୬୯ ଛାତ୍ରୀ-ଛାତ୍ର ଶିକ୍ଷକ କରୋନା ପଜିଟିଭ୍‌…

ବେଙ୍ଗାଲୁରୁ,୫।୧୨: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଭାରତର ଅନେକ ରାଜ୍ୟରେ ଆତଙ୍କ ସୃଷ୍ଟି କରିଛି। ଏହା ପ୍ରଥମେ କର୍ନାଟକ ରାଜ୍ୟରେ ପହଞ୍ଚିିଛି। ରାଜ୍ୟର ୬୯ ଜଣ ଛାତ୍ରୀ,ଛାତ୍ର ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ସ୍କୁଲ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିକକାମାଲୁରୁ ଜିଲାର ନାବୋଦୟ ବିଦ୍ୟାଲୟରେ ୪୦ ଜଣ ଛାତ୍ର ଏବଂ ଶିକ୍ଷକଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ ଆସିଛି।

ଅପରପକ୍ଷରେ, ଶିବମୋଗାସ୍ଥିତ ଏକ ନର୍ସିଂ ସ୍କୁଲରେ ୨୯ ଶିକ୍ଷାର୍ଥୀ ମଧ୍ୟ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ଶିବମୋଗା ଡେପୁଟି କମିଶନର କେ.ବି ଶିବକୁମାର ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ପିଲାମାନେ ବିଭିନ୍ନ ରାଜ୍ୟରୁ ଏହି ଘରୋଇ ନର୍ସିଂ ସ୍କୁଲକୁ ଆସିଛନ୍ତି। ସୁରକ୍ଷା ଦୃଷ୍ଟିରୁ ହଷ୍ଟେଲ ପରିସରକୁ ସିଲ କରାଯାଇଥିବା ସେ କହିଛନ୍ତି। ଏହି ଘଟଣା ପରେ ଏହି ଅଞ୍ଚଳରେ ରହୁଥିବା ଲୋକଙ୍କ ନମୁନା ମଧ୍ୟ ନିଆଯାଇଛି।

ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶିକ୍ଷାନୁଷ୍ଠାନରେ କୌଣସି କାର୍ଯ୍ୟକ୍ରମ ଆୟୋଜନ ନ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଦୁଇମାସ ପାଇଁ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଯେ କୌଣସି ପ୍ରକାରର ସାମାଜିକ କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ଉପରେ ରାଜ୍ୟ ସରକାର ପ୍ରତିବନ୍ଧକ ଲଗାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri