ମାସକରେ ୭ ଦୁର୍ଘଟଣା, ୫ ମୃତ

ବ୍ରହ୍ମପୁର ଅଫିସ,୧୬ା୪: ବ୍ରହ୍ମପୁର ସହର ଓ ସନ୍ନିକଟ ଦେଇ ଯାଇଥିବା ଜାତୀୟ ରାଜପଥ ୧୬ ଏବେ ଦୁର୍ଘଟଣାପ୍ରବଣ ଅଞ୍ଚଳ ଭାବେ ପରିଗଣିତ ହୋଇଛି। ସଡ଼କ ଦୁର୍ଘଟଣା ରୋକିବା ପାଇଁ ଅନେକ ଯୋଜନା ହୋଇଥିଲେ ମଧ୍ୟ ସହରରେ ଥିବା ୭ଟି ବ୍ଲାକସ୍ପଟ୍‌ରେ ପ୍ରତିଦିନ ଛୋଟମୋଟ ଦୁର୍ଘଟଣା ଦେଖିବାକୁ ମିଳୁଛି। ଅସଜଡ଼ା ରାସ୍ତା, ଜାତୀୟ ରାଜପଥରେ ଠିକ୍‌ ସୂଚନା ରହି ନ ଥିବା ଏବଂ ସ୍ଥିତି ଖରାପ ଯୋଗୁ ଦୁର୍ଘଟଣା ଘଟୁଥିବା ଅଭିଯୋଗ ହୋଇଛି। ଗତ ମାର୍ଚ୍ଚରେ ସହରରେ ୭ଟି ଦୁର୍ଘଟଣା ଘଟିଛି ସେଥିମଧ୍ୟରୁ ୫ ଜଣଙ୍କ ମୃତ୍ୟୁ ଘଟିଛି। ସେହିଭଳି ୨ ଜଣ ଗୁରୁତର ଆହତ ହୋଇଥିବା ଟ୍ରାଫିକ ପୋଲିସ ପକ୍ଷରୁ ସୂଚନା ମିଳିଛି। ସଡ଼କ ଦୁର୍ଘଟଣା ରୋକିବା ପାଇଁ ଟ୍ରାଫିକ ଥାନା ପୋଲିସ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ କରାଯାଉଥିବା ବେଳେ ଲୋକଙ୍କୁ ସଚେତନ ମଧ୍ୟ କରାଯାଉଛି। ସେହିପରି ଟ୍ରାଫିକ ନିୟମ ଉଲ୍ଲଂଘନ କରିଥିବା ଚାଳକଙ୍କଠାରୁ ଜରିମାନା ମଧ୍ୟ ଆଦାୟ ହେଉଛି। ସହରର ସବୁ ଛକରେ ଗାଡ଼ି ଧୀରେ ଚଲାଇବାକୁ ସିଗ୍‌ନାଲ ଦିଆଯାଉଛି। ଅମାନିଆ ଚାଳକଙ୍କୁ ସାବାଡ଼ କରିବା ପାଇଁ ସେମାନଙ୍କଠାରୁ ଜରିମାନା ଆଦାୟ ହେଉଛି। ତଥାପି ବିଭିନ୍ନ କାରଣରୁ କେତେକ ଜାଗାରେ ଦୁର୍ଘଟଣା ଘଟୁଛି ଏବଂ ଜୀବନ ହାନି ହେଉଛି। ଦୁର୍ଘଟଣା ରୋକିବା ପାଇଁ ଟ୍ରାଫିକ ପୋଲିସ ପକ୍ଷରୁ ପ୍ରୟାସ କରାଯାଉଛି ବୋଲି ଥାନାଧିକାରୀ ରାମ ସୁବ୍ରମନ୍ୟମ ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri