ମଦ ବ୍ୟବସାୟୀଙ୍କୁ ଦାଦାବଟି ମାଗିବା ଘଟଣା: ମାଷ୍ଟରମାଇଣ୍ଡ୍‌ ସମେତ ୭ କୋର୍ଟ ଚାଲାଣ

ବ୍ରହ୍ମପୁର ଅଫିସ,୨୦ା୮: ମଦ ବ୍ୟବସାୟୀଙ୍କୁ ଦାଦାବଟି ମାଗିବା ସହ ତାଙ୍କ ଦୋକାନର ସେଲସମ୍ୟାନ୍‌ଙ୍କୁ ହତ୍ୟା ଉଦ୍ୟମ କରିଥିବା ଘଟଣାରେ ସଦର ଥାନା ପୋଲିସ ଘଟଣାର ମାଷ୍ଟରମାଇଣ୍ଡ୍‌ ସମେତ ୭ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ମାଷ୍ଟରମାଇଣ୍ଡ୍‌ ବେନ୍ଦାଳିଆ ଗ୍ରାମର ଦୁର୍ଦ୍ଦାନ୍ତ ଅପରାଧୀ କାହ୍ନା ପଡିହାରୀ (୩୨), ମାରବାଡ଼ି ଦାସ((୩୦) , ରାମ ଦାସ(୨୨) , ସୋନୁ ଦାସ(୨୦) , ଜିତେନ୍ଦ୍ର ଦାସ (୨୮),ମୁନା ଦାସ(୨୨) ଓ କାଳିଆ ଗୌଡ଼(୩୦)। କେସ୍‌ ନମ୍ବର ୨୩୨/୨୦ ଅନୁସାରେ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଥାନାଧିକାରୀ ସନ୍ତୋଷିନୀ ଓରାମ ସୂଚନା ଦେଇଛନ୍ତି। ସେମାନଙ୍କ ନିକଟରୁ ଘଟଣା ସମୟରେ ବ୍ୟବହୃତ ଗୋଟିଏ କଟୁରି, ଗୋଟିଏ ଠେଙ୍ଗା ଓ ୨ଟି ବାଇକ୍‌ ମଧ୍ୟ ଜବତ ହୋଇଥିବା ସେ କହିଛନ୍ତି ।
ସୂଚନାଯୋଗ୍ୟ, କୁଆଁରପୁର ଗ୍ରାମରେ ଥିବା ଏକ ଦେଶୀ ମଦ ଦୋକାନ ମାଲିକଙ୍କୁ କାହ୍ନା ମାସକୁ ୧୦ ହଜାର ଟଙ୍କା ଦାଦାବଟି ମାଗିବା ସହ ଧମକ ଦେଇଥିଲେ। ଦାଦାବଟି ନ ଦେଲେ ଦୋକାନ ଉଡାଇଦେବାକୁ ଧମକଚମକ ଦେଇଥିଲେ। ଗତ ୧୭ ତାରିଖରେ ବ୍ୟବସାୟୀ ଜଣଙ୍କ ଦାଦାବଟି ଦେବାକୁ ମନା କରିବାରୁ କାହ୍ନା ଓ ତାଙ୍କ ସହଯୋଗୀମାନେ ସେଠାରେ ପହଞ୍ଚି ଆତଙ୍କରାଜ ଖେଳାଇଥିଲେ। ଦୋକାନ ଭିତରେ ସେଲ୍‌ସମ୍ୟାନ୍‌ ଭାବେ କାମ କରୁଥିବା ସୁଦାମ ପ୍ରଧାନଙ୍କୁ ଦୋକାନ ଭିତରୁ ଟାଣି ଆଣି ତାଙ୍କ ବେକରେ କଟୁରି ରଖି ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ସେଠାରେ ଥିବା ଅନ୍ୟ କେତେକ ଲୋକଙ୍କୁ ମଧ୍ୟ ଅପରାଧୀମାନେ ଆକ୍ରମଣ କରିଥିଲେ। ଘଟଣାର ଖବର ପାଇ ପୋଲିସ ସେଠାରେ ପହଞ୍ଚି ସୁଦାମଙ୍କ ଅଭିଯୋଗ କ୍ରମେ ଏକ ମାମାଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri