୭ ଶ୍ରେଣୀକୁ ୨ ଶିକ୍ଷକ

ପରଜଙ୍ଗ, ୨୨।୭(ଡି.ଏନ୍‌.ଏ.)
ସାତଟି ଶ୍ରେଣୀ ପାଇଁ ନିଯୁକ୍ତ ହୋଇଛନ୍ତି ମାତ୍ର ୨ଜଣ ଶିକ୍ଷକ। ସେଥିରେ ଜଣଙ୍କ କାନ୍ଧରେ ଲଦି ଦିଆଯାଇଛି ପ୍ରଧାନ ଶିକ୍ଷକଙ୍କ ଦାୟିତ୍ୱ। ସ୍କୁଲର ନଥିପତ୍ର, ମଧ୍ୟାହ୍ନ ଭୋଜନ, ଉପସ୍ଥାନ ଏବଂ ଅନ୍ୟାନ୍ୟ କାର୍ଯ୍ୟ ବୁଝିବାରେ ବିତିଯାଉଛି ତାଙ୍କର ଦିନ। କଷ୍ଟେମଷ୍ଟେ ଦୁଇ ଜଣ ଶିକ୍ଷକ ପାଠ ପଢ଼ାଇବା ବେଳେ ଅବଶିଷ୍ଟ ୫ଟି ଶ୍ରେଣୀ ଫାଙ୍କା ପଡୁଛି। ପିଲାମାନେ ବସି ବସି ଘରକୁ ଫେରୁଛନ୍ତି। ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ପଞ୍ଚାୟତ ବସନ୍ତପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରାୟ ୨ବର୍ଷ ହେଲା ଏଭଳି ଅବ୍ୟବସ୍ଥା ଲାଗି ରହିଥିବାବେଳେ ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ପଡ଼ିଛନ୍ତି ଅଭିଭାବକ। ବ୍ଲକ ଶିକ୍ଷା ବିଭାଗ ସମସ୍ୟାର ସମାଧାନ କରୁ ନ ଥିବାରୁ ସେମାନେ ଜିଲାପାଳଙ୍କୁ ଗୁହାରି କରିଛନ୍ତି। ଏହାର ପ୍ରତିକାର ନ ହେଲେ ସ୍କୁଲରେ ତାଲା ଠୁଙ୍କି ଗଣଧାରଣା ଦେବେ ବୋଲି ଚେତାବନୀ ମଧ୍ୟ ଦେଇଛନ୍ତି।
ଅଭିଯୋଗ ଅନୁଯାୟୀ, ବସନ୍ତପଡ଼ା ସ୍କୁଲରେ ପ୍ରଥମରୁ ସପ୍ତମ ଶ୍ରେଣୀ ଯାଏ ରହିଥିବାବେଳେ ଛାତ୍ରୀଛାତ୍ର ସଂଖ୍ୟା ୧୧୮। ଦୁଇବର୍ଷ ହେଲା ସ୍କୁଲରେ ୩ଜଣ ଶିକ୍ଷକଙ୍କୁ ନିଯୁକ୍ତି ପାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ସିଆର୍‌ସିସି କାର୍ଯ୍ୟରେ ନିୟୋଜିତ ଥିବାବେଳେ ଦୁଇଜଣ ଶିକ୍ଷକ ସମ୍ଭାଳୁଛନ୍ତି ୭ ଶ୍ରେଣୀ। ଏ ସଂକ୍ରାନ୍ତରେ ବ୍ଲକ ଶିକ୍ଷା ଅଧିକାରୀ ହରିହର ଦେହୁରୀଙ୍କ ହସ୍ତକ୍ଷେପ ଲୋଡ଼ାଯାଇଥିଲା। ୧୫ ଦିନ ମଧ୍ୟରେ ସର୍ବନିମ୍ନ ସଂଖ୍ୟକ ଶିକ୍ଷକ ନିୟୋଜିତ କରାଯିବା ବୋଲି ସେ ପ୍ରତିଶ୍ରୁତି ଦେଇଥିଲେ। ତେବେ ଅତ୍ୟାବଧି ସମସ୍ୟାର ସମାଧାନ ନ ହେବାରୁ ଅଭିଭାବକମାନେ ଜନ ଅଭିଯୋଗ ଶୁଣାଣି ଶିବିରରେ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଏହାର ସମାଧାନ ନ ହେଲେ ସ୍କୁଲ ଫାଟକରେ ତାଲା ପକାଇ ଧାରଣା ଦିଆଯିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ…

ଟୋକନ ଅବଧି ନେଇ ମୁହଁ ଖୋଲିଲେ ଶାରଦା: କହିଲେ ଦୁଇ ଦିନରେ…

ଭୁବନେଶ୍ୱର,୩୦।୩: ଟୋକନ ଅବଧି ନେଇ ମୁହଁ ଖୋଲିଲେ ବିଜେଡି ବିଧାୟକ ଶାରଦା ଜେନା। ସେ କହିଛନ୍ତି, ୭ ଦିନ ବୃଦ୍ଧି କରିବାକୁ ଦାବି କରିଥିଲୁ। ଧନ୍ୟବାଦ ସେ…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଧାନ କିଣା ନେଇ କାଲି ଥିଲା ଶେଷ ତାରିଖ, ଏପଟେ ଯୋଗାଣ ମନ୍ତ୍ରୀ କହିଦେଲେ…

ଭୁବନେଶ୍ୱର,୩୦।୩:ଚାଷୀଙ୍କ ପାଇଁ ବଡ଼ ଅପ୍‌ଡେଟ୍‌। ଧାନ ସଂଗ୍ରହ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ବଡ଼ ସୂଚନା। କାଲି ସୁଦ୍ଧା ଧାନ କିଣା ନେଇ…

ବଢ଼ୁଛି ନର୍ଲା ବିଧାୟିକା ସ୍ବାମୀଙ୍କ ଅଡ଼ୁଆ: ଏପଟେ ମନୋରମାଙ୍କୁ ଡାକି ନବୀନ କହିଲେ…

ଭୁବନେଶ୍ୱର, କଳାହାଣ୍ଡି ଜିଲା ନର୍ଲା ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କ ନାମରେ ଆସିଛି ସଙ୍ଗୀନ ଅଭିଯୋଗ। ନର୍ଲା…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri