ରାଜ୍ୟରୁ ସୁସ୍ଥ ହେଲେ ଆଉ ୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୮ା୫(ବ୍ୟୁରୋ): ରାଜ୍ୟରୁ ରବିବାର ଆଉ ୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୮୭୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧା ଏବଂ ସମ୍ବଲପୁରରୁ ୨ ଜଣ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ବାଲେଶ୍ୱର, ଯାଜପୁର ଏବଂ କଳାହାଣ୍ଡିରୁ ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।