ମାର୍ଚ୍ଚ ୬ରୁ ୯ମ ଶ୍ରେଣୀ ବାର୍ଷିକ ପରୀକ୍ଷା

କଟକ,୨୮ା୨(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ହାଇସ୍କୁଲ ଓ ମଧ୍ୟମାର ନବମ ଶ୍ରେଣୀ ବାର୍ଷିକ ପରୀକ୍ଷା ମାର୍ଚ୍ଚ ୬ରୁ ଆରମ୍ଭ ହୋଇ ୧୫ରେ ଶେଷ ହେବ। ଛାତ୍ରୀଛାତ୍ର ବାର୍ଷିକ ପରୀକ୍ଷା ନିଜ ହାଇସ୍କୁଲ ଓ ଟୋଲ୍‌ରେ ଦେବେ। ବୋର୍ଡ ପକ୍ଷରୁ ବାର୍ଷିକ ପରୀକ୍ଷାର ପ୍ରଶ୍ନପତ୍ର ଅନ୍‌ଲାଇନ ମାଧ୍ୟମରେ ଯୋଗାଇ ଦିଆଯିବ। ହାଇସ୍କୁଲ୍‌ର ମୁଖ୍ୟମାନେ ବୋର୍ଡ ଓ୍ବେବସାଇଟ୍‌ www.bseodisha.ac.inରେ ୟୁଜର ଆଇଡି ଓ ପାସ୍‌ଓ୍ବାର୍ଡ ଦ୍ୱାରା ଲଗ୍‌ ଇନ୍‌ କରି ପ୍ରଶ୍ନପତ୍ର ଡାଉନ୍‌ଲୋଡ୍‌ କରିବେ। ପ୍ରତ୍ୟେକ ବିଷୟର ପ୍ରଶ୍ନପତ୍ର ପରୀକ୍ଷା ଦିନ ସକାଳ ୭ଟାରୁ ୧୧ଟା ମଧ୍ୟରେ ଉପଲବ୍ଧ ହେବ।  ପରୀକ୍ଷା ସକାଳ ୯ଟାରୁ ଆରମ୍ଭ ହୋଇ ଦିବା ୧୧.୩୦ରେ ଶେଷ ହେବ। ଜିଲା ଶିକ୍ଷାଧିକାରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ମୂଲ୍ୟାୟନ କାର୍ଯ୍ୟ ମଧ୍ୟ ନିଜ ବିଦ୍ୟାଳୟରେ କରାଯିବ। ଏଥିସହ ପରବର୍ତ୍ତୀ ଶିକ୍ଷାବର୍ଷ ଆରମ୍ଭ ଅର୍ଥାତ ଏପ୍ରିଲ ପହିଲା ପୂର୍ବରୁ ବିଦ୍ୟାଳୟଗୁଡ଼ିକ ପରୀକ୍ଷାଫଳ ପ୍ରକାଶ କରିବେ।
ହାଇସ୍କୁଲ ନବମ ଶ୍ରେଣୀର ପରୀକ୍ଷା ସୂଚୀ ଅନୁସାରେ, ମାର୍ଚ୍ଚ ୬ରେ ଦ୍ୱିତୀୟ ଭାଷା ଇଂରାଜୀ, ହିନ୍ଦୀ, ପରିବେଶ ଓ ଜନସଂଖ୍ୟା ଶିକ୍ଷା(କେବଳ ଭିନ୍ନକ୍ଷମଙ୍କ ପାଇଁ), ୭ ତାରିଖରେ ତୃତୀୟ ଭାଷା ହିନ୍ଦୀ, ଓଡ଼ିଆ, ସଂସ୍କୃତ, ୯ ତାରିଖରେ ସାଧାରଣ ବିଜ୍ଞାନ, ୧୧ ତାରିଖରେ ଗଣିତ, ୧୨ ତାରିଖରେ ସାମାଜିକ ବିଜ୍ଞାନ ଓ ୧୩ ତାରିଖରେ ପ୍ରଥମ ଭାଷା ଓଡ଼ିଆ, ବଙ୍ଗଳା, ହିନ୍ଦୀ, ଊର୍ଦ୍ଦୁ, ତେଲୁଗୁ ବିଷୟରେ ପରୀକ୍ଷା ହେବ।
ସେହିପରି ମଧ୍ୟମା ନବମ ଶ୍ରେଣୀର ପରୀକ୍ଷା ସୂଚୀ ଅନୁସାରେ, ମାର୍ଚ୍ଚ ୬ ତାରିଖରେ ଇଂରାଜୀ, ୭ ତାରିଖରେ ସଂସ୍କୃତ ସାହିତ୍ୟ, ୯ ତାରିଖରେ ସଂସ୍କୃତ ବ୍ୟାକରଣ ଓ ଦର୍ଶନ, ୧୧ ତାରିଖରେ ଗଣିତ, ୧୨ ତାରିଖରେ ସାମାଜିକ ବିଜ୍ଞାନ ଓ ୧୩ ତାରିଖରେ ପ୍ରୟୋଗାତ୍ମକ ସଂସ୍କୃତ, ୧୪ ତାରିଖରେ ବିଜ୍ଞାନ ଓ ୧୫ ତାରିଖରେ ମାତୃଭାଷା ଓଡ଼ିଆ, ହିନ୍ଦୀ ବିଷୟରେ ପରୀକ୍ଷା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri