ମଦ ବ୍ୟବସାୟୀଙ୍କୁ ଦାଦାବଟି ମାଗିବା ଘଟଣା: ମାଷ୍ଟରମାଇଣ୍ଡ୍‌ ସମେତ ୭ କୋର୍ଟ ଚାଲାଣ

ବ୍ରହ୍ମପୁର ଅଫିସ,୨୦ା୮: ମଦ ବ୍ୟବସାୟୀଙ୍କୁ ଦାଦାବଟି ମାଗିବା ସହ ତାଙ୍କ ଦୋକାନର ସେଲସମ୍ୟାନ୍‌ଙ୍କୁ ହତ୍ୟା ଉଦ୍ୟମ କରିଥିବା ଘଟଣାରେ ସଦର ଥାନା ପୋଲିସ ଘଟଣାର ମାଷ୍ଟରମାଇଣ୍ଡ୍‌ ସମେତ ୭ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ମାଷ୍ଟରମାଇଣ୍ଡ୍‌ ବେନ୍ଦାଳିଆ ଗ୍ରାମର ଦୁର୍ଦ୍ଦାନ୍ତ ଅପରାଧୀ କାହ୍ନା ପଡିହାରୀ (୩୨), ମାରବାଡ଼ି ଦାସ((୩୦) , ରାମ ଦାସ(୨୨) , ସୋନୁ ଦାସ(୨୦) , ଜିତେନ୍ଦ୍ର ଦାସ (୨୮),ମୁନା ଦାସ(୨୨) ଓ କାଳିଆ ଗୌଡ଼(୩୦)। କେସ୍‌ ନମ୍ବର ୨୩୨/୨୦ ଅନୁସାରେ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଥାନାଧିକାରୀ ସନ୍ତୋଷିନୀ ଓରାମ ସୂଚନା ଦେଇଛନ୍ତି। ସେମାନଙ୍କ ନିକଟରୁ ଘଟଣା ସମୟରେ ବ୍ୟବହୃତ ଗୋଟିଏ କଟୁରି, ଗୋଟିଏ ଠେଙ୍ଗା ଓ ୨ଟି ବାଇକ୍‌ ମଧ୍ୟ ଜବତ ହୋଇଥିବା ସେ କହିଛନ୍ତି ।
ସୂଚନାଯୋଗ୍ୟ, କୁଆଁରପୁର ଗ୍ରାମରେ ଥିବା ଏକ ଦେଶୀ ମଦ ଦୋକାନ ମାଲିକଙ୍କୁ କାହ୍ନା ମାସକୁ ୧୦ ହଜାର ଟଙ୍କା ଦାଦାବଟି ମାଗିବା ସହ ଧମକ ଦେଇଥିଲେ। ଦାଦାବଟି ନ ଦେଲେ ଦୋକାନ ଉଡାଇଦେବାକୁ ଧମକଚମକ ଦେଇଥିଲେ। ଗତ ୧୭ ତାରିଖରେ ବ୍ୟବସାୟୀ ଜଣଙ୍କ ଦାଦାବଟି ଦେବାକୁ ମନା କରିବାରୁ କାହ୍ନା ଓ ତାଙ୍କ ସହଯୋଗୀମାନେ ସେଠାରେ ପହଞ୍ଚି ଆତଙ୍କରାଜ ଖେଳାଇଥିଲେ। ଦୋକାନ ଭିତରେ ସେଲ୍‌ସମ୍ୟାନ୍‌ ଭାବେ କାମ କରୁଥିବା ସୁଦାମ ପ୍ରଧାନଙ୍କୁ ଦୋକାନ ଭିତରୁ ଟାଣି ଆଣି ତାଙ୍କ ବେକରେ କଟୁରି ରଖି ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ସେଠାରେ ଥିବା ଅନ୍ୟ କେତେକ ଲୋକଙ୍କୁ ମଧ୍ୟ ଅପରାଧୀମାନେ ଆକ୍ରମଣ କରିଥିଲେ। ଘଟଣାର ଖବର ପାଇ ପୋଲିସ ସେଠାରେ ପହଞ୍ଚି ସୁଦାମଙ୍କ ଅଭିଯୋଗ କ୍ରମେ ଏକ ମାମାଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

ପିକନିକ ବସ ଓଲଟି ୩୫ ଛାତ୍ର ଆହତ

ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri