Posted inରାଜ୍ୟ

ଖୋଲିପାରେ ୬ଷ୍ଠରୁ ୮ମ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ରାଜ୍ୟରେ ପ୍ରାଥମକ ଶ୍ରେଣୀ ଖୋଲିବା ପାଇଁ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ(ଓଏସ୍‌ସିପିସିଆର୍‌) ରାଜ୍ୟ ସରକାରଙ୍କୁ ସୁପାରିସ କରିବେ। ଷଷ୍ଠରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ଅଫ୍‌ଲାଇନ ଶିକ୍ଷାଦାନ ବା ଶ୍ରେଣୀଗୃହ ପାଠପଢ଼ା ଆରମ୍ଭ କରିବା ପାଇଁ କୁହାଯିବ। ବୁଧବାର ଓଏସ୍‌ସିପିସିଆର୍‌ ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ ଏହି ସୂଚନା ଦେଇଛନ୍ତି। ଶ୍ରେଣୀଗୃହରେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଠପଢ଼ା ପାଇଁ ଆମେ ସ୍ବତନ୍ତ୍ର ରିଲିଫ କମିଶନର, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ସ୍ବାସ୍ଥ୍ୟ ବିଭାଗକୁ ପ୍ରସ୍ତାବ ଦେଇଛୁ ବୋଲି ଓଏସ୍‌ସିପିସିଆର୍‌ ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ କହିଛନ୍ତି। ଶିଶୁଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜ୍ୟୁର(ଏସ୍‌ଓପି) ଆଣିବାକୁ ସୁପାରିସ କରାଯିବ। ମଙ୍ଗଳବାର ସବୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ, ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର,ସ୍ବାସ୍ଥ୍ୟ ବିଭାଗ ଅଧିକାରୀଙ୍କ ସହ କମିଶନଙ୍କ ଆଲୋଚନା ହୋଇଛି। ଶିଶୁମାନେ ଦୀର୍ଘଦିନ ହେଲା ଘରେ ମାନସିକ ଭାବେ ଚାପଗ୍ରସ୍ତ ରହିଛନ୍ତି। ବିଳମ୍ବରେ ହେଲେ ଶାରୀରିକ ବିକାଶରେ ମଧ୍ୟ ବାଧକ ହେବ ବୋଲି ଅନେକ ବିଶେଷଜ୍ଞ ମତ ଦେଇଛନ୍ତି। ତେଣୁ ଅଗ୍ରାଧିକାରଭିତ୍ତିରେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ଖୋଲିବାକୁ ପରାମର୍ଶ ଦିଆଯିବ। ଦିନେ ଛଡ଼ା ଦିନେ ବା ଅଡ୍‌-ଇଭିନ ଫର୍ମୁଲା ବ୍ୟବହାର କରି ସ୍କୁଲ ଖୋଲିହେବ ବୋଲି ଓଏସ୍‌ସିପିସିଆର୍‌ ଅଧ୍ୟକ୍ଷା ପ୍ରଧାନ କହିଛନ୍ତି। ସୂଚନାଯୋଗ୍ୟ, କରୋନା ଯୋଗୁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ପଡ଼ିଥିଲା। ଏବେ ସ୍ଥିତିରେ ସୁଧାର ଆସିଥିବାରୁ ଧୀରେ ଧୀରେ ଶିକ୍ଷାନୁଷ୍ଠାନ ଖୋଲିବାରେ ଲାଗିଛି। ଗତ ୨୬ରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଇଁ ସ୍କୁଲ ଓ କଲେଜ ଖୋଲିଥିବାବେଳେ ଗତ ୯ରୁ ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିଛି। ସେହିପରି ଗତ ୧୬ ତାରିଖରୁ ନବମ ଶ୍ରେଣୀ ପିଲାଙ୍କ ଶ୍ରେଣୀଗୃହ ପାଠପଢ଼ା ଆରମ୍ଭ ହୋଇଛି। ତେଣୁ ପ୍ରାଥମିକ ଶ୍ରେଣୀ ପିଲାଙ୍କ ପାଇଁ ଶ୍ରେଣୀଗୃହ ପାଠପଢ଼ା ଆରମ୍ଭ କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥିପାଇଁ ରାଜ୍ୟ ସରକାର ଓଏସ୍‌ସିପିସିଆର୍‌, ଶିଶୁ ଓ ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ସମେତ ରାଜ୍ୟବାସୀଙ୍କ ମତାମତକୁ ତର୍ଜମା କରୁଛନ୍ତି। ସେପଟେ ରାଜ୍ୟରେ ସ୍କୁଲଗୁଡ଼ିକ ଖୋଲିବା ପରେ ଅଧିକାଂଶ ସ୍ଥାନରେ ପିଲା ସଂକ୍ରମିତ ହେବାର ସୂଚନା ରହିଛି। ଆଉ ଏପଟେ ଦୈନିକ କରୋନାରେ ଆକ୍ରାନ୍ତ ପିଲାଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ମଧ୍ୟ ଛନକା ପଶିଛି। ତୃତୀୟ ଲହରରେ ଅଧିକ ପିଲା ଆକ୍ରାନ୍ତ ହେବାର ଆକଳନ କରାଯାଉଥିବାରୁ ଏପରି ସ୍ଥିତିରେ ପ୍ରାଥମିକ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବା କେତେ ଫଳପ୍ରଦ ତାହା ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri