୬୯ ଦୋକାନ ଘର, କୋଟିଏ ଟଙ୍କାର ସାମଗ୍ରୀ ଜଳିପୋଡି ପାଉଁଶ

କେନ୍ଦୁଝର,୩।୪(ସ୍ବ.ପ୍ର.) : କେନ୍ଦୁଝର ସହର ରାସ ମନ୍ଦିର ବଜାରରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୬୯ଟି ଖୁଚୁରା ଦୋକାନ ଜଳି ଯାଇଥିବାବେଳେ ବ୍ୟାପକ ସାମଗ୍ରୀ ପୋଡିଯାଇଥିବା ସୂଚନା ମିଳିଛି। ସଟସର୍କିଟ ଯୋଗୁ ନିଆଁ ଲାଗିଥିବା ଆଶଙ୍କା କରାଯାଉଛି। ନିଆଁର ପ୍ରଭାବ ଏତେ ଅଧିକ ଥିଲା ଯେ ଦୁଇଟି ଅଗ୍ନିଶମ ଗାଡି ଆୟତ୍ତ କରି ନ ପାରିବାରୁ ବାଂଶାପାଳ,ପାଟଣା,ଝୁମ୍ପୁରା ଦମକଳ କେନ୍ଦ୍ର ତଥା ଏମ୍‌ଏସ୍‌ପି କାରଖାନାର ଦମକଳ ଗାଡି ନିୟୋଜିିତ କରାଯାଇଥିଲା। ଏପରିକି ନିଆଁ ଲିଭାଇବା ପାଇଁ ସାଧାରଣ ଲୋକଙ୍କ ଉପଯୋଗୀ ପାଣି ଟ୍ୟାଙ୍କର ଅଣାଯାଇ ନିଆଁ ଲିଭାଯାଇଥିଲା। ଖବରପାଇ ଏସ୍‌ଡିପିଓ ମହେନ୍ଦ୍ର ନାଥ ମୁର୍ମୁଙ୍କ ନେତୃତ୍ୱରେ ଟାଉନ ଥାନା ଅଧିକାରୀ ସୁନିଲ କର,ସବଇନ୍ସପେକ୍ଟର ସୁନିଲ କୁମାର ନନ୍ଦଙ୍କ ସମେତ ବହୁ ପୋଲିସ ଅଧିକାରୀ ଉପସ୍ଥିତ ରହି ଟ୍ରାଫିକ ନିୟନ୍ତ୍ରଣ କରିବା ସହ ନିଆଁ ଲିଭାଇବା କାମରେ ଲାଗିଥିଲେ। ଭୀଷଣ ନିଆଁରେ ବ୍ୟବସାୟୀ ଜିନିଷପତ୍ର ପୋଡି ପାଉଁଶ ହୋଇଯାଇଛି।

ଅନ୍ୟପଟେ ଜିଲାପାଳ ଆଶିଷ ଠାକ୍‌ରେ,ଉପଜିଲାପାଳ ରାମଚନ୍ଦ୍ର କିସ୍କୁ,ପୌରପାଳିକା ନିର୍ବାହୀ ଅଧିକାରୀ ଧିମନ ଚକମା,ତହସିଲଦାର ଆଶିଷ ମହାପାତ୍ର ସମେତ ବହୁ ପଦାଧିକାରୀ ଗସ୍ତ କରି କ୍ଷୟକ୍ଷତି ଅନୁଧ୍ୟାନ କରିଥିଲେ। ଜିଲାପାଳଙ୍କ ଆଦେଶକ୍ରମେ ରାଜସ୍ବ ବିଭାଗ ପକ୍ଷରୁ ଏକ ୫ ଜଣିଆ ଟିମ ଯାଇ ଆକଳନ କରି ରିପୋର୍ଟ ପ୍ରଦାନ କରିଛନ୍ତି। ରାସ ପୂଜା କମିଟିର ସମ୍ପାଦକ ହରିଶ ଚନ୍ଦ୍ର ଦାସ ଏବଂ ଅନ୍ୟ କର୍ମକର୍ତ୍ତାମାନେ ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଜଗନ୍ନାଥ ନାୟକ ଏବଂ ଜିଲାପାଳ ଆଶିଷ ଠାକ୍‌ରେଙ୍କ ସହ ଆଲୋଚନା କରି କ୍ଷତିଗସ୍ତ ବ୍ୟବସାୟୀଙ୍କୁ ଆଇନ ମୁତାବକ ସହାୟତା ପ୍ରଦାନ କରିବାକୁ ଅନୁରୋଧ କରିଥିଲେ। ଉପଜିଲାପାଳ ରାମଚନ୍ଦ୍ର କିସ୍କୁ କହିଛନ୍ତି ଯେ କ୍ଷୟକ୍ଷତିର ଆକଳନ କରାଯାଉଛି ା ଆକଳନ ପରେ ଆପାତକାଳୀନ ବିଭାଗ ପକ୍ଷରୁ ନିଷ୍ପତି କ୍ରମେ ନିୟମାନୁଯାୟୀ ପଦକ୍ଷେପ ନିଆଯିବ ା


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri