ମାର୍ଚ୍ଚ ୩ରେ ଷଷ୍ଠ ପର୍ଯ୍ୟାୟ ନିର୍ବାଚନ: ହଟ୍‌ ସିଟ୍‌ରେ ଗୋରଖପୁର

ଲକ୍ଷ୍ନୌ,୨।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ବର୍ତ୍ତମାନ ଶେଷରେ ପହଞ୍ଚିଛି। ପୂର୍ବରୁ ପଞ୍ଚମ ପର୍ଯ୍ୟାୟ ପାଇଁ ମତଦାନ ସରିଥିବା ବେଳେ ଆଉ ୨ଟି ପର୍ଯ୍ୟାୟରେ ମତଦାନ ହୋବାକୁ ଅଛି। ଅବଶିଷ୍ଟ ୨ଟି ପର୍ଯ୍ୟାୟରୁ ଷଷ୍ଠ ପର୍ଯ୍ୟାୟ ମତଦାନ ମାର୍ଚ୍ଚ ୩ରେ ଅନୁଷ୍ଠିତ ହେବ। ବିଧାନସଭା ନିର୍ବାଚନର ଏହି ଷଷ୍ଠ ପର୍ଯ୍ୟାୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କାରଣ ଏହି ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଶଲଭ ମଣି ତ୍ରିପାଠୀ, ସୂର୍ଯ୍ୟ ପ୍ରତାପ ଶାହି, ରାମ ଅଚଲ ରାଜଭର, ଲାଲଜୀ ବର୍ମା ଓ ସ୍ବାମୀ ପ୍ରସାଦ ମୋର୍ଯ୍ୟଙ୍କ ସମେତ ଅନ୍ୟାନ୍ୟ ନାଁକରା ରାଜନୈତିକଙ୍କ ଭାଗ୍ୟ ଏବେ ଭୋଟରଙ୍କ ହାତରେ ରହିଛି। ସୂଚନା ମୁତାବକ ଗୋରଖପୁର ସଦର ହେଉଛି ଉତ୍ତରପ୍ରଦେଶର ହଟ୍‌ ସିଟ୍‌। କାରଣ ଏହି ଆସନରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ନିର୍ବାଚନର ୬ଷ୍ଠ ପର୍ଯ୍ୟାୟରେ ଯୋଗୀ ଆଦିତ୍ୟନାଥଙ୍କ ପ୍ରତିଷ୍ଠା ଏବେ ସଙ୍କଟରେ ରହିଛି। ଯୋଗୀ ଲଗାତାର ଅନେକ ଥର ଏମ୍‌ପି ହେବା ପରେ ୨୦୧୭ରେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ହୋଇଥିଲେ। ବର୍ତ୍ତମାନ ପ୍ରଥମ ଥର ପାଇଁ ଗୋରଖପୁର ସଦରର ବିଧାୟକ ଭାବେ ସେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ତାଙ୍କ ବିରୋଧରେ ନିର୍ବାଚନୀ ମଇଦାନକୁ ଚନ୍ଦ୍ରଶେଖର ରହିଥିବା ବେଳେ ଏସ୍‌ପିରୁ ସୁଭାବତୀ ଶୁକ୍ଲା ଓ ବିଏସ୍‌ପିରୁ ଖ୍ବାଜା ଶମସୁଦ୍ଦିନ ଓହ୍ଲାଇଛନ୍ତି। ସେହିପରି କଂଗ୍ରେସରୁ ଚେତନା ପାଣ୍ଡେ ପ୍ରାର୍ଥୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri