୭ ବ୍ଲକ୍‌ ହାତେଇଲା ଓଏନ୍‌ଜିସି

ନୂଆଦିଲ୍ଲୀ,୪।୧: ଅଏଲ ଆଣ୍ଡ ନାଚୁରାଲ ଗ୍ୟାସ୍‌ କର୍ପୋରେଶନ (ଓଏନ୍‌ଜିସି) ତୈଳ ଏବଂ ଗ୍ୟାସ୍‌ର ଅନୁସନ୍ଧାନ ପାଇଁ ୭ଟି ବ୍ଲକ୍‌ ହାତେଇଥିବାବେଳେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ ଏବଂ ବିପି ପିଏଲ୍‌ସିର ଏକ କନ୍‌ସୋର୍ଟିୟମ୍‌ ସର୍ବଶେଷ ବିଡ୍‌ ରାଉଣ୍ଡରେ ଚାଲିଯାଇଥିଲା। ତୈଳ ମନ୍ତ୍ରୀ ହରଦୀପ ସିଂ ପୁରୀ କହିଛନ୍ତି, ଓପନ ଏକ୍ରେରେଜ ଲାଇସେନନ୍ସିଂ ପଲିସି (ଓଏଏଲ୍‌ପି-୮) ର ୮ମ ରାଉଣ୍ଡରେ ତୈଳ ଓ ଗ୍ୟାସ୍‌ ଅନୁସନ୍ଧାନ ଏବଂ ଉତ୍ପାଦନ ପାଇଁ ୧୦ଟି ବ୍ଲକ୍‌ ପ୍ରଦାନ କରାଯାଇଛି। ଏପରିକି ବୁଧବାର ୧୦ଟି ବ୍ଲକ୍‌ ପାଇଁ ଆବଶ୍ୟକ ଚୁକ୍ତିନାମା ମଧ୍ୟ ସ୍ବାକ୍ଷରିତ ହୋଇଯାଇଛି ବୋଲି ମନ୍ତ୍ରୀ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି। ଅପରପକ୍ଷରେ ମନ୍ତ୍ରୀ କହିଛନ୍ତି, ମନ୍ତ୍ରଣାଳୟ ପକ୍ଷରୁ ପ୍ରଦାନ କରାଯାଇଥିବା ୧୦ଟି ବ୍ଲକ୍‌ ମଧ୍ୟରୁ ଓଏନ୍‌ଜିସି ୭ଟି ବ୍ଲକ୍‌ ଜିତିଥିବାବେଳେ ରିଲାଏନ୍ସ-ବିପି, ଅଏଲ ଇଣ୍ଡିଆ ଲିମିଟେଡ୍‌ ଏବଂ ସନ୍‌ ପେଟ୍ରୋକେମିକାଲ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ ଗୋଟିଏ ଲେଖାଏ ବ୍ଲକ ପାଇଛନ୍ତି। ସେହିଭଳି ସମାନ୍ତରାଳ ଭାବେ ୩ଟି କୋଲ୍‌-ବେଡ୍‌ ମିଥେନ (ସିବିଏମ୍‌) ବ୍ଲକ୍‌ ମଧ୍ୟ ପୁରସ୍କୃତ ସହ ଟେଣ୍ଡର ପାଇଁ ଓଏଏଲ୍‌ପିର ୯ମ ରାଉଣ୍ଡ ଆରମ୍ଭ କରାଯାଇଥିଲା। ବିଶେଷକରି ଏକ ପ୍ରତିବଦ୍ଧ ଅନୁସନ୍ଧାନ କାର୍ଯ୍ୟ ପାଇଁ ପୁରସ୍କୃତ ହୋଇଥିବା ବ୍ଲକଗୁଡିକର ଆନୁମାନିକ ୨୩୩ ନିୟୁତ ଆମେରିକୀୟ ଡଲାର ବିନିଯୋଗ ହେଉଛି ବୋଲି ତୈଳ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri