୭ ଶ୍ରେଣୀକୁ ୨ ଶିକ୍ଷକ

ପରଜଙ୍ଗ, ୨୨।୭(ଡି.ଏନ୍‌.ଏ.)
ସାତଟି ଶ୍ରେଣୀ ପାଇଁ ନିଯୁକ୍ତ ହୋଇଛନ୍ତି ମାତ୍ର ୨ଜଣ ଶିକ୍ଷକ। ସେଥିରେ ଜଣଙ୍କ କାନ୍ଧରେ ଲଦି ଦିଆଯାଇଛି ପ୍ରଧାନ ଶିକ୍ଷକଙ୍କ ଦାୟିତ୍ୱ। ସ୍କୁଲର ନଥିପତ୍ର, ମଧ୍ୟାହ୍ନ ଭୋଜନ, ଉପସ୍ଥାନ ଏବଂ ଅନ୍ୟାନ୍ୟ କାର୍ଯ୍ୟ ବୁଝିବାରେ ବିତିଯାଉଛି ତାଙ୍କର ଦିନ। କଷ୍ଟେମଷ୍ଟେ ଦୁଇ ଜଣ ଶିକ୍ଷକ ପାଠ ପଢ଼ାଇବା ବେଳେ ଅବଶିଷ୍ଟ ୫ଟି ଶ୍ରେଣୀ ଫାଙ୍କା ପଡୁଛି। ପିଲାମାନେ ବସି ବସି ଘରକୁ ଫେରୁଛନ୍ତି। ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ପଞ୍ଚାୟତ ବସନ୍ତପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରାୟ ୨ବର୍ଷ ହେଲା ଏଭଳି ଅବ୍ୟବସ୍ଥା ଲାଗି ରହିଥିବାବେଳେ ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ପଡ଼ିଛନ୍ତି ଅଭିଭାବକ। ବ୍ଲକ ଶିକ୍ଷା ବିଭାଗ ସମସ୍ୟାର ସମାଧାନ କରୁ ନ ଥିବାରୁ ସେମାନେ ଜିଲାପାଳଙ୍କୁ ଗୁହାରି କରିଛନ୍ତି। ଏହାର ପ୍ରତିକାର ନ ହେଲେ ସ୍କୁଲରେ ତାଲା ଠୁଙ୍କି ଗଣଧାରଣା ଦେବେ ବୋଲି ଚେତାବନୀ ମଧ୍ୟ ଦେଇଛନ୍ତି।
ଅଭିଯୋଗ ଅନୁଯାୟୀ, ବସନ୍ତପଡ଼ା ସ୍କୁଲରେ ପ୍ରଥମରୁ ସପ୍ତମ ଶ୍ରେଣୀ ଯାଏ ରହିଥିବାବେଳେ ଛାତ୍ରୀଛାତ୍ର ସଂଖ୍ୟା ୧୧୮। ଦୁଇବର୍ଷ ହେଲା ସ୍କୁଲରେ ୩ଜଣ ଶିକ୍ଷକଙ୍କୁ ନିଯୁକ୍ତି ପାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ସିଆର୍‌ସିସି କାର୍ଯ୍ୟରେ ନିୟୋଜିତ ଥିବାବେଳେ ଦୁଇଜଣ ଶିକ୍ଷକ ସମ୍ଭାଳୁଛନ୍ତି ୭ ଶ୍ରେଣୀ। ଏ ସଂକ୍ରାନ୍ତରେ ବ୍ଲକ ଶିକ୍ଷା ଅଧିକାରୀ ହରିହର ଦେହୁରୀଙ୍କ ହସ୍ତକ୍ଷେପ ଲୋଡ଼ାଯାଇଥିଲା। ୧୫ ଦିନ ମଧ୍ୟରେ ସର୍ବନିମ୍ନ ସଂଖ୍ୟକ ଶିକ୍ଷକ ନିୟୋଜିତ କରାଯିବା ବୋଲି ସେ ପ୍ରତିଶ୍ରୁତି ଦେଇଥିଲେ। ତେବେ ଅତ୍ୟାବଧି ସମସ୍ୟାର ସମାଧାନ ନ ହେବାରୁ ଅଭିଭାବକମାନେ ଜନ ଅଭିଯୋଗ ଶୁଣାଣି ଶିବିରରେ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଏହାର ସମାଧାନ ନ ହେଲେ ସ୍କୁଲ ଫାଟକରେ ତାଲା ପକାଇ ଧାରଣା ଦିଆଯିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୭ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

ବିଜେଡି ପ୍ରାର୍ଥୀ ଘୋଷଣା ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ଦଳ ଚିଲିକାରୁ ରଘୁନାଥ ସାହୁଙ୍କୁ ପ୍ରାର୍ଥୀ କରିଛି। ତେବେ ଚିଲିକା...

ବଡଚଣାରୁ ଲଢିବେ ବର୍ଷା, କେଉଁଠୁ ଲଢିବେ ଅନୁଭବ?

ଭୁବନେଶ୍ୱର,୨୦।୪: ବିଜେଡି ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସରପ୍ରାଇଜ କ୍ୟାଣ୍ଡିଡେଟ୍‌ ଭାବେ ବର୍ଷା ପ୍ରିୟଦର୍ଶିନୀଙ୍କୁ...

ଏହି ୨ ବିଧାୟକଙ୍କୁ ମିଳିଲାନି ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ପ୍ରାର୍ଥୀ ଘୋଷଣାରେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତ ଏବଂ ଆନନ୍ଦପୁର...

ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା: ୫ ବିଧାୟକଙ୍କ କଟିଲା ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ ଘୋଷଣା କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ତାଲିକାରେ...

ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କାଟି ବର୍ଷାଙ୍କ ଉପରେ ଭରସା

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବିଜେଡି ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କଟିଛି। ତାଙ୍କ...

ସର୍‌ପ୍ରାଇଜ୍‌ କଲେ ନବୀନ, ଆଶାୟୀ ବରିଷ୍ଠ ନେତାଙ୍କ କାଟିଲେ ଟିକେଟ୍‌!

ଭୁବନେଶ୍ୱର,୨୦।୪: ପୁରୁଖା ନେତାଙ୍କ ଉପରେ ବିଜେଡିର ଭରସା ପାଉନାହିଁ। ଏହାର ପ୍ରମାଣସ୍ବରୂପ ନିର୍ବାଚନ ମଇଦାନକୁ ଦଳ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀଙ୍କୁ ଓହ୍ଲାଉଛି। ଫଳରେ ଦୀର୍ଘଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri