ଷଷ୍ଠରୁ ଅଷ୍ଟମ ପିଲା ଦେବେ ସ୍ବତନ୍ତ୍ର ପରୀକ୍ଷା

ଭୁବନେଶ୍ୱର, ୧୩।୧୧(ବ୍ୟୁରୋ): ରାଜ୍ୟର ସରକାରୀ ସ୍କୁଲରେ ଉନ୍ନତ ଶିକ୍ଷାଦାନ ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। କରୋନା ସମୟରେ ଶିକ୍ଷାଦାନ ଗୁରୁତର ବାଧାପ୍ରାପ୍ତ ହୋଇଥିଲା। ଏଥିପାଇଁ ପରବର୍ତ୍ତୀ ସମୟରେ ସରକାର ଲର୍ନିଂ ରିକଭରି ପ୍ରୋଗ୍ରାମ ଆରମ୍ଭ କରିଥିଲେ। ତେବେ ଏହି କାର୍ଯ୍ୟକ୍ରମ କେତେ ସଫଳ ହୋଇଛି ଓ ପିଲାଙ୍କ ବୌଦ୍ଧିକ ବିକାଶ କେତେ ହୋଇଛି, ତାହା ଜାଣିବା ପାଇଁ ସ୍ବତନ୍ତ୍ର ପରୀକ୍ଷା ହେବ। ଷଷ୍ଠ, ସପ୍ତମ ଓ ଅଷ୍ଟମ ଶ୍ରେଣୀ ପିଲା ଏହି ପରୀକ୍ଷା ଦେବେ। ହାଇସ୍କୁଲ ଯିବା ପୂର୍ବରୁ ଛାତ୍ରୀଛାତ୍ରଙ୍କ ଦକ୍ଷତା ଯାଞ୍ଚ ହେବ। ସ୍ବତନ୍ତ୍ର ପରୀକ୍ଷା କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଥିବାବେଳେ ଚଳିତ ବର୍ଷଠାରୁ ଏହାକୁ ଲାଗୁ କରାଯିବ। ପରୀକ୍ଷା ପାଇଁ ଏସ୍‌ସିଇଆର୍‌ଟି ପ୍ରଶ୍ନପତ୍ର ପ୍ରସ୍ତୁତ କରିବ। ପିଲାମାନେ ନିଜ ସ୍କୁଲରେ ପରୀକ୍ଷା ଦେବେ ଏବଂ ପାଖ ସ୍କୁଲର ଶିକ୍ଷକ ଖାତା ମୂଲ୍ୟାୟନ କରିବେ। ତେବେ ଛାତ୍ରୀଛାତ୍ର ଏହି ପରୀକ୍ଷାରେ ବିଫଳ ହେଲେ, ତାଙ୍କୁ ଫେଲ୍‌ ଧରାଯିବ ନାହିଁ। ବରଂ ଯେଉଁମାନେ ଦୁର୍ବଳ ଥିବେ ସେମାନଙ୍କ ଦକ୍ଷତା ବଢ଼ାଇବା ଲାଗି ପଦକ୍ଷେପ ନିଆଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି।
ସୂଚନାଯୋଗ୍ୟ, ରାଇଟ୍‌ ଟୁ ଏଜୁକେଶନ ଆକ୍ଟ ଅନୁଯାୟୀ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ପିଲାଙ୍କୁ ବିନା ପରୀକ୍ଷାରେ କ୍ଲାସ୍‌ ପ୍ରମୋଶନ କରିବା ବାଧ୍ୟତାମୂଳକ କରାଯାଇଛି। ତେବେ ରାଜ୍ୟ ସରକାର ଲର୍ନିଂ ରିକଭରି ପ୍ରୋଗ୍ରାମ ଲାଗୁ କରିବା ପରେ ପ୍ରାଥମିକ ଶ୍ରେଣୀରେ ଦକ୍ଷତା ପରୀକ୍ଷା ବା ସ୍ବତନ୍ତ୍ର କରିବାକୁ ଯାଉଛନ୍ତି। ରାଜ୍ୟ ସରକାରଙ୍କ ଏଭଳି ନିଷ୍ପତ୍ତିକୁ ଶିକ୍ଷାବିତ ଓ ଅଭିଭାବକ ସମର୍ଥନ କରିଛନ୍ତି। କିନ୍ତୁ ବାହାର ସ୍କୁଲ ଶିକ୍ଷକଙ୍କ ଦ୍ୱାରା ଖାତାଦେଖା ଉପରେ ସେମାନେ ପ୍ରଶ୍ନ ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri