୨୪ ଘଣ୍ଟାରେ ୬୯୫ କରୋନା ଆକ୍ରାନ୍ତ ଚିହ୍ନଟ; ଅଛନ୍ତି ୮୩ ପିଲା

ଭୁବନେଶ୍ୱର,୧୮।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୩ ଜଣ ୧୮ ବର୍ଷରୁ କମ ବର୍ଗର। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୦୧ ଜଣ କ୍ୱାରେଣ୍ଟାଇନ୍‌ର ଥିବା ବେଳେ ବାକି ୨୯୪ଟି ହେଉଛି ଲୋକାଲ କେସ୍‌।

ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୨୩ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୯୦, ଅନୁଗୋଳ ଜିଲାରୁ ୬, ବାଲେଶ୍ୱରରୁ ୩୦, ଭଦ୍ରକ ୧୩, ଦେବଗଡ଼ରୁ ଜଣେ, ଢେଙ୍କାନାଳ ୪, ଗଜପତି ୨, ଗଞ୍ଜାମ ୨, ଜଗତସିଂହପୁର ୨୫, ଯାଜପୁରରୁ ୩୯, ଝାରସୁଗୁଡ଼ାରୁ ୬, କଳାହାଣ୍ଡି ୨, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୮, କେନ୍ଦୁଝରରୁ ଜଣେ, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୧୮, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୩, ପୁରୀରୁ ୧୮, ରାୟଗଡ଼ାରୁ ୭, ସମ୍ବଲପୁରରୁ ୮, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୫ ଓ ଷ୍ଟେଟ୍‌ ପୁଲ୍‌ରୁ ୨୬ ଆକ୍ରାନ୍ତ ଅଛନ୍ତି।

ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୯ ହଜାର ୬୨୧ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୦,୦୫,୫୬୪ଜଣ ସୁସ୍ଥ ହୋଇସାରିଛନ୍ତି। ୫,୮୭୬ଜଣ ଏବେ ଚିକିତ୍ସାଧୀନ ଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।