କଟକ: ୬୯ ଗାଁକୁ ପଶିଛି ବନ୍ୟାଜଳ

କଟକ ଅଫିସ୍‌,୩୧।୮: ମହାନଦୀରେ ବନ୍ୟାଜଳ ପ୍ରବେଶ କରିବା ପରେ କଟକ ଜିଲାର ୮ଟି ବ୍ଲକର ୩୯ଟି ପଞ୍ଚାୟତ ଓ ୬୯ଟି ଗ୍ରାମରେ ପାଣି ମାଡ଼ି ଯାଇଛି। ସେହିପରି କଟକ ମହାନଗର ନିଗମ (ସିଏମ୍‌ସି)ର ୨ଟି ୱାର୍ଡରେ ବନ୍ୟାଜଳ ପଶିଛି। ସମଗ୍ର ଜିଲାରେ ୪୬ ହଜାର ୮୧ ଜଣ ବନ୍ୟା ପ୍ରଭାବିତ ହୋଇଛନ୍ତି। ଗ୍ରାମାଞ୍ଚଳରୁ ୯୯୮ ଓ ସିଏମ୍‌ସିରୁ ୨୩ ଜଣ ଏହିପରି ସମୁଦାୟ ୧୦୨୧ ଜଣଙ୍କୁ ନିରାପଦ ଜାଗାକୁ ସ୍ଥାନାନ୍ତର କରାଯାଇଥିବା ଜିଲା ପ୍ରଶାସନ ରବିବାର ସୂଚନା ଦେଇଛି।
ଜିଲାର ବିଭିନ୍ନ ରାସ୍ତାରେ ବନ୍ୟାଜଳ ମାଡ଼ିଯାଇ ଥିବାରୁ ଯାତାୟାତ ସୁବିଧା ପାଇଁ ରବିବାର ୧୨ଟି ବୋଟ୍‌ର ବ୍ୟବସ୍ଥା କରାଯାଇଛି। ୬ ଜଣିଆ ଓଡ୍ରାଫ୍‌ ଟିମ୍‌ ଓ ୬ ଜଣିଆ ଅଗ୍ନିଶମ ବାହିନୀ ଏଥିରେ ନିୟୋଜିତ ଥିବାବେଳେ ଡାକ୍ତରୀ ଓ ଭେଟେନାରୀ ଚିକିତ୍ସକଙ୍କୁ ନେଇ ଗୋଟିଏ ଟିମ୍‌ ବିଭିନ୍ନ ଅଞ୍ଚଳକୁ ଯାଇଛନ୍ତି। ତିଗିରିଆ ଅଞ୍ଚଳରେ ୨୮୫୩ ପଶୁ ପ୍ରଭାବିତ ହୋଇଥିବା ଜଣାପଡ଼ିଛି। ଜିଲାରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲାଯାଇ ସ୍ଥିତି ଉପରେ ନଜର ରଖାଯାଇଛି। ୨୭.୦୧ କୁଇଣ୍ଟାଲ ଚୁଡ଼ା, ୫.୪୦ କୁଇଣ୍ଟାଲ ଗୁଡ଼ ଓ ୪ କୁଇଣ୍ଟାଲ ବିସ୍କୁଟ ମହଜୁଦ ଅଛି। ରବିବାର ସନ୍ଧ୍ୟା ୬ଟା ସୁଦ୍ଧା ମୁଣ୍ଡଳିରେ ୧୦ ଲକ୍ଷ ୨ ହଜାର ୮୨୩ କ୍ୟୁସେକ ଜଳ ପ୍ରବାହିତ ହେଉଛି। ସ୍ଥିତି ନିୟନ୍ତ୍ରଣରେ ଅଛି ବୋଲି ଜିଲାପାଳ ଭବାନୀ ଶଙ୍କର ଚୟନୀ କହିଛନ୍ତି। ରବିବାର ସେ ବାଙ୍କୀ ଉପଖଣ୍ଡ କାଇମୁଣ୍ଡି ଚାରିଘରିଆ ଅଞ୍ଚଳର ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି। ଅନ୍ୟପକ୍ଷରେ ଜିଲା ଦାୟିତ୍ୱରେ ଥିବା ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପ୍ରମୁଖ ଶାସନ ସଚିବ ଦେଓ ରଞ୍ଜନ ସିଂ ରବିବାର ପୁଣି କଟକ ଗସ୍ତରେ ଆସି ଜିଲାପାଳ, ସିଏମ୍‌ସି କମିଶନରଙ୍କ ସହ ବୈଠକ କରିଛନ୍ତି। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ବୈଠକରେ ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତି ଓ ଏହାର ମୁକାବିଲା ପାଇଁ ନିଆଯାଉଥିବା ପଦକ୍ଷେପର ସମୀକ୍ଷା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାହା ଚାହିଁବ ତାହା ମିଳିବ… ନେପାଳ ପାଇଁ ହୃଦୟ ଖୋଲିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୮।୮: ନେପାଳ-ଚାଇନା ସୀମାବର୍ତ୍ତୀ ଅଞ୍ଚଳରେ ହଠାତ୍‌ ଏବଂ ଭୟଙ୍କର ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଆମେରିକା ନେପାଳକୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିଛି। ଆମେରିକାର…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ମହାରାଷ୍ଟ୍ର ସରକାରରେ ପୁଣି ଫାଟ: ଶିବସେନା ମନ୍ତ୍ରୀଙ୍କୁ ଅଣଦେଖା

ପୁଣେ,୨୮।୮: ମହାରାଷ୍ଟ୍ରର ଶାସକ ମହାୟୁତି ମେଣ୍ଟ ଭିତରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ବିଶେଷକରି ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଏବଂ ଏକନାଥ ଶିନ୍ଦେ ଗୋଷ୍ଠୀ ମଧ୍ୟରେ ବିବାଦ…

ମୋଦି ୩.୦ କ୍ୟାବିନେଟରେ ହୋଇପାରେ ବଡ଼ ଅଦଳବଦଳ! ପ୍ରଥମ ଥର ପାଇଁ ମନ୍ତ୍ରୀ ହୋଇପାରନ୍ତି…

ନୂଆଦିଲ୍ଲୀ,୨୮ା୮: ଭାଜପାର ନୂଆ ଟିମ୍ ପ୍ରସ୍ତୁତ ହେବା ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେନ୍ଦ୍ରୀୟ କ୍ୟାବିନେଟରେ ଅଦଳବଦଳ ନେଇ ଚର୍ଚ୍ଚା ଜୋର ଧରିଛି । ସୂତ୍ର…

ଡାକ୍ତରୀ ମିଶନ ପାଇଁ ଆସିବେ ‘ସାଇବର୍ଗ କକ୍‌ରୋଚ୍‌’

ସିଡ୍‌ନୀ,୨୮।୮(ରଏଟର୍ସ): ଭୂକମ୍ପ କିମ୍ବା ବଡ଼ଧରଣର ବିପର୍ଯ୍ୟୟ ସମୟରେ କୋଠାବାଡ଼ି ଓ ଧ୍ୱଂସାବଶେଷ ତଳେ ଚାପି ହୋଇ ରହିଥିବା ଆହତ ଲୋକଙ୍କ ପାଖରେ ଜରୁରୀ ଔଷଧ ପହଞ୍ଚାଇବା ପାଇଁ…

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…

ବେଲଗାମ୍‌ ଟ୍ରାଫିକ ବ୍ୟବସ୍ଥା, ନାକେଦମ୍‌ ସହରବାସୀ: ସ୍ପିଡ୍‌ ବାଇକର୍‌ଙ୍କ ଯୋଗୁ ଦୁର୍ଘଟଣା ଭୟ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଟ୍ରାଫିକ ସମସ୍ୟା ବେଲଗାମ୍‌ ହୋଇପଡ଼ିଛି। ସହରସ୍ଥିତ ଯେଉଁ ରାସ୍ତା ଓ ଛକକୁ ଦେଖିଲେ ଏହି ସମସ୍ୟା ରହିଛି। ସ୍ଥାନୀୟ ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ…

ଚାଇନାର ‘ମେଡୋଗ ଡ୍ୟାମ୍‌’ ଭାରତ ପାଇଁ ‘ଓ୍ବାଟର ବମ୍

ନୂଆଦିଲ୍ଲୀ,୨୮ା୮: ତିବ୍ବତରେ ପ୍ରବଳ ଭୂସ୍ଖଳନ ଓ ଗ୍ଲେସିଅର୍‌ ଫାଟିବା ଯୋଗୁ ନେପାଳରେ ୨୭୦ରୁ ଉର୍ଦ୍ଧ୍ୱ ଲୋକଙ୍କ ଜୀବନ ଯିବା ସହ ହଜାରେରୁ ଅଧିକ ନିଖୋଜ ହେବା ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri