୧୧ କେଭି ତାର ନେଲା ୭ ମଇଁସିଙ୍କ ଜୀବନ: ଉତ୍ତେଜନା ରାସ୍ତାରୋକୋ

ଖଣ୍ଡପଡ଼ା/ନୟାଗଡ଼(ଅଜୟ କୁମାର ମହାରଣା/ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ବଡ଼ ବାଣପୁର ପଞ୍ଚାୟତ ଘଣାଶାଳିଆ ଗ୍ରାମରେ ସୋମବାର ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ୧୧ କେଭି ବିଦ୍ୟୁତ୍‌ ତାର ସସ୍ପର୍ଶରେ ଆସି ୭ଟି ମଇଁସିଙ୍କ ମୃତ୍ୟୁ ଘଟିଛି। ମୃତ ମଇଁସିଗୁଠିକ ଘଣାଶାଳିଆର ଗୋପାଳକ ବୀର ବେହେରାଙ୍କ ସ୍ତ୍ରୀ ନିରୁପମା ବେହେରାଙ୍କ ବୋଲି ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ମଇଁଷିଗୁଡିକ ନିକଟସ୍ଥ କୁମୁଣ୍ଡି ଅଞ୍ଚଳରେ ଥିବା ବିଲକୁ ଚରିବାକୁ ଯାଇଥିଲେ। ସେତିକିବେଳେ ଉକ୍ତ ଜମି ଦେଇ ଯାଇଥିବା ୧୧ କେଭି ବିଦ୍ୟୁତ୍‌ ତାର ଛିଣ୍ଡି ପଡି ଜମିରେ ପଡ଼ିରହି ଥିବା ବେଳେ ମଇଁସି ଗୋଠର ୭ମଇଁସି ବିଦ୍ୟୁତ୍‌ ତାର ସସ୍ପର୍ଶରେ ଆସି ଘଟଣାସ୍ଥଳରେ ମୃତ୍ୟୁବରଣ କରିଥିଲେ।

ଅନ୍ୟପକ୍ଷେ ଘଟଣାର ଦୀର୍ଘ ସମୟ ପରେ ମଧ୍ୟ ବିଦ୍ୟୁତ୍‌ ବିଭାଗର କୌଣସି ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ନ ଥିବାରୁ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଥିଲା। ଉତ୍ତେଜିତ ଗ୍ରାମବାସୀ କଣ୍ଟିଲୋ-ଗଣିଆ ୪୮ ନମ୍ବର ରାଜ୍ୟ ରାଜପଥ କୁମୂଣ୍ଡି-ରତନପୁର ଗ୍ରାମ ନିକଟରେ ରାସ୍ତା ଅବରୋଧ କରି ଆନ୍ଦୋଳନ କରିଥିଲେ।

ଖବର ପାଇ କଣ୍ଟିଲୋ ଫାଣ୍ଡି ଅଧିକାରୀ ସ୍ବାଗତ ଦାସ ଏବଂ ଖଣ୍ଡପଡ଼ା ଆଇଆଇସି କୃତିବାସ ହରିଚନ୍ଦନ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିଥିଲେ। ହେଲେ ଆନ୍ଦୋଳନକାରୀାନେ ଗୋପାଳକଙ୍କୁ କ୍ଷତିପୂରଣ ଦେବାକୁ ଅଡି ବସିଥିଲେ। ଏପରିକି ବିଭାଗୀୟ ଅଧିକାରୀଙ୍କ ଅବହେଲା ଯୋଗୁ ଏଭଳି ଘଟଣା ଘଟିଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।

ସୂଚନାଯୋଗ୍ୟ, ଗୋଟିଏ ଗୋଟିଏ ମଇଁସିର ଦାମ ୭୦ରୁ ୮୦ ହଜାର ଟଙ୍କା ହୋଇଥିବା ବେଳେ ସେଥିମଧ୍ୟରୁ ୩ଟି ଗର୍ଭବତୀ ମଇଁସି ଥିବା ଜଣାପଡିଛି । ଘଟଣା ସମ୍ପର୍କରେ ଟିପିସିଓଡିଏଲ ଖଣ୍ଡପଡ଼ା ଉପଖଣ୍ଡ ସହକାରୀ ଯନ୍ତ୍ରୀ ଅନିଲ କୁମାର ସାହୁଙ୍କୁ ଯୋଗାଯୋଗ କରିବାରେ ଘଟଣାସ୍ଥଳକୁ ବିଭାଗୀୟ ଯନ୍ତ୍ରୀଙ୍କୁ ପଠାଯିବ। ଘଟଣାର ତଦନ୍ତ ପରେ ବିଭାଗୀୟ ଆଇନ ଅନୁଯାୟୀ କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ରାଶି ଯୋଗାଇଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ୍‌ ପୂର୍ବରୁ ଭାରତକୁ ଚେତାବନୀ ଦେଲେ ପାକିସ୍ତାନ କୋଚ: ଆମେ ଚାପ….

କରାଚି,୨୪।୯: ଏସିଆନ ଗେମ୍ସ ୨୦୨୬ରେ ପାକିସ୍ତାନ କ୍ରିକେଟ ଟିମ ଆସନ୍ତା ସେପ୍ଟେମ୍ବର ୨୮ ରୁ ନିଜ ଅଭିଯାନ ଆରମ୍ଭ କରିବ। ତେବେ କ୍ୱାର୍ଟର ଫାଇନାଲରେ ପାକିସ୍ତାନ କେଉଁ…

ଦଳେଇଗୁଡ଼ା ସ୍କୁଲକୁ ଆକସ୍ମିକ ଗସ୍ତ କଲେ ଅତିରିକ୍ତ ଜିଲ୍ଲାପାଳ, ଯାଞ୍ଚ କଲେ ଖାଦ୍ୟର ଗୁଣବତ୍ତା

ନବରଙ୍ଗପୁର,୨୪।୯(ସଦାଶିବ ପ୍ରହରାଜ ): ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ବିଦ୍ୟାଳୟଗୁଡ଼ିକରେ ଛାତ୍ରୀଛାତ୍ରଙ୍କ ପାଇଁ ଉପଲବ୍ଧ ବ୍ୟବସ୍ଥା, ଖାଦ୍ୟର ଗୁଣବତ୍ତା ଏବଂ ସରକାରୀ ନିର୍ଦ୍ଧାରିତ ମାନଦଣ୍ଡର ଅନୁପାଳନ ସମ୍ପର୍କରେ…

ଲଗାଣବର୍ଷାରେ ଭୁଶୁଡ଼ିଲା ଘର କାନ୍ଥ; ଅଳ୍ପକେ ବର୍ତ୍ତିଲେ ପରିବାର, ବିପନ୍ନଙ୍କୁ ସହାୟତା ଦାବି

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଗତ ୪ ଦିନ ବ୍ୟାପି ବର୍ଷା ଲାଗି ରହିଛି । ଫଳରେ ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ…

ପେଟ୍ରୋଲ ପମ୍ପରେ ନୂଆ ନିୟମ! ଦିନକୁ ମିଳିବ ମାତ୍ର ଏତିକି ଲିଟର, ଧାର୍ଯ୍ୟ ହେଲା ଲିମିଟ୍‌

ନୂଆଦିଲ୍ଲୀ,୨୪।୯: ଯଦି ଆପଣଙ୍କ ପାଖରେ ବଡ଼ ଗାଡ଼ି କିମ୍ବା ଡିଜେଲରେ ଚାଲୁଥିବା କମର୍ସିଆଲ ଯାନ ରହିଛି ଏବଂ ନିୟମିତ ଭାବେ ବହୁ ପରିମାଣରେ ଡିଜେଲ ଭରାଇବାକୁ ପଡ଼ୁଛି,…

ଚାଞ୍ଚଲ୍ୟକର ଖୁଲାସା, ଏହି ଖେଳାଳି ଛଡାଇ ନେବେ ଋତୁରାଜଙ୍କ ପଦ!

ନୂଆଦିଲ୍ଲୀ: IPL ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ନିଜ କୋଚିଂ ସେଟଅପ୍‌ରେ ବଡ଼ ପରିବର୍ତ୍ତନ କରିଛି । ଦୀର୍ଘ ସମୟ ଧରି ଦଳର ହେଡ୍…

୫ ରାଜ୍ୟର ନିର୍ବାଚନରେ ପାଣି ଭଳି ଟଙ୍କା ଖର୍ଚ୍ଚ କରିଛି ଭାଜପା, ମୂଲ୍ୟ ଶୁଣିଲେ ହୋଇଯିବେ କାବା! ଏହି ରାଜ୍ୟରେ ସବୁଠୁ ଅଧିକ

ନୂଆଦିଲ୍ଲୀ,୨୪।୯: ଆସାମ, ତାମିଲନାଡୁ, ପୁଡୁଚେରୀ, କେରଳ ଏବଂ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାଜପାର ଖର୍ଚ୍ଚ ରିପୋର୍ଟରୁ ଜଣାପଡ଼ିଛି ଯେ, ଦଳର କେନ୍ଦ୍ରୀୟ କାର୍ଯ୍ୟାଳୟ ଏହି ୫ଟି…

ଗଭୀର ଅବପାତ ପ୍ରଭାବରେ ଫୁଲୁଛି ଋଷିକୁଲ୍ୟା, ଭୟଭୀତ ନହେବାକୁ ପ୍ରଶାସନର ସଚେତନତା

ପୁରୁଷୋତ୍ତମପୁର,୨୪।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ତିନିଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଏହି ଲଗାଣ…

ପାଣି ଘେରରେ ଗୋଖର କୁଦା; ବୁଡ଼ିଲା ତଳିଆ ଅଞ୍ଚଳ, ଆତଙ୍କିତ ମତ୍ସଜୀବୀ

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଟଳିଛି ବାତ୍ୟା ଭୟ । ଗଭୀର ଅବପାତ ଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ପାଳିବନ୍ଧ ପଞ୍ଚାୟତ ଗୋଖର କୁଦା ଗ୍ରାମ ପାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?