥିଲେ। ପିଲାଙ୍କୁ ଟିକା ଦିଆ ଯିବା ପାଇଁ ହୋଇଥିବା ସର୍ଭେରେ ୧୦ ହଜାରରୁ ଅଧିକ ଅଭିଭାବକଙ୍କ ମତାମତ ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା…

୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା…

ଯୁବତୀଙ୍କ ଉପରେ କାର ମାଡ଼ିଦେଲେ ସାଂସଦଙ୍କ ପୁଅ: ଆଉ ତା’ପରେ ଘଟିଲା…

ହାଇଦ୍ରାବାଦ,୨୧।୮:ହାଇଦ୍ରାବାଦରେ ଏକ ଆଷ୍ଟନ ମାର୍ଟିନ କାର ଧକ୍କା ଦେବାରୁ ଜଣେ ୨୬ ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାଜ୍ୟ ସଭା ସାଂସଦ ଲିଙ୍ଗାମନେନି ରମେଶଙ୍କ…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ଇମ୍ରାନ ଖାନଙ୍କୁ ନେଇ ବଡ଼ ଖବର, ରାତିଅଧରେ ହସ୍ପିଟାଲରେ ଭର୍ତ୍ତି

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଇସଲାମାବାଦସ୍ଥିତ ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାତି ପ୍ରାୟ ୧ଟା ୫ ମିନିଟ୍‌ରେ ତାଙ୍କୁ ଅଦିଆଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri