୩୪ଲକ୍ଷ ଚାଷୀଙ୍କୁ ୬୯୩.୯୪କୋଟି

ଭୁବନେଶ୍ୱର, ୨ା୪(ବ୍ୟୁରୋ):୨୦୨୧-୨୨ ଆର୍ଥିକ ବର୍ଷର ପ୍ରଥମ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀ କଲ୍ୟାଣ କାର୍ଯ୍ୟକ୍ରମ ଅନ୍ତର୍ଗତ ‘କାଳିଆ’ ଯୋଜନାରେ ୪ର୍ଥ ପର୍ଯ୍ୟାୟ ଅର୍ଥ ପ୍ରଦାନ କରିଛନ୍ତି। ପବିତ୍ର ଓଡ଼ିଶା ଦିବସ ଅବସରରେ ରାଜ୍ୟର ୩୪ଲକ୍ଷରୁ ଅଧିକ ଚାଷୀଙ୍କ ଖାତାକୁ କାଳିଆ ଯୋଜନାରେ ୬୯୩.୯୪ କୋଟି ଟଙ୍କା ପ୍ରଦାନ କରାଯାଇଛି। ରବି ଋତୁ ଲାଗି ଏହି ଟଙ୍କା ଚାଷୀଙ୍କ ଆକାଉଣ୍ଟରେ ଜମା କରାଯାଇଛି। ପିପିଲିରେ ଉପନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଲାଗିଥିବା କାରଣରୁ ପୁରୀ ଜିଲାକୁ ବାଦ୍‌ ଦେଇ ଅନ୍ୟ ସମସ୍ତ ଜିଲାର ଚାଷୀଙ୍କୁ ଏହି ସହାୟତା ଦିଆଯାଇଛି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଜି ଓଡ଼ିଶା ଦିବସ। ରାଜ୍ୟବାସୀଙ୍କ ପାଇଁ ଏହା ଏକ ଆନନ୍ଦର ଦିନ। ଏହି ଅବସରରେ ସେ ଚାଷୀ ଭଉଣୀଭାଇଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମହାତ୍ମା ଗାନ୍ଧୀ ଓ ଗୋପବନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ପରେ ଚାଷୀଙ୍କ କଲ୍ୟାଣ କାର୍ଯ୍ୟକ୍ରମରୁ ନୂଆ ଆର୍ଥିକ ବର୍ଷ
ଆରମ୍ଭ କରୁଛି। କାଳିଆ ଯୋଜନା ଏକ ଗୁରୁତ୍ୱପୂର୍ଣ୍ଣ ଚାଷୀ କଲ୍ୟାଣ କାର୍ଯ୍ୟକ୍ରମ। ଗୁରୁବାର ୩୪ଲକ୍ଷ ଚାଷୀଙ୍କ ଖାତାରେ କାଳିଆ ଟଙ୍କା ପ୍ରାୟ ୭୦୦ କୋଟି ଟଙ୍କା ଜମା କରାଗଲା। ଏହି ଯୋଜନା ଦ୍ୱାରା ଏଯାବତ୍‌ ପ୍ରାୟ ୩୭ଲକ୍ଷ ଚାଷୀ ଉପକୃତ ହୋଇଥିବାବେଳେ ସେମାନଙ୍କ ମଧ୍ୟରେ ୧୭ଲକ୍ଷ ଭୂମିହୀନ ଚାଷୀ ଅଛନ୍ତି। ଦେଶର ଏକମାତ୍ର ଯୋଜନା ଭାବେ କାଳିଆ ରାଜ୍ୟର ଭୂମିହୀନ ଏବଂ ଗରିବ ଚାଷୀଙ୍କୁ ସାହାଯ୍ୟ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାସହ ଏମ୍‌ଏସ୍‌ପି ଏବଂ ସ୍ବାମୀନାଥନ କମିଟି ରିପୋର୍ଟ କଥା ଉଠାଇ କେନ୍ଦ୍ର ଆଡକୁ ସେ ଟାର୍ଗେଟ କରିଛନ୍ତି।
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଚାଷୀର ତ୍ୟାଗ ଓ ସ୍ବାଭିମାନ ହିଁ ରାଜ୍ୟର ସ୍ବାଭିମାନ ବୃଦ୍ଧି କରିଛି। ଓଡିଶାର ଚାଷୀ ବର୍ତ୍ତମାନ ଅନ୍ୟ ରାଜ୍ୟକୁ ଖାଦ୍ୟ ଯୋଗାଉଛନ୍ତି। ରାଜ୍ୟକୁ କୃଷି କର୍ମଣ ପୁରସ୍କାର ମିଳିପାରିଛି। ଚାଷୀ ରାଜ୍ୟ ଅର୍ଥନୀତିର ମହାଶକ୍ତି। କୋଭିଡ ସମୟରେ ଚାଷୀମାନେ ଆମ ଅର୍ଥନୀତିକୁ ରକ୍ଷା କରିଛନ୍ତି। ତେଣୁ ସେମାନଙ୍କୁ ଅଣଦେଖା କରି ବିକାଶ କଥା ଚିନ୍ତା କରାଯାଇ ନ ପାରେ ବୋଲି ସେ କହିଛନ୍ତି। ସବୁବେଳେ ଚାଷୀ ଭଉଣୀଭାଇଙ୍କ ସହ ରହିଛି। ସେମାନଙ୍କ ଲାଗି କାମ କରୁଛି ଏବଂ କରି ଚାଲିବି। ଚାଷୀଙ୍କୁ ଦେଢ ଗୁଣା ଏମ୍‌ଏସ୍‌ପି(ସର୍ବନିମ୍ନ ସହାୟକ ମୂଲ୍ୟ) ମିଳିବା କାହାରି ଦୟା ନୁହେଁ, ଏହା ଚାଷୀଙ୍କ ହକ୍‌। ଚାଷୀଙ୍କୁ ସେମାନଙ୍କ ହକ୍‌ ଦେବା ଲାଗି ଆମ ଲଢେଇ ଜାରି ରହିଛି। ଏମ୍‌.ଏସ୍‌ ସ୍ବାମୀନାଥନ କମିଟି କମିଟି ରିପୋର୍ଟ ଲାଗୁ ପାଇଁ ଦାବି ଜାରି ରହିବ। ସବୁ ପ୍ରକାର କଠିନ ପରିସ୍ଥିତିରେ ଚାଷୀ ଦେଶ ପାଇଁ ତାର ଯେଉଁ ଦାୟିତ୍ୱ ରହିଛି ତାହା ନିଷ୍ଠାର ସହ କରିଚାଲିଛି। ଚାଷୀର ତ୍ୟାଗ ଓ ପରିଶ୍ରମକୁ ପ୍ରଣାମ ଜଣାଇଛନ୍ତି। ମାଟି, ମା ପାଇଁ ଚାଷୀର ତ୍ୟାଗ ଅମୂଲ୍ୟ ବୋଲି ମୁଖ୍ୟମନ୍ତ୍ରୀ ବର୍ଣ୍ଣନା କରିଛନ୍ତି। ଏହି ଅବସରରେ କୃଷି ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି, କାଳିଆ ଦେଶ ପାଇଁ ଏକ ମଡେଲ ଯୋଜନା। ଚାଷୀଙ୍କୁ ଆଗକୁ ବଢିବା ଲାଗି କାଳିଆ ଯୋଜନା ଏକ ସୁବର୍ଣ୍ଣ ସୁଯୋଗ ସୃଷ୍ଟି କରିଛି ବୋଲି ଅରୁଣ କହିଛନ୍ତି। କୃଷି ଉତ୍ପାଦନ କମିଶନର ରାଜ କୁମାର ଶର୍ମା ସ୍ବାଗତ ଭାଷଣ ଦେଇଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ବରିଷ୍ଠ ଅଧିକାରୀମାନେ ଯୋଗଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭାୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri