ଜାପାନରେ ୭.୫ ତୀବ୍ରତାର ଭୂକମ୍ପ, ଆସିପାରେ ସୁନାମୀ

ଟୋକିଓ,୧।୧: ପଶ୍ଚିମ ଜାପାନରେ ୭.୫ ତୀବ୍ରତାର ଭୂକମ୍ପ ଅନୁଭୁତ ହୋଇଛି। ଏହି ଭୂକମ୍ପ ପରେ ସେଠାରେ ସୁନାମୀ ଚେତାବନୀ ଜାରି କରାଯାଇଛି। ଉତ୍ତର କେନ୍ଦ୍ରୀୟ ଜାପାନରେ ଏହି ଭୂକମ୍ପର କମ୍ପନ ଅନୁଭୂତ ହୋଇଥିଲା। ଏହି ଭୂକମ୍ପ ଘଟିବା ମାତ୍ରେ ସୁନାମି ସତର୍କ ସୂଚନା ଜାରି କରାଯାଇଥିଲା। ସୁନାମି ଚେତାବନୀ ଲୋକଙ୍କୁ ଇଶିକାୱା, ନିଗାତା, ତୋୟାମା ଏବଂ ୟାମାଗାଟା ଉପକୂଳବର୍ତ୍ତୀ ଅଞ୍ଚଳ ଛାଡିବାକୁ କହିଛି। ଇଶିକାୱାସ୍ଥିତ ନୋଟୋ ଉପଦ୍ୱୀପ ନିକଟରେ ସମୁଦ୍ରଠାରୁ ୫ ମିଟର ପର୍ଯ୍ୟନ୍ତ ଲହଡି ହେବାର ସମ୍ଭାବନା ରହିଛି।

ଏନ୍‌ଏଚକେ ରିପୋର୍ଟ ଅନୁଯାୟୀ, ନୂଆ ବର୍ଷରେ ଟୋକିଓ ଏବଂ କାଣ୍ଟୋ ଅଞ୍ଚଳରେ ଏହି ଭୂକମ୍ପ ଅନୁଭୂତ ହୋଇଥିଲା। ଇଶିକାୱାସ୍ଥିତ ନୋଟୋ ଉପଦ୍ୱୀପରେ ୱାଜିମା ବନ୍ଦରରେ ୧.୨ ମିଟରରୁ ଅଧିକ ଲହରୀ ଆସିବା ପରେ ସୁନାମି ଚେତାବନୀ ଦିଆଯିବା ସହ ଇଶିକାୱା, ନିଗାତା, ତୋୟାମା ଏବଂ ୟାମାଗାଟା ଉପକୂଳବର୍ତ୍ତୀ ଅଞ୍ଚଳଗୁଡିକୁ ଶୀଘ୍ର ସ୍ଥାନାନ୍ତର କରିବାକୁ କୁହାଯାଇଥିଲା।
ସ୍ଥାନୀୟ ସମୟ ଅପରାହ୍ନ ୪ ଟା ସମୟରେ ଜାପାନରେ ସୁନାମି ଚେତାବନୀ ଦିଆଯାଇଥିଲା। ଏହାପରେ, ତୋୟାମା ପ୍ରିଫେକ୍ଟରରେ ରାତି ୪ଟା ୩୫ରେ ୮୦ସେମି ଲହରୀ ଉପକୂଳକୁ ଆସିଥିଲା ଏବଂ ତା’ପରେ ରାତି ୪ଟା ୩୬ରେ ତରଙ୍ଗ ନିଗାଟା ଅଞ୍ଚଳରେ ପହଞ୍ଚିଥିଲା। ଏହାପୂର୍ବରୁ ୨୮ଡିସେମ୍ବରରେ ଜାପାନରେ ମଧ୍ୟ ବଡ ଧରଣର ଭୂକମ୍ପ ଅନୁଭୂତ ହୋଇଥିଲା। ଜାପାନର କୁରିଲ ଦ୍ୱୀପପୁଞ୍ଜରେ ଘଟିଥିବା ଭୂକମ୍ପର ତୀବ୍ରତା ୬.୩ମ୍ୟାଗ୍ନିଚ୍ୟୁଡରେ ମାପ କରାଯାଇଥିଲା। ଯୁକ୍ତରାଷ୍ଟ୍ରର ଭୂତତ୍ତ୍ୱ ସର୍ବେକ୍ଷଣ ଅନୁଯାୟୀ ଏଠାରେ ଅଧ ଘଣ୍ଟା ମଧ୍ୟରେ ଦୁଇଟି ଭୂକମ୍ପ ଅନୁଭୂତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri