Posted inଜାତୀୟ

ଦେଶରେ ୭.୨୦ ପ୍ରତିଶତ ଲୋକଙ୍କ ପାଖରେ ପାସପୋର୍ଟ, ଶୀଘ୍ର ଛୁଇଁବ ୧୦ କୋଟି…

ନୂଆଦିଲ୍ଲୀ,୧୯।୧୨ : ଦେଶର ୭.୨୦ ପ୍ରତିଶତ ନାଗରିକଙ୍କ ପାଖରେ ପାସପୋର୍ଟ ଅଛି। ଡିସେମ୍ବର ମଧ୍ୟଭାଗ ସୁଦ୍ଧା ୯.୬ କୋଟି ଲୋକଙ୍କ ପାସପୋର୍ଟ ତିଆରି ହୋଇସାରିଛି। ଏହି ପାସପୋର୍ଟଗୁଡ଼ିକ ମଧ୍ୟରୁ ଅଧିକାଂଶ ଗତ ଦଶନ୍ଧିରେ ତିଆରି କରାଯାଇଛି। ଆସନ୍ତା କିଛି ମାସ ମଧ୍ୟରେ ଏହି ସଂଖ୍ୟା ୧୦ କୋଟିରେ ପହଞ୍ଚିବାକୁ ଯାଉଛି।

ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ କେରଳ ଏବଂ ମହାରାଷ୍ଟ୍ରରେ ୨.୨ କୋଟିରୁ ଅଧିକ ବା ପ୍ରାୟ ଏକ ଚତୁର୍ଥାଂଶ ଅର୍ଥାତ୍‌ ୨୩ ପ୍ରତିଶତ ପାସପୋର୍ଟ ପ୍ରଦାନ କରାଯାଇଛି। ଅଧିକ ସଂଖ୍ୟାରେ ପାସପୋର୍ଟ ତାମିଲନାଡୁ, ଉତ୍ତରପ୍ରଦେଶ, ପଞ୍ଜାବ, ଗୁଜରାଟ ଏବଂ କର୍ନାଟକ ରାଜ୍ୟର ଲୋକଙ୍‌ ପାଖରେ ରହିଛି।

ତଥାପି, ସ୍ବାଧୀନତାର ୭୫ ବର୍ଷ ତୁଳନାରେ ଏହି ମୋଟ ପାସପୋର୍ଟ ସଂଖ୍ୟା କମ ଅଟେ। ଏହାର କାରଣ ହେଉଛି ଯେ ବର୍ତ୍ତମାନ ପର୍ଯ୍ୟନ୍ତ ପାସପୋର୍ଟ ପ୍ରଦାନ ନୀତି ଅତ୍ୟନ୍ତ କଠୋର ଥିଲା। ସମ୍ପ୍ରତି ବିଦେଶ ଯିବା ଲୋକଙ୍କ ସଂଖ୍ୟା ବୃଦ୍ଧି ପାଇଛି। ତେଣୁ ପାସପୋର୍ଟ ପାଇଥିବା ଲୋକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ସେଥିପାଇଁ କେନ୍ଦ୍ର ସରକାର ପାସପୋର୍ଟ ସେବା କେନ୍ଦ୍ର ସଂଖ୍ୟା ବୃଦ୍ଧି କରୁଛନ୍ତି।

ସରକାରଙ୍କ ଉଦାରବାଦୀ ତଥା ସହଜ ପାସପୋର୍ଟ ନୀତି ଯୋଗୁ ବର୍ତ୍ତମାନ ହାରାହାରି ୬ ଦିନରେ ପାସପୋର୍ଟ ତିଆରି ହେଇଥିବାବେଳେ ୨୦୧୫ରେ ଏଥି ପାଇଁ ୨୧ ଦିନ ଲାଗୁଥିଲା। ୨୦୧୫ ରୁ ୨୦୨୨ମଧ୍ୟରେ ୩୬୮ ନୂତନ ପାସପୋର୍ଟ ସେବା କେନ୍ଦ୍ର ସ୍ଥାପନ ହୋଇଛି। ୨୦୧୪ରେ ଏହା ୧୫୩ ଥିଲା। ତେବେ ୨୦୨୨ରେ ଏହି ସଂଖ୍ୟାରେ ୩୪୦ ପ୍ରତିଶତ ବୃଦ୍ଧି ଘଟିଛି। ବିଦେଶରେ ୧୪୦ରୁ ଅଧିକ ଭାରତୀୟ ମିଶନରେ ମଧ୍ୟ ପାସପୋର୍ଟ ପ୍ରଦାନ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri