୭ କୋଟିର ନକଲି ଔଷଧ ଜବତ

ଭୁବନେଶ୍ୱର,୩ା୩(ବ୍ୟୁରୋ):ରାଜ୍ୟର ବିଭିନ୍ନ ସ୍ଥାନରୁ ନକଲି ଔଷଧ ଜବତ ହେଉଛି। ଏହା କେଉଁଠୁ ଆସୁଛି ତାହା ଜାଣିବା ପାଇଁ ଓଡ଼ିଶା ସରକାର ଉତ୍ତରପ୍ରଦେଶ ସରକାରଙ୍କ ସହାୟତା ଲୋଡ଼ିଥିଲେ। ଓଡ଼ିଶା ସରକାରଙ୍କ ସୂଚନା ଓ ତଥ୍ୟ ଭିତ୍ତିରେ ଉତ୍ତର ପ୍ରଦେଶ ଷ୍ଟେଟ ଟାକ୍ସ ଫୋର୍ସ ବୁଧବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୭କୋଟି ଟଙ୍କାର ନକଲି ଔଷଧ ଜବତ କରିଥିବା ଜଣାପଡ଼ିଛି। ଓଡ଼ିଶାର ବରଗଡ଼ ଓ ଝାରସୁଗୁଡ଼ା ଜିଲାରୁ ମିଳିଥିବା ସମସ୍ତ ନକଲି ଔଷଧ ଉତ୍ତର ପ୍ରଦେଶରୁ ଆସିଥିବା ଜଣାପଡ଼ିଛି।
ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାନୁସାରେ, ଉତ୍ତର ପ୍ରଦେଶ ଷ୍ଟେଟ ଟାକ୍ସ ଫୋର୍ସ ବୁଲନ୍ଦସହରର ସିକନ୍ଦରାବାଦ ପୋଲିସ ଷ୍ଟେଶନ ଅନ୍ତର୍ଗତ ଅଶୋକ କୁମାରଙ୍କ ଘର ଉପରେ ଚଢ଼ାଉ କରିଥିଲା। ସେଠାରୁ ବିପୁଳ ପରିମାଣର ନକଲି ଔଷଧ ଜବତ କରାଯିବା ସହ ତାଙ୍କୁ ଗିରଫ କରାଯାଇଥିଲା। ପରେ ଅଶୋକଙ୍କ ଠାରୁ ମିଳିଥିବା ସୂଚନା ଆଧାରରେ ଲହତାରା ଥାନା ଅନ୍ତର୍ଗତ ଅନ୍ୟ ଏକ ଗୋଦାମ ଉପରେ ମଧ୍ୟ ଚଢ଼ାଉ କରାଯାଇଥିଲା। ସେଠାରୁ ବହୁ ପରିମାଣର ନକଲି ଔଷଧ ଓ ନଗଦ ଟଙ୍କା ମଧ୍ୟ ଜବତ ହୋଇଥିଲା। ଜବତ ହୋଇଥିବା ଔଷଧର ମୂଲ୍ୟ ପ୍ରାୟ ୭.୩୫ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି। ନଗଦ ଆକାରରେ ୪ ଲକ୍ଷ ଟଙ୍କା ଜବତ କରାଯାଇଛି। ଏହି ଚଢ଼ାଉ ପରେ ଏକ ବଡ଼ଧରଣର ନକଲି ଔଷଧ ରାକେଟର ପର୍ଦ୍ଦାଫାଶ କରିଛି।
ସୂଚନାଯୋଗ୍ୟ, ଚଳିତବର୍ଷ ଫେବୃୟାରୀ ମଧ୍ୟଭାଗରେ ଆନ୍ତଃରାଜ୍ୟ ନକଲି ଔଷଧ ଅନୁସନ୍ଧାନ ପାଇଁ ଓଡ଼ିଶା ସରକାର ସ୍ବତନ୍ତ୍ର ଟିମ୍‌ ଗଠନ କରି ଉତ୍ତରପ୍ରଦେଶ ପଠାଇଥିଲେ। ଏହି ତଦନ୍ତରେ ସହାୟତା ନିମନ୍ତେ ଓଡ଼ିଶାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଶାସନ ସଚିବ ଶାଳିନୀ ପଣ୍ଡିତ ଉତ୍ତରପ୍ରଦେଶ ସରକାରଙ୍କ ସମ୍ପୃକ୍ତ ବିଭାଗର ପ୍ରମୁଖ ଶାସନ ସଚିବଙ୍କୁ ଚିଠି ମାଧ୍ୟମରେ ଅନୁରୋଧ କରିଥିଲେ। ଓଡ଼ିଶା ଟିମ୍‌ଠାରୁ ପ୍ରାପ୍ତ ସୂଚନା ଭିତ୍ତିରେ ଉତ୍ତରପ୍ରଦେଶର ବିଭିନ୍ନ ସ୍ଥାନରେ ଚଢ଼ାଉ, ଗିରଫ ଓ ପଚରାଉଚୁରା ଜାରି ରହିଛି। ରାଜ୍ୟ ସରକାର ପଠାଇଥିବା ସ୍ବତନ୍ତ୍ର ଟିମ୍‌ ତାଙ୍କର ଅନୁସନ୍ଧାନ କାର୍ଯ୍ୟ ଚଳାଇ ରଖିଥିବା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri