ଷଷ୍ଠ ଶ୍ରେଣୀ ଛାତ୍ର ମୃତ୍ୟୁ ମାମଲା: କ୍ଷତିପୂରଣ ଦାବିରେ ରାଜପଥ ଅବରୋଧ

ବାଲିଗୁଡ଼ା,୨୭।୮:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବାଟାଗୁଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଷଷ୍ଠ ଶ୍ରେଣୀ ଛାତ୍ର ମୃତ୍ୟୁ ଘଟଣାକୁ ନେଇ ରବିବାର ଉତ୍ତେଜନା ଦେଖାଦେଇଛି। ନ୍ୟାୟ ପ୍ରଦାନ ଦାବିରେ ପରିବାର ଲୋକଙ୍କ ସହ ସ୍ଥାନୀୟ ଲୋକେ ବିଦ୍ୟାଳୟ ସମ୍ମୁଖ ୫୯ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ। ଫଳରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଏପରି କି ପ୍ରଧାନ ଶିକ୍ଷୟିତ୍ରୀଙ୍କ ଦାୟୀତ୍ୱ ହୀନତା ଯୋଗୁଁ ଏଭଳି ଘଟଣା ଘଟିଲା ବୋଲି ଅଭିଯୋଗ ହୋଇଛି।

ମୃତ ଛାତ୍ରଙ୍କ ପରିବାର ଲୋକଙ୍କୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି ସହ ପ୍ରଧାନ ଶିକ୍ଷୟିତ୍ରୀ, ହଷ୍ଟେଲ ସୁପରିଟେଣ୍ଡେଣ୍ଟ ଏବଂ ଦାୟୀତ୍ୱହୀନ କର୍ମଚାରୀଙ୍କୁ ନିଳମ୍ବନ ଦାବି କରି ଲୋକେ ମୃତଦେହ ରଖି ରାସ୍ତା ଅବରୋଧ କରିଥିଲେ। ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା।

ମିଳିଥିବା ସୂଚନା ମୁତାବକ, ବାଟାଗୁଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଷଷ୍ଠ ଶ୍ରେଣୀ ଛାତ୍ର ସତ୍ୟାନନ୍ଦ ନାୟକ କୌଣସି କାରଣରୁ ତଳେ ପଡ଼ି ଅଚେତ ହୋଇପଡିଥିଲେ। ବିଦ୍ୟାଳୟ କର୍ତ୍ତୃପକ୍ଷ ସତ୍ୟାନନ୍ଦଙ୍କୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ରବିବାର ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲା। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି। ଥାନା ଅଧିକାରୀ ବାବାଶଙ୍କର ସରାଫ, ତହସିଲଦାର ବିଜୟ କୁମାର ସେଠୀ, ଅତିରିକ୍ତ ଜିଲା ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଭିଷଣ ଭୋଇ, ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଦିବେର ମଲ୍ଲିକ ପ୍ରମୁଖ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିବା ସହ ସରକାରୀ ରିଲିଫ ପାଣ୍ଠିରୁ ୧୦ ହଜାର ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦେଇଥିଲେ। ସରକାରଙ୍କ ନିୟମ ଅନୁସାରେ ତଦନ୍ତ ପରେ ଆର୍ଥିକ ସହାୟତା ପ୍ରଦାନ କରାଯିବ ବୋଲି ପ୍ରତିଶ୍ରୁତି ପରେ ରାସ୍ତାରୋକୋ ହଟିଥିଲା।

ଚିକିତ୍ସାରେ ଅବହେଲା ଅଭିଯୋଗ


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଗୋଟିଏ ଦିନରେ କେତେ ପେଟ୍ରୋଲ କିଣିପାରିବେ? ଯୁଦ୍ଧ ଭିତରେ ଜାଣିନିଅନ୍ତୁ ନିୟମ…

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାରୁ ଏବଂ ଇନ୍ଧନ ଯୋଗାଣ ସମ୍ପର୍କରେ ଚିନ୍ତା ଜାରି ରହିଥିବାରୁ, ଭାରତର କିଛି ସ୍ଥାନରେ ପେଟ୍ରୋଲ ଏବଂ ଡିଜେଲର ଆତଙ୍କ କ୍ରୟ…

ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର!

ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri