ବରଗଡ଼ ଜିଲାର ବିକାଶ ପାଇଁ ସମ୍ମିଳିତ ଭାବେ କାର୍ଯ୍ୟ କର

ବରଗଡ଼,୨୯।୧(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ପୂର୍ବାହ୍ନ ୧୦ଟାରେ ଜିଲା ପରିଷଦର ୬ଷ୍ଠ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ, ପଦ୍ମପୁର ବିଧାୟିକା ବର୍ଷାସିଂ ବରିହା, ଭଟଲି ବିଧାୟକ ଇରାସିସ୍‌ ଆଚାର୍ଯ୍ୟ, ବରଗଡ଼ ଏମ୍‌ପି ପ୍ରତିନିଧି ସୁରେଶ୍ୱର ଶତପଥୀ, ଜିଲା ପରିଷଦ ଉପାଧ୍ୟକ୍ଷ ମୋହନ ଲୁହା, ଜିଲାପାଳ ଆଦିତ୍ୟ ଗୋୟଲ, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହାଙ୍କ ସମେତ ଜିଲାର ସମସ୍ତ ବ୍ଲକ୍‌ ଅଧ୍ୟକ୍ଷ ଏବଂ ସମସ୍ତ ବିଭାଗର ଜିଲାସ୍ତରୀୟ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ।

ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲୁହା ସମସ୍ତଙ୍କୁ ସ୍ବାଗତ କରିବା ସହ ବୈଠକର ଆଭିମୁଖ୍ୟ ଉପରେ ସୂଚନା ପ୍ରଦାନ କରିଥିଲେ। ଜିଲା ପରିଷଦ ଅଧ୍ୟକ୍ଷା ଭୋଇ ସମସ୍ତ ଲୋକ ପ୍ରତିନିଧି ଏବଂ ଅଧିକାରୀ ମିଳିତଭାବେ କାର୍ଯ୍ୟ କଲେ ଜିଲାର ଉନ୍ନତି ହୋଇପାରିବ ବୋଲି ବକ୍ତବ୍ୟରେ ପ୍ରକାଶ କରିଥିଲେ। ଏହାପରେ ପୂର୍ବ ବୈଠକର ସଭା ବିବରଣୀ ଅନୁଯାୟୀ ଜିଲାରେ କାର୍ଯ୍ୟକାରୀ ହେଉଥିବା କାର୍ଯ୍ୟକ୍ରମ, ଯୋଜନାର କାର୍ଯ୍ୟକାରିତା ଉପରେ ବିଭାଗୀୟ ଅଧିକାରୀମାନେ ଉପସ୍ଥାପନ କରିଥିଲେ। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ନିରୁପମା ଷଡ଼ଙ୍ଗୀ ଜିଲାର ଡାକ୍ତରଖାନାଗୁଡ଼ିକରେ ଖାଲି ପଡ଼ିଥିବା ଡାକ୍ତର ପଦବୀ, କର୍କଟ ରୋଗର ଚିକିତ୍ସା ଉପରେ ସୂଚନା ପ୍ରଦାନ କହିଥିଲେ।

ବିଦ୍ୟୁତ୍‌ ଯୋଗାଣ ବିଷୟରେ ଟିପିଡବ୍ଲ୍ୟୁଓଡିଏଲ୍‌ ଜୋନାଲ ହେଡ୍‌ ଉଠା ଜଳସେଚନ ବିଭାଗ ସହ ସମନ୍ବୟ ରଖି ଗଭୀର ନଳକୂପରେ ଜଳଯୋଗାଣର ତ୍ୱରାନ୍ବିତ ପ୍ରକ୍ରିୟା ଉପରେ ସୂଚନା ଦେଇଥିଲେ। ଏହାପରେ ପାନୀୟ ଜଳଯୋଗାଣ, ଗ୍ରାମ୍ୟ ପରିମଳ, ଯୋଗାଣ ଓ ଖାଉଟି କଲ୍ୟାଣ, ସାମାଜିକ ମଙ୍ଗଳ ତଥା ମହିଳା ଓ ଶିଶୁ କଲ୍ୟାଣ ବିଭାଗ, ସୁଭଦ୍ରା ଯୋଜନାର ଅଗ୍ରଗତି, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀଙ୍କ ଯୋଗ୍ୟତା, ଜବ୍‌କାର୍ଡ଼ ଓ ଆଧାର କାର୍ଡ ଭେରିଫିକେଶନ, ଅପ୍‌ଡେଟ୍‌ ବ୍ୟବସ୍ଥା, ବସୁନ୍ଧରା ଯୋଜନାରେ ଭୂମିହୀନଙ୍କୁ ଭୂମି ପ୍ରଦାନ ବ୍ୟବସ୍ଥା ଭଳି ବିଭିନ୍ନ ବିଷୟରେ ଲୋକଙ୍କୁ ସଚେତନତା କାର୍ଯ୍ୟକ୍ରମ, ଶିଶୁ ସୁରକ୍ଷା, ଶିକ୍ଷା ବ୍ୟବସ୍ଥା, ପିଲାଙ୍କ ସ୍କୁଲ ୟୁନିଫର୍ମ ବିତରଣ, ଉଦ୍ୟାନ କୃଷି ବିଭାଗ ଦ୍ୱାରା ପ୍ରତି ସବ୍‌ଡିଭିଜନରେ ନିର୍ମାଣ ହେବାକୁ ଥିବା ଶୀତଳ ଭଣ୍ଡାର ନିର୍ମାଣ ପାଇଁ ଜମି ଚିହ୍ନଟ ଏବଂ ଏହାର ଅଗ୍ରଗତି ବିଷୟରେ ଆଲୋଚନା କରିବା ପରେ ଠିକ୍‌ ହିତାଧିକାରୀଙ୍କୁ ଚିହ୍ନଟକରି ଆଳୁ, ହଲଦୀ, ପିଆଜ, ଅଦା ଆଦି ବଣ୍ଟନ କରିବା ପାଇଁ ଆଲୋଚନା ହୋଇଥିଲା। ସେହିପରି ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ରାସ୍ତା ନିର୍ମାଣ ଏବଂ ପୂର୍ତ୍ତ ବିଭାଗ ଦ୍ୱାରା ରାସ୍ତା, କଲଭର୍ଟ ନିର୍ମାଣ ଆଦି ବିଷୟରେ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍‌ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ…

ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ର ଆରମ୍ଭ: ଭାଗନେଲେ ୧ ହଜାର କ୍ରୀଡ଼ାବିତ୍‌

ବାଲେଶ୍ୱର,୧୬ା୩(ବାଞ୍ଛାନିଧି ଦେ): ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘ(ଏଆଇୟୁ), ନୂଆଦିଲ୍ଲୀ ସହଯୋଗ ଓ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ସହଭାଗିତାରେ ସୋମବାର ସର୍ୱଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ ୨୦୨୫-୨୬…

SCBରେ ନିଆଁ: ରିପୋର୍ଟ ମାଗିଲେ NHRC

କଟକ, ୧୬।୩: କଟକ SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ(NHRC )। ଘଟଣାର ଅନୁଧ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri