୬ଷ୍ଠରୁ ୧୦ମ ଛାତ୍ରୀଙ୍କୁ ମିଳୁନି ନାପ୍‌କିନ

ମହାକାଳପଡ଼ା, ୧୯ା୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୂର୍ବ ସରକାର ଶାସନ ସମୟରେ ଛାତ୍ରୀମାନଙ୍କୁ ମାଗଣାରେ ନାପକିନ ବଣ୍ଟନ କରିବାକୁ ନିର୍ଦ୍ଦେଶ ଥିଲା। ହେଲେ ୬ଷ୍ଠରୁ ୧୦ମଶ୍ରେଣୀ ଛାତ୍ରୀଙ୍କୁ ଅଦ୍ୟାବଧି ସେମାନଙ୍କୁ ନାପକିନ ମିଳିନାହିଁ। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରତି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଲକ୍ଷ ଲକ୍ଷ ନାପକିନ ଯୋଗାଣ କରାଯାଇଥିଲା। ହେଲେ ଛାତ୍ରୀମାନଙ୍କୁ ବଣ୍ଟନ ପୂର୍ବରୁ ସ୍ବାସ୍ଥ୍ୟକେନ୍ଦ୍ରରୁ ସମସ୍ତ ନାପକିନ ଚୋରି ହୋଇଛି। ସ୍ବାସ୍ଥ୍ୟକେନ୍ଦ୍ରର ଗୋଦାମ ଗୃହ ସୁରକ୍ଷା ବ୍ୟବସ୍ଥାକୁ ନେଇ ବିଭାଗୀୟ ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରୁଥିବା ବୁଦ୍ଧିଜୀବୀ ମହଲରେ ଆଶଙ୍କା ପ୍ରକାଶ ପାଇଛି।
ମିଳିଥିବା ସୂଚନା ଅନୁସାରେ, ଚଳିତବର୍ଷ ୨ା୭ା୨୪ ଓ ୧୪ା୯ା୨୪ ପୃଥକ୍‌ ପୃଥକ୍‌ ଭାବେ ୨ ଥର ୪ ଲକ୍ଷ ୫୫ ହଜାର ୮ ଶହ ୧୪ ପିସ୍‌ ବା ସମୁଦାୟ ୯ ଲକ୍ଷ ୧୧ ହଜାର ୬୬ ଖଣ୍ଡ ନାପକିନ ଯୋଗାଣ କରାଯାଇଛି। ଉକ୍ତ ନାପକିନକୁ ଏକ ଘରୋଇ ଯୋଗଣକାରୀ ସଂସ୍ଥା ଶ୍ରୀରାଧେ ହାଇଜେନିକ ପ୍ରାଇଭେଟ ଲିମିଟେଡ଼ ପକ୍ଷରୁ ମହାକାଳପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଗୋଦାମ ଗୃହରେ ଗଚ୍ଛିତ ରଖିଥିଲା। ତେବେ ଛାତ୍ରୀମାନଙ୍କୁ ବଣ୍ଟନ ନ କରି କାହିଁକି ଗୋଦାମ ଘରେ ରଖିଲା, ଏ ନେଇ ବିଭାଗୀୟ ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରିଛନ୍ତି। ତେବେ ଏଠାରେ ପ୍ରଶ୍ନ ଉଠେ ସ୍ବାସ୍ଥ୍ୟକେନ୍ଦ୍ର ପରିସରକୁ ୨୪ ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲେ ମଧ୍ୟ କିପରି ଲକ୍ଷ ଲକ୍ଷ ସଂଖ୍ୟାରେ ନାପକିନ ଚୋରି ହେଲା ବୋଲି ଅନ୍ୟ ପକ୍ଷରେ କୁହାଯାଇଛି। ଏ ନେଇ ମହାକାଳପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଭାରପ୍ରାପ୍ତ ମେଡ଼ିକାଲ ଅଫିସର ଡା. ନିରଞ୍ଜନ କର ଗତ ସପ୍ତାହରେ ମହାକାଳପଡ଼ା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗରେ ୭୦ ପେଟିରୁ ଅଧିକ ନାପକିନ ଥିଲା। ପ୍ରତି ପେଟିରେ ହାଜରରୁ ଅଧିକ ପ୍ୟାକିଂ ରହିଛି। ସେହିପରି କିଛି ମାସ ପୂର୍ବରୁ ସମାନ ଧରଣର ନାପକିନ ଚୋରି ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା ବୋଲି ଥାନା ଅଧିକାରୀ ଧୀରଜ କୁମାର ଲେଙ୍କା ସୂଚନା ଦେଇଛନ୍ତି।
ଏ ସଂକ୍ରାନ୍ତରେ ମହାକାଳପଡ଼ା ଆଇଆଇସି ଲେଙ୍କାଙ୍କୁ ପଚାରିବାରେ ୪ ଦିନ ପୁର୍ବରୁ ନାପକିନ ଚୋରି ହେବା ନେଇ ଡା. କର ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତିକରି ନଂ. ୨୨୪/୨୪ରେ ମାମଲା ରୁଜୁ ହୋଇଛି ବୋଲି କହିଛନ୍ତି। ପୋଲିସ ପକ୍ଷରୁ ତଦନ୍ତ ଚାଲିଛି। ଅପରପକ୍ଷରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଭାରପ୍ରାପ୍ତ ଅଧିକାରୀ ଡ଼ା ନିରଞ୍ଜନ କରଙ୍କୁ ପଚାରିବାରେ କେତେଜଣ ଅସାମାଜିକ ବ୍ୟକ୍ତିମାନେ ନାପକିନ ଚୋରି କରି ଥାଇପାରନ୍ତି ବୋଲି ସେ କହିଛନ୍ତି। ଏଠାରେ ପ୍ରଶ୍ନ ଉଠେ ଛାତ୍ରୀମାନଙ୍କୁ ବଣ୍ଟନ ନ କରି ଗୋଦାମ ଘରେ କାହିଁକି ଗଚ୍ଛିତ ରଖାଯାଇଥିଲା। ବିଭାଗୀୟ ବିଶେଷ ସୂତ୍ରରୁ ପ୍ରକାଶ ପୂର୍ବ ସରକାର ରେ ଏହି ନାପକିନ ଗାଏବ କରାଯାଇଥିଲା। ହେଲେ ସରକାର ବଦଳିବା ପରେ ଅଡିଟ ହେବାରୁ ନାପକିନର କିଛି ହିସାବ ନାହିଁ। ଶେଷରେ ବିଭାଗୀୟ ଗୋପନୀୟ ତଥ୍ୟକୁ ଲୁଚାଇବା ଓ ତଥ୍ୟ ପଦାରେ ପଡ଼ିବା ଭୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ଚିନ୍ତାର କାରଣ ପାଲଟିଛି। ବିଭାଗର ଜୈନିକ କର୍ମଚାରୀ ନିଜ ନାମ ଗୋପନ ରଖିବା ସର୍ତ୍ତରେ କହିଛନ୍ତିଳ କେନ୍ଦ୍ର ପକ୍ଷରୁ ଥାନାରେ ଚୋରି ଅଭିଯୋଗ କରି ଚୁପ୍‌ ହୋଇ ବସିଛି ବୋଲି ସାଧାରଣରେ ଆଲୋଚନା ହେଉଛି। ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ସ୍ଥାନୀୟ ବୁଦ୍ଧିଜୀବୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Gen Zକୁ ନେଇ ପ୍ରଶାନ୍ତ କିଶୋରଙ୍କ ବଡ଼ ଭବିଷ୍ୟବାଣୀ, ‘ସରକାରଙ୍କୁ ଜଣାଅଛି ଯେ…’

ନୂଆଦିଲ୍ଲୀ,୬।୮: ବାଙ୍କିପୁର ଉପନିର୍ବାଚନରେ ବଡ଼ ବିଜୟ ହାସଲ କରିବା ପରେ ଜନସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର (PK) ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ନିଜର ରାଜନୈତିକ ରଣନୀତି…

ଛାତ୍ର ଆନ୍ଦୋଳନକୁ ନେଇ ରାହୁଲଙ୍କୁ ଟାର୍ଗେଟ କଲେ କଙ୍ଗନା: କହିଲେ- ଉସୁକାଇବା ପାଇଁ..

ନୂଆଦିଲ୍ଲୀ,୬।୮: ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରାଣାୱତ ଭାରତୀୟ ଜାତୀୟ କଂଗ୍ରେସର ନେତା ଏବଂ ଲୋକ…

RAC ଟିକେଟ୍ ଥିଲେ ଆଉ ଚିନ୍ତା ନାହିଁ, ଏବେ ମିଳିବ ପୁରା….

ନୂଆଦିଲ୍ଲୀ,୬।୮: ଭାରତୀୟ ରେଳରେ ଯାତ୍ରା କରୁଥିବା ଲକ୍ଷାଧିକ ଯାତ୍ରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଦୀର୍ଘଦିନ ଧରି ଅନେକ ଯାତ୍ରୀଙ୍କ ଅଭିଯୋଗ ଥିଲା…

ଏହି କ୍ରିକେଟର୍‌ଙ୍କ ଘର ଉପରକୁ ପେଟ୍ରୋଲ ବୋମା ମାଡ଼: କାରଣ ଜାଣିଲେ…

ନୂଆଦିଲ୍ଲୀ,୬।୮: କିମ୍ବଦନ୍ତୀ ବାଂଲାଦେଶୀ କ୍ରିକେଟର ଏବଂ ପୂର୍ବତନ ଅଧିନାୟକ ସାକିବ ଅଲ ହାସନଙ୍କ ଘର ଉପରେ ପେଟ୍ରୋଲ ବୋମା ମାଡ଼ କରାଯାଇଛି। ବାଂଲାଦେଶର ସବୁଠାରୁ ସଫଳ କ୍ରିକେଟରମାନଙ୍କ…

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ…

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri